ବିଶିଷ୍ଟ ସଂଗୀତଜ୍ଞ ପ୍ରଫୁଲ୍ଲ କର ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ,ରାଷ୍ଟ୍ରୀୟ ସମ୍ମାନ ସହ ହେବ ଶେଷକୃତ୍ୟ
ଯଶସ୍ୟୀ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗ ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ଶୋକବାର୍ତ୍ତା ରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ୱର୍ଗତ କରଙ୍କୁ ଜଣେ ଯଶସ୍ୱୀ କଳାକାର ଭାବରେ ବର୍ଣନା କରିଛନ୍ତି ।
ଭୁବନେଶ୍ୱର : ଯଶସ୍ୟୀ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗ ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ଶୋକବାର୍ତ୍ତା ରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ୱର୍ଗତ କରଙ୍କୁ ଜଣେ ଯଶସ୍ୱୀ କଳାକାର ଭାବରେ ବର୍ଣନା କରିଛନ୍ତି ।

ଜଣେ ଗୀତିକାର ସଂଗୀତଜ୍ଞ ତଥା ସଂଗୀତ ନିର୍ଦେଶକ ଭାବରେ ସେ ଅନେକ ଗୌରବଜ୍ବଳ କୀର୍ତ୍ତି ସ୍ଥାପନ କରିଯାଇଛନ୍ତି । ତାଙ୍କ ବିୟୋଗ ଓଡ଼ିଆ ସଙ୍ଗୀତ ଜଗତରେ ଏକ ଯୁଗର ଅବସାନ ଘଟାଇଛି । ତାଙ୍କର ସ୍ୱତନ୍ତ୍ର ସଙ୍ଗୀତ ରଚନା ଶୈଳୀ ଓ ନିର୍ଦେଶନା ଲୋକଙ୍କ ହୃଦୟରେ ତାଙ୍କୁ ସର୍ବଦା ଅମର କରି ରଖିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି ।
ସ୍ୱର୍ଗତ କରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ସହ ଅନୁଷ୍ଠିତ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଶେଷକୃତ୍ୟ ସମୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଦୁଇ ଜଣ ମନ୍ତ୍ରୀ ପ୍ରତାପ ଜେନା ଓ ସମୀରରଂଜନ ଦାଶ ଉପସ୍ଥିତ ରହି ଶେଷ ସମ୍ମାନ ଜଣାଇବେ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।












Click it and Unblock the Notifications