Get Updates
Get notified of breaking news, exclusive insights, and must-see stories!

ଲଖନପୁର ଆଇଟିଆଇ ପ୍ରତିଷ୍ଠାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଝାରସୁଗୁଡା: ଝାରସୁଗୁଡା ଜିଲ୍ଲା ଲଖନ୍‌ପୁର ଠାରେ ପ୍ରତିଷ୍ଠା ହେବ ଆଇଟିଆଇ (ITI) । ଏ ନେଇ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିପାଇଁ 24 କୋଟି 48 ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅର୍ଥ ଜିଲ୍ଲା ଖଣିଜ ପାଣ୍ଠିରୁ ବିନିଯୋଗ କରାଯିବ ।

Naveen patnaik

ସୂଚନାଯୋଗ୍ୟ ଯେ, ଝାରସୁଗୁଡା ଜିଲ୍ଲା ଏକ ଖଣିବହୁଳ ଅଞ୍ଚଳ । ଏଠାରେ ଖଣି ଉତ୍ତୋଳନ ଓ ଅନ୍ୟାନ୍ୟ ଆନୁସାଙ୍ଗିକ କାମ ପାଇଁ ଦକ୍ଷ ମାନବ ସମ୍ବଳର ଆବଶ୍ୟକତା ରହିଛି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏଠାରେ ଆଇଟିଆଇ ପ୍ରତିଷ୍ଠା କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଏହି ନୂତନ ଆଇଟିଆଇ ରେ 9 ଟି ବିଷୟରେ ପ୍ରଶିକ୍ଷଣ ଦିଆଯିବ । ଆଇଟିଆଇ ପାଇଁ ମଞ୍ଜୁର ହୋଇଥିବା ଏହି ଅର୍ଥରେ ଏକାଡେମିକ ଓ ଓ୍ବାର୍କସପ୍ ବିଲଡିଂନିର୍ମାଣ କରାଯିବ । ଏହା ସହିତ ବିଭିନ୍ନ ଉପକରଣ ଓ ଯନ୍ତ୍ରପାତି ମଧ୍ୟ କିଣାଯିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+