ବରଗଡ ଜିଲ୍ଲା ଅଙ୍ଗ ନଦୀରେ ମାଣ୍ଡିଆଢିପ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବରଗଡ ଜିଲ୍ଲା ପାଇଁ ଅଙ୍ଗ ନଦୀରେ ମାଣ୍ଡିଆଢିପ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ (Instream Storage Structure) ଅନୁମୋଦନ କରିଛନ୍ତି । ଏହି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୧୦୪ କୋଟି ଟଙ୍କା ମଞ୍ଜୁର କରିଛନ୍ତି ।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ ବରଗଡ ଜିଲ୍ଲା ଗସ୍ତ କରିଥିଲେ ଏବଂ ଜନସାଧାରଣଙ୍କ ଠାରୁ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗ୍ରହଣ କରିଥିଲେ। ଲୋକଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି । ଏହାଦ୍ବାରା ବରଗଡ ଜିଲ୍ଲାର ଝାରବନ୍ଧ ଓ ପାଇକମାଳ ବ୍ଳକ୍ର ଜନସାଧାରଣ ଉପକୃତ ହେବେ । ଭୂତଳ ଜଳର ସ୍ତର ବୃଦ୍ଧି ହେବା ସହିତ ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦି କ୍ଷେତ୍ରରେ ଏହା ବିଶେଷ ସହାୟକ ହେବ।












Click it and Unblock the Notifications