ଆହୁରି ଦକ୍ଷ ହେବ ବିଡିଏ ଏନଫୋର୍ସମେଣ୍ଟ, 67 ନୂଆ ପଦବୀକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆହୁରି ଦକ୍ଷଶୀଳ ହେବ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷର ଏନଫୋର୍ସମେଣ୍ଟ କାର୍ଯ୍ୟ । ଏ ନେଇ 67 ନୂଆ ପଦବୀକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ଏନଫୋର୍ସମେଣ୍ଟ କାର୍ଯ୍ୟକୁ ଅଧିକ ଫଳପ୍ରଦ ଓ ସୁସଂହତ କରିବା ଉଦ୍ଦେଶ୍ୟରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ପଦବୀ ସୃଷ୍ଟି ପାଇଁ ଅନୁମୋଦନ ଦେଇଛନ୍ତି । ଏହି ପଦବୀ ଗୁଡିକ ରାଜ୍ୟ ପୋଲିସ୍ ପ୍ରଶାସନ ପକ୍ଷରୁ ସୃଷ୍ଟି କରାଯାଇ ପୂରଣ ହେବ । ଏହି ପଦବୀଗୁଡିକ ହେଲା- ଗୋଟିଏ ACP, 6 ଟି ASI ଏବଂ 60ଟି ପୋଲିସ କନଷ୍ଟେବଳ ପଦବୀ ।

ଭୁବନେଶ୍ୱର ପୂର୍ବ ଭାରତର ଏକ ଦୃତ ଅଭିବୃଦ୍ଧିଶୀଳ ସହର । ସହରାଞ୍ଚଳ ଯୋଜନାବଦ୍ଧ ବିକାଶ ପାଇଁ ଏହି ପଦବୀଗୁଡିକ କାର୍ଯ୍ୟ କରିବ । ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷଙ୍କ ପ୍ରସ୍ତାବ ଅନୁଯାୟୀ ସମଗ୍ର ଭୁବନେଶ୍ୱର ସହରରେ ଏସବୁ କାର୍ଯ୍ୟ ନିମନ୍ତେ 25 ଟି ଜଏଣ୍ଟ ଟିମ୍ ଓ 5 ଟି ରିଜର୍ଭ ଟିମ୍ ର ଆବଶ୍ୟକତା ଥିଲା । ପ୍ରତି ଟିମ୍ରେ 2 ଜଣ ପୋଲିସ୍ କନେଷ୍ଟବଳ ରହିବେ । ଏହି ଟିମ୍ଗୁଡିକର ସମନ୍ୱୟ ଓ ସୁପରିଚାଳନା ପାଇଁ ଜଣେ ACP ଓ 6 ଜଣ ASI କାର୍ଯ୍ୟ କରିବେ ।
ଉନ୍ନୟନ କର୍ତ୍ତୃପକ୍ଷ ଭୁବନେଶ୍ୱରକୁ ଅତ୍ୟାଧୁନିକ ସୁବିଧା ସୁଯୋଗ ସହିତ ନୂତନ ରୂପରେଖା ଦେବାର ଗୁରୁଦାୟିତ୍ୱ ବହନ କରିଛି । କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟାକୁ ଦୃଷ୍ଟିରେ ରଖି ସହରର ସୌନ୍ଦର୍ଯ୍ୟକରଣ ଓ ବିଭିନ୍ନ ଭିତ୍ତିଭୂମି ନିର୍ମାଣ ଉଦ୍ଦେଶ୍ୟରେ କର୍ତ୍ତୃପକ୍ଷର ଏନଫୋର୍ସମେଣ୍ଟ କାର୍ଯ୍ୟରେ ବିଭିନ୍ନ ସମସ୍ୟା ଉପୁଜୁଥିଲା । ଏହି ପଦବୀଗୁଡିକ ପୂରଣ ଦ୍ୱାରା ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ପକ୍ଷରୁ ବିଭିନ୍ନ ଉନ୍ନୟନ କାର୍ଯ୍ୟ ପାଇଁ ଆବଶ୍ୟକୀୟ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ସହଜ ଓ ତ୍ୱରାନ୍ୱିତ ହେବ ।












Click it and Unblock the Notifications