ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥାନ ବିକାଶ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ଖର୍ଚ୍ଚ ହେବ 6 କୋଟି 41 ଲକ୍ଷ ଟଙ୍କା
ଭୁବନେଶ୍ୱର : ବୀର ସୁରେନ୍ଦ୍ର ସାଏ ଓଡିଆ ଜାତିର ପ୍ରାତସ୍ମରଣୀୟ ବକ୍ତିତ୍ୱ । ବୀର ସୁରେନ୍ଦ୍ର ସାଏ ତାଙ୍କର ଦୃଢ ନେତୃତ୍ୱ, ବିଚକ୍ଷଣ ରଣ କୌଶଳ ଯୋଗୁଁ ବ୍ରିଟିସ ସରକାରଙ୍କ ନିଦ ହଜାଇ ଦେଇଥିଲେ । ସେହି ମହାନ ସଂଗ୍ରାମୀଙ୍କର ଜନ୍ମସ୍ଥଳୀ ଖୀଣ୍ଡା, ପ୍ରତି ଓଡିଆଙ୍କ ପାଇଁ ଏକ ପବିତ୍ର ପୀଠ । ସ୍ୱାଧିନତା ସଂଗ୍ରାମରେ ତାଙ୍କର ମହାନ ଅବଦାନ ଯୁବସମାଜକୁ ସର୍ବଦା ପ୍ରେରଣା ଦେଇ ଚାଲିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ଏହା ସହିତ ମହାନ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥାନ ସମ୍ବଲପୁର ଖୀଣ୍ଡାର ବିକାଶ ସହ, ଏହାକୁ ଏକ ପର୍ଯ୍ୟଟନ ସ୍ଥଳ ଭାବେ ଗଢି ଉଠିବ । ଏ ନେଇ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ । ଏଥିପାଇଁ 6 କୋଟି 41 ଲକ୍ଷ ଟଙ୍କା ମଧ୍ୟ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତୀ ।
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ସମ୍ବଲୁପର ଗସ୍ତରେ ଥିବା 5T ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଆଜି ଖୀଣ୍ଡା ଯାଇ ମହାନ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଦେଇଥିଲେ । ତାଙ୍କ ଜନ୍ମ ପୀଠ ଖୀଣ୍ଡାର ବିକାଶ ସଂପର୍କରେ ଜନସାଧାରଣଙ୍କ ସହ ଆଲୋଚନା କରିଥିଲେ । ଏହା ପରେ ଏ ନେି 5T ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଫୋନ ଯୋଗେ ଅବଗତ କରାଇଥିଲେ । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏ ସଂପର୍କରେ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ ଏବଂ ଏକ ଘଣ୍ଟା ଭିତରେ ନିଷ୍ପତ୍ତି ନେଇ 'Development of Vir Surendra Sai Birth Place at Khinda, Samabalpur' ପ୍ରକଳ୍ପକୁ ଅନୁମୋଦନ କରିଥିଲେ ।
ଏହି ପ୍ରକଳ୍ପରେ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମ ପୀଠର ବିକାଶ ହେବ. 1.945 ଏକର ଜମିରେ ହେବାକୁ ଥିବା ଏହି ପ୍ରକଳ୍ପ ରେ ସୁରେନ୍ଦ୍ର ସାଏଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ସହ ସ୍ମୃତି ସଦନ ମଧ୍ୟ ନିର୍ମାଣ କରାଯିବ । ସେଠାରେ ଥିବା ସଂଗ୍ରହାଳୟ ଓ ପାଠାଗାର ର ପୁନରୁଦ୍ଧାର କରାଯିବ । ଉଦ୍ୟାନ ର ବିକାଶ ହୋଇ ସୁନ୍ଦର୍ ଭାବରେ ଆଲୋକୀକରଣ କରାଯିବ । ଏହା ସହିତ ମଞ୍ଚ ଓ ସମାବେଶସ୍ଥଳର ଉନ୍ନତିକରଣ କରାଯିବ ।












Click it and Unblock the Notifications