ସ୍ଥାୟୀ ପୋଲିସ ଚୟନ ବୋର୍ଡକୁ ମୁଖ୍ୟମନ୍ତ୍ରୀଙ୍କ ସ୍ୱୀକୃତି

Naveen patnaik

ଭୁବନେଶ୍ୱର: ରାଜ୍ୟରେ ସ୍ଥାୟୀ ପୋଲିସ ଚୟନ ବୋର୍ଡକୁ ସ୍ୱୀକୃତି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟରେ ସ୍ଥାୟୀ ପୋଲିସ ଚୟନ ବୋର୍ଡ ଗଠନ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିରେ ଅଧ୍ୟକ୍ଷଙ୍କ ସମେତ ଦୁଇ ଜଣ ସଦସ୍ୟ ରହିବେ । ଏହା ସହିତ ବୋର୍ଡ ଅଫିସ କାର୍ଯ୍ୟ ପରିଚାଳନା ଦିଗରେ 24 ଟି ପ୍ରଶାସନିକ ତଥା ଅନ୍ୟ ପଦବୀକୁ ମଧ୍ୟ ସରକାର ଅନୁମୋଦନ ଦେଇଛନ୍ତି ।

ଏହି ବୋର୍ଡର ଅଧ୍ୟକ୍ଷ ପଦରେ ଜଣେ ସ୍ୱତନ୍ତ୍ର ଡିଜି ବା ଅତିରିକ୍ତ ଡିଜି ପାହ୍ୟାର ଅଧିକାରୀଙ୍କୁ ଅବସ୍ଥାପିତ କରାଯିବ । ଦୁଇ ଜଣ ସଦସ୍ୟଙ୍କ ମଧ୍ୟରୁ ଜଣେ ଅତିରିକ୍ତ ଡିଜି ବା ଆଇ.ଜି ପାହ୍ୟାର ଅଧିକାରୀ ରହିବେ ଏବଂ ଅନ୍ୟ ଜଣେ ଡି.ଆଇ.ଜି ବା ଏସ୍‌.ପି ପାହ୍ୟାରେ ରହିବେ ।

ପୋଲିସ ବିଭାଗରେ ସିପାହୀଠାରୁ ଆରମ୍ଭ କରି ସବ୍‌ ଇନିସ୍‌ପେକ୍ଟର ତଥା ମିନିଷ୍ଟରିଆଲ ଷ୍ଟାଫ ନିଯୁକ୍ତି ଦାୟିତ୍ୱ ଏହି ବୋର୍ଡ ସଂପାଦନ କରିବ । ଏହି ସ୍ଥାୟୀ ବୋର୍ଡ ଗଠନ ଦ୍ୱାରା ପୋଲିସ ବିଭାଗର ନିଯୁକ୍ତି ପ୍ରକ୍ରିୟା ତ୍ୱରାନ୍ୱିତ ହେବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+