ତିନି ମେଡିକାଲ କଲେଜର ଅଗ୍ନିସୁରକ୍ଷା ପାଇଁ 45 ପଦବୀ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟର ତିନି ମେଡ଼ିକାଲ କଲେଜ ଓ ହସ୍ପିଟାଲର ଅଗ୍ନି ସୁରକ୍ଷା ପାଇଁ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର । ଅଗ୍ନି ସୁରକ୍ଷା ପାଇଁ ଅଗ୍ନିଶମ ବିଭାଗରେ ବିଭିନ୍ନ ସ୍ତରରେ 45 ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି ।

Naveen patnaik

ଏହି ତିନୋଟି ମେଡିକାଲ କଲେଜ ଓ ହସ୍ପିଟାଲ ହେଲା କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ, ବ୍ରହ୍ମପୁର ଏମ୍. କେ.ସି.ଜି ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ ବୁର୍ଲା ଭି.ଏସ୍.ଏସ୍ ମେଡିକାଲ କଲେଜ ଓ ହସ୍ପିଟାଲ ।

ତିନି ଜଣ ଷ୍ଟେସନ୍ ଅଫିସର, ଚାରିଜଣ ଲିଡିଙ୍ଗ୍ ଫାୟାର ମ୍ୟାନ୍, ତିନି ଜଣ ହାବିଲଦାର, ତିନି ଜଣ ଫାୟାର ମ୍ୟାନ୍ ଡ୍ରାଇଭର ଏବଂ 30 ଜଣ ଫାୟାର ମ୍ୟନ୍ ପଦବୀ ପାଇଁ ମଞ୍ଜୁରୀ ମିଳିଛି । ଏହି ନୂତନ ପଦବୀ ସୃଷ୍ଟି ଦ୍ୱାରା ଉପରୋକ୍ତ ତିନୋଟି ମେଡିକାଲ କଲେଜ ଓ ହସ୍ପିଟାଲର ଅଗ୍ନି ନିରାପତ୍ତା ଅଧିକ ସୁଦୃଢ ହୋଇପାରିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+