Get Updates
Get notified of breaking news, exclusive insights, and must-see stories!

ହାତୀ-ମଣିଷ ସଂଘର୍ଷ ରୋକିବାକୁ 4.65 କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଅନୁଗୁଳ ଜିଲ୍ଲାର ବନ୍ତଳା ଠାରେ ହାତୀ-ମଣିଷ ସଂଘର୍ଷ ଯୋଗୁ ସାଧାରଣ ଲୋକ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଧନସମ୍ପତ୍ତି ନଷ୍ଟ ସହିତ ଜୀବନ ହାନୀ ମଧ୍ୟ ହେଉଛି । ଲୋକଙ୍କ ଠାରୁ ଏହି ସମସ୍ୟା ଶୁଣିବା ପରେ, ମୁଖ୍ୟମନ୍ତ୍ରୀ ଏହାକୁ ରୋକିବା ପାଇଁ 4.65 କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଜିଲ୍ଲା ଡି.ଏଫ.ଓ ଙ୍କ ଦ୍ୱାରା ଏହି ଅର୍ଥ ଜରିଆରେ ବନ୍ତଳାର 43 ଟି ଗାଁରେ ଆବଶ୍ୟକ ଭିତ୍ତିଭୂମି ନିର୍ମାଣ କରାଯାଇ ଅଧିକ ସୁରକ୍ଷିତ ବ୍ୟବସ୍ଥାର ବିକାଶ କରାଯିବ । ସୂଚନାଯୋଗ୍ୟ ଯେ 5-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ତାଙ୍କ ଅନୁଗୁଳ ଗସ୍ତ ସମୟରେ ବନ୍ତଳା ଠାରେ ହାତୀ ଆକ୍ରମଣ ସଂପର୍କରେ ଲୋକଙ୍କ ଠାରୁ ବିଭିନ୍ନ ଅଭିଯୋଗ ଶୁଣିଥିଲେ ।

Naveen patnaik

ଏହା ସହିତ ଅନୁଗୁଳ ଜିଲ୍ଲାରେ ସଡକ ଯୋଗାଯୋଗର ବିକାଶ ପାଇଁ OMBADC ପାଣ୍ଠିରୁ 76.39 କୋଟି ଟଙ୍କା ବିନିଯୋଗ କରାଯାଇ 3ଟି ଗୁରୁତ୍ୱପୂର୍ଣ୍ଣ ରାସ୍ତା ନିର୍ମାଣ କରାଯିବ । ପାଲଲହଡା ଏକ ଆଦିବାସୀ ଅଧ୍ୟୁସିତ, ଅନୁନ୍ନତ ଅଂଟଳ ହୋଇଥିବାରୁ, ଏଠାରେ 2 ଟି ଗୁରୁତ୍ୱପୂର୍ଣ୍ଣ ରାସ୍ତାର ଉନ୍ନତିକରଣ ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି । ପାଲଲହଡା ଫଳ ବଗିଚା ଠାରୁ ନାଇକାଣିପଲ୍ଲୀ ରାସ୍ତାର ବିକାଶ ପାଇଁ 21.85 କୋଟି ଏବଂ ସିବାଦା ଠାରୁ ଖଡକାକୁମ୍ଭାର ମାଟି ରାସ୍ତାର ଉନ୍ନତିକରଣ ପାଇଁ 42.08 କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହାସହିତ କଣିଆ ବ୍ଳକ୍‌ର ଧଳଗଡିଆ ସିଆରିଆ ରାସ୍ତାରେ ମହୁଲିପୋଷି ପର୍ଯ୍ୟନ୍ତ 10 କିଲୋମିଟର ରାସ୍ତାର ଉନ୍ନତିକରଣ ପାଇଁ 12.45 କୋଟି ଟଙ୍କା ମଞ୍ଜୁର କରାଯାଇଛି ।

ଏହାସହିତ ପାଲଲହଡାରେ 3 ଟି ଗୁରୁତ୍ୱପୂର୍ଣ୍ଣ ସେତୁ ମଧ୍ୟ ନିର୍ମାଣ କରାଯିବ । ମାଙ୍କଡିଆ ନଳା ଉପରେ ଜୋକପାଣି ଠାରେ ଏକ ସେତୁ ପାଇଁ 5.38 କୋଟି ଟଙ୍କା, ଅନ୍ଧାରୀନଳା ଉପରେ କୁଚେଇବେଡା ଠାରେ ସେତୁ ପାଇଁ 4.60 କୋଟି ଟଙ୍କା ଏବଂ ଖରବା ନଳା ଉପରେ ବିଜାଗୋଠ ଛକ ଠାରେ ସେତୁ ନିର୍ମାଣ ପାଇଁ 5.88 କୋଟି ଟଙ୍କା ମଞ୍ଜୁର କରାଯାଇଛି । ସମୁଦାୟ 15.85 କୋଟି ଟଙ୍କା ମଞ୍ଜୁର କରାଯାଇଛି ।

5 -ଟି ସଚିବଙ୍କ ବନ୍ତଳା ଅଞ୍ଚଳ ପରିଦର୍ଶନ ସମୟରେ ଏକ ଅଗ୍ନିଶମ ସେବା କେନ୍ଦ୍ରର ଆବଶ୍ୟକତା ସଂପର୍କରେ ଜନସାଧାରଣ ଅବଗତ କରାଇଥିଲେ । ମୁଖ୍ୟମନ୍ତ୍ରୀ ଆଜି ବନ୍ତଳାରେ ଏହି ସେବା କେନ୍ଦ୍ର ସ୍ଥାପନ ପାଇଁ ଅନୁମୋଦନ ଦେଇଛନ୍ତି । ଏହାସହିତ ସାତକୋଶିଆ ଇକୋ ଟୁରିଜିମ୍‌ ସ୍ଥାନରେ ମଧ୍ୟ ଏକ ଅଗ୍ନିଶମ ସେବା କେନ୍ଦ୍ର ସ୍ଥାପନ କରାଯିବ ।

ଜନସାଧାରଣଙ୍କ ଅନୁରୋଧକ୍ରମେ ଜିଲ୍ଲାର କୁଡାଗାଁ ଓ ଟିକରପଡା ଠାରେ ଦୁଇଟି ବନ୍ୟା ଆଶ୍ରୟସ୍ଥଳ ନିର୍ମାଣ ପାଇଁ ମଧ୍ୟ ମୁଖ୍ୟମ ନ୍ତ୍ରୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ପ୍ରତ୍ୟେକ ବନ୍ୟା ଅଶ୍ରୟସ୍ଥଳ ପାଇଁ 2.64 କୋଟି ଟଙ୍କା ଖର୍ଚ୍ଚ ହେବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+