ହାତ ପାହାନ୍ତାରେ ପହଞ୍ଚିଲା ବ୍ୟାଙ୍କ ସୁବିଧା; ବ୍ୟାଙ୍କ ନ ଥିବା ପଞ୍ଚାୟତରେ ‘ଆମ ବ୍ୟାଙ୍କ’ ଯୋଜନା ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ବ୍ୟାଙ୍କ ସୁବିଧା ନ ଥିବା ଅଞ୍ଚଳ ପାଇଁ ଯୁଗାନ୍ତକାରୀ 'ଆମ ବ୍ୟାଙ୍କ' ଯୋଜନା ଆରମ୍ଭ କରିଛନ୍ତି । ଏହାଦ୍ବାରା ବ୍ୟାଙ୍କ ସୁବିଧା ନ ଥିବା ୪୩୭୩ ପଞ୍ଚାୟତରେ ଲୋକମାନେ ବ୍ୟାଙ୍କିଙ୍ଗ ସୁବିଧା ପାଇବେ । ୨୦୨୪ ମାର୍ଚ୍ଚ ସୁଦ୍ଧା ଏହି ସମସ୍ତ ପଞ୍ଚାୟତକୁ ବ୍ୟାଙ୍କ ସୁବିଧା ପହଞ୍ଚିବ । ଆଜି ପ୍ରଥମ ପର୍ଯ୍ୟାୟରେ ୭୫୪ଟି ପଞ୍ଚାୟତରେ ଆମ ବ୍ୟାଙ୍କ ସୁବିଧା ଆରମ୍ଭ ହେଲା । ଏହି କାର୍ଯ୍ୟକ୍ରମକୁ ରାଜ୍ୟର ୧୦୦୦ଟି ସ୍ଥାନରେ ୪ ଲକ୍ଷ ଲୋକ ସିଧାପ୍ରସାରଣ ଜରିଆରେ ଲାଇଭ ଦେଖିଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆମ ବ୍ୟାଙ୍କ ମଡେଲ ସାରା ଦେଶରେ ପ୍ରଥମ। ଏହି ବ୍ୟାଙ୍କିଙ୍ଗ ମଡେଲ ସାରା ଦେଶ ପାଇଁ ଏକ ରୋଲ ମଡେଲ ହେବ ବୋଲି ସେ ମତ ହେବା ସହିତ ଏକ ନୂଆ ଓଡିଶା, ସଶକ୍ତ ଓଡିଶା ଗଠନ ପାଇଁ ଆହ୍ବାନ ଦେଇଛନ୍ତି ।

ଏହି କାର୍ଯ୍ୟକ୍ରମରେ ୬ଟି ରାଷ୍ଟ୍ରାୟତ ବ୍ୟାଙ୍କ ଯୋଡି ହୋଇଛନ୍ତି। ଏମାନେ ହେଲେ - State Bank of India, Punjab National Bank, Union Bank of India, UCO Bank, Bank of India ଓ Bank of Baroda. ଆମ ବ୍ୟାଙ୍କ ଗୁଡିକ ଲୋକଙ୍କୁ ୧୫ ପ୍ରକାର ବ୍ୟାଙ୍କ ସେବା ଯୋଗାଇ ଦେବେ ।

 naveen patnaik

ସୂଚନାଯୋଗ୍ୟ ଯେ ରାଜ୍ୟର ସମୁଦାୟ ୬୭୯୮ ଗ୍ରାମ ପଞ୍ଚାୟତ ମଧ୍ୟରୁ ପ୍ରାୟ ୬୫ ପ୍ରତିଶତ ବା ୪୩୭୩ଟି ଗ୍ରାମ ପଞ୍ଚାୟତରେ ବ୍ୟାଙ୍କ ସୁବିଧା ନାହିଁ । ଲୋକଙ୍କ ଆର୍ଥିକ ସଶକ୍ତିକରଣ ପାଇଁ ବ୍ୟାଙ୍କ ସୁବିଧା ଏକ ଜରୁରୀ ଆବଶ୍ୟକତା ହୋଇଥିବାରୁ, ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବ୍ୟାଙ୍କ ମାନଙ୍କୁ ସମସ୍ତ ସୁବିଧା ପ୍ରଦାନ କରି ୬ ମାସ ମଧ୍ୟରେ ସବୁ ବ୍ୟାଙ୍କ ନ ଥିବା ପଞ୍ଚାୟତରେ Customer Service Point Plus ଯୋଜନା ଆରମ୍ଭ କରିଛନ୍ତି । ଏହା 'ଆମ ବ୍ୟାଙ୍କ' ଭାବରେ ଲୋକଙ୍କୁ ସେବା ଯୋଗାଇଦେବ । ଏଥିପାଇଁ ରାଜ୍ୟ ସରକାର ଏହିସବୁ ପଞ୍ଚାୟତରେ ବ୍ୟାଙ୍କ ମାନଙ୍କୁ ଆସନ୍ତା ୫ ବର୍ଷ ପାଇଁ ଘର (Banking space), ବିଦ୍ୟୁତ ବ୍ୟବସ୍ଥା, ଇଣ୍ଟରନେଟ ଯୋଗାଯୋଗ ଏବଂ ଅନ୍ୟାନ୍ୟ ଆନୁସଂଗିକ ସୁବିଧା ଯୋଗାଇ ଦେବେ ।

ଏହି କାର୍ଯ୍ୟକ୍ରମକୁ ଅନ୍‌ଲାଇନ ଜରିଆରେ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ମୁଁ ଚାହେଁ ରାଜ୍ୟର ସବୁ ଲୋକ ଆର୍ଥିକ ଅନ୍ତର୍ଭୁକ୍ତିକରଣର ସୁବିଧା ପାଆନ୍ତୁ । ଜମିପଟ୍ଟା, ଆଧାର କାର୍ଡ, ଭୋଟର ଆଇଡି କାର୍ଡ ପରି ବ୍ୟାଙ୍କ ଆକାଉଣ୍ଟ ମଧ୍ୟ ଖୁବ ଜରୁରୀ । ଘର ପାଖରେ ବ୍ୟାଙ୍କ ସୁବିଧା ମିଳିଲେ, ଆମର କାଳିଆ, ମମତା, ମଧୁବାବୁ ପେନ୍‌ସନ ପରି ବିଭିନ୍ନ direct benefit transfer ତଥା ଛୋଟ ଛୋଟ ବ୍ୟବସାୟୀଙ୍କ ପାଇଁ ଋଣ ଆଦି ସୁବିଧା ଲୋକଙ୍କ ପାଖରେ ସିଧାସଳଖ ଓ ସୁବିଧାରେ ଉପଲବ୍‌ଧ ହୋଇପାରିବ । ଏହା ହିଁ ଆମ 5T ନୀତିର ମୁଖ୍ୟ ଲକ୍ଷ୍ୟ । ତେଣୁ ଆମ ବ୍ୟାଙ୍କ ଲୋକଙ୍କ ଅର୍ଥନୈତିକ ସଶକ୍ତିକରଣ ଦିଗରେ ଆଉ ଏକ ମାଇଲଷ୍ଟୋନ ହେବ ବୋଲି ଦୃଢୋକ୍ତି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ବାରା ଗାଁ ରେ ରହୁଥିବା ଲକ୍ଷ ଲକ୍ଷ ଲୋକ ଆର୍ଥିକ ଦୃଷ୍ଟିରୁ ସଶକ୍ତ ହୋଇପାରିବେ ।

ରାଜ୍ୟ ସରକାରଙ୍କ 5T ଉପକ୍ରମରେ ଏହା ଆରମ୍ଭ କରାଯାଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏଭଳି ଯୋଜନା ଆରମ୍ଭ କରିବାରେ ଓଡିଶା ସାରା ଦେଶରେ ପ୍ରଥମ । ଏଥିପାଇଁ ରାଜ୍ୟ ସରକାର ୫୦୦ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ବୋଲି ସେ କହିଥିଲେ । ଏହାସହିତ ବରିଷ୍ଠ ନାଗରିକ, ଗର୍ଭବତୀ ମହିଳା ଓ ଭିନ୍ନକ୍ଷମ ମାନଙ୍କୁ ବ୍ୟାଙ୍କ ସେବା ସେମାନଙ୍କ ଘରେ ହିଁ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲୋକଙ୍କ ଆର୍ଥିକ ଅନ୍ତର୍ଭୁକ୍ତିକରଣ ବିନା କୌଣସି ଦେଶ ବା ରାଜ୍ୟ ସବୁ ବର୍ଗର ଲୋକଙ୍କ ପାଇଁ ବିକାଶ ଆଣିପାରିବ ନାହିଁ । (No country or state can ever attain inclusive growth without achieving financial inclusion for its people).ଆଜି ଆର୍ଥିକ କ୍ଷେତ୍ରରେ ଉନ୍ନତି, ସାମାଜିକ ବିକାଶ, ଡିଜିଟାଲ ରୂପାନ୍ତର, ଉତ୍ତମ ପ୍ରଶାସନିକ ବ୍ୟବସ୍ଥା (Good governance), ସବୁ କ୍ଷେତ୍ରରେ ଓଡିଶା ଏକ ରୋଲ ମଡେଲ ହୋଇପାରିଛି ।

କାର୍ଯ୍ୟକ୍ରମରେ ଯୋଗ ଦେଇ ଅର୍ଥମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ବଳିଷ୍ଠ ନେତୃତ୍ବ ଯୋଗୁ ଓଡିଶା ଆଜି ଆର୍ଥିକ କ୍ଷେତ୍ରରେ ରୂପାନ୍ତର ଆଣିପାରିଛି । ଆଜି ଆମ ବ୍ୟାଙ୍କ ସେବା ଏହି ଆର୍ଥିକ ପ୍ରଗତୀକୁ ଆହୁରି ଆଗକୁ ନେବ ବୋଲି ସେ କହିଥିଲେ ।

ଏହି କାର୍ଯ୍ୟକ୍ରମକୁ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ । ଏହି ଅବସରରେ ସେ କହିଥିଲେ ଯେ ବ୍ୟାଙ୍କ ସୁବିଧା ନ ଥିବା ପଞ୍ଚାୟତ ଗୁଡିକୁ ବ୍ୟାଙ୍କ ସେବା ଆଣିବା ପାଇଁ ଯେଉଁ ଗତିରେ କାମ ଚାଲିଛି, ସେହି ଗତିରେ କାମ ଚାଲିଲେ, ସବୁ ପଞ୍ଚାୟତରେ ପହଞ୍ଚିବା ପାଇଁ ୩୦ ବର୍ଷ ଲାଗିଥାନ୍ତା । କିନ୍ତୁ ଲୋକଙ୍କ ଆର୍ଥିକ ସଶକ୍ତିକରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଯୋଗୁ ଆଜି ଏହା ମାତ୍ର ୬ ମାସ ମଧ୍ୟରେ ସମ୍ଭବ ହୋଇପାରୁଛି । ଏହା ହେଉଛି ରୂପାନ୍ତର ବୋଲି ସେ କହିଥିଲେ ।

ଷ୍ଟେଟ ବ୍ୟାଙ୍କ ଅଧ୍ୟକ୍ଷ ଶ୍ରୀ ଦିନେଶ କୁମାର ଖାରା ଅନ୍‌ଲାଇନ ଜରିଆରେ ଯୋଗ ଦେଇ କହିଲେ ଯେ ଓଡିଶା ସରକାରଙ୍କର ଏହା ଏକ ଆକାଂକ୍ଷୀ କାର୍ଯ୍ୟକ୍ରମ। ଏହାଦ୍ବାରା ରାଜ୍ୟର ଲୋକମାନଙ୍କ ପାଇଁ ଆର୍ଥିକ କ୍ଷେତ୍ରରେ ବିପୁଳ ସୁଯୋଗ ସୃଷ୍ଟି ହେବ ।

ୟୁକୋ ବ୍ୟାଙ୍କର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ଅଶ୍ବିନୀ କୁମାର କହିଲେ ଯେ ଲୋକଙ୍କ ଆର୍ଥିକ ସଶକ୍ତିକରଣ ଦିଗରେ ଏହି ଛୋଟ ପଦକ୍ଷେପଟି ଏକ ବିରାଟ ପରିବର୍ତ୍ତନ ଆଣିବ। ସାଂସ୍କୃତିକ ଐତିହ୍ୟ ପାଇଁ ପରିଚିତ ଓଡିଶା ଆଜି ଆର୍ଥିକ କ୍ଷେତ୍ରରେ ଏକ ବଳିଷ୍ଠ ରାଜ୍ୟ ହୋଇପାରିବ ବୋଲି ସେ କହିଥିଲେ ।

ଏହି ଅବସରରେ ଆମ ବ୍ୟାଙ୍କ ଆରମ୍ଭ ହୋଇଥିବା କେତେକ ପଞ୍ଚାୟତର ହିତାଧିକାରୀ ମୁଖ୍ୟମନ୍ତ୍ରୀଙ୍କ ସହିତ ମତ ବିନିମୟ କରିଥିଲେ । ବାଲେଶ୍ବର ଭୋଗରାଇ ବ୍ଲକ୍‌ର ବାଜିତପୁର ପଞ୍ଚାୟତର ବାର୍ଦ୍ଧକ୍ୟଭତ୍ତା ହିତାଧିକାରୀ ଶ୍ରୀ ଗୌରାଙ୍ଗ ପାଲ, ସେହି ପଞ୍ଚାୟତର ମମତା ହିତାଧିକାରୀ ଅସୀମା ଦେ ପ୍ରମୁଖ କହିଥିଲେ ଯେ ଆମେ ଆଗରୁ ବ୍ୟାଙ୍କ ଭତ୍ତା ଆଣିବା ପାଇଁ ୩ କିଲୋମିଟର ଦୂରକୁ ଯାଉଥିଲୁ। ଆଜି ମୁଖ୍ୟମନ୍ତ୍ରୀଙ୍କ ଏହି ପଦକ୍ଷେପ ଯୋଗୁ ଆମ ଘର ପାଖରେ ଏହି ସୁବିଧା ପାଇପାରିବୁ । ଆମେ ସମସ୍ତେ ବହୁତ ଖୁସି। ମୁଖ୍ୟମନ୍ତ୍ରୀଙ୍କ ଧନ୍ୟବାଦ । କଳାହାଣ୍ଡି ଜୁନାଗଡ ବ୍ଲକ୍‌ର କାଲେଇ ଗାଁ ପଞ୍ଚାୟତର ବ୍ୟାଙ୍କି କରେସପଣ୍ଡେନ୍‌ସ ସୁନିଲ କୁମାର ପଟେଲ ଏବଂ ଗଞ୍ଜାମ ହିଞ୍ଜିଳିକାଟୁର ନନ୍ଦିକା ପଞ୍ଚାୟତର ସରପଞ୍ଚ ଶ୍ରୀ କୃଷ୍ଣଚନ୍ଦ୍ର ବଉଳ ପ୍ରମୁଖ ମଧ୍ୟ ଲୋକମାନେ ଏଥିରେ ବହୁତ ସୁବିଧା ପାଇବେ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ପ୍ରକାଶ କରିଥିଲେ ।

ଅର୍ଥ ବିଭାଗର ପ୍ରମୁଖ ସଚିବ ଶ୍ରୀ ବିଶାଳ ଦେବ ସ୍ବାଗତ ଭାଷଣ ଦେଇଥିଲେ ଏବଂ Director Institutional Finance ଧନ୍ୟବାଦ ଅର୍ପଣ କରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+