ତୁମ ପ୍ରତିଭା ର ସୁରଭି ସମସ୍ତେ ଅନୁଭବ କରନ୍ତୁ.... ପିଲା ମାନଙ୍କୁ ପ୍ରେରଣା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଭଲ ପାଠ ପଢ...ବାପା ମାଙ୍କ ସ୍ୱପ୍ନକୁ ସାକାର କର । ତୁମ ପ୍ରତିଭାର ସୁରଭି ସୁରଭି ସମସ୍ତେ ଅନୁଭବ କରନ୍ତୁ । ପିଲାମାନଙ୍କୁ ଉଦବୋଧନ ଦେଇ ଏପରି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆଜି ଲୋକ ସେବା ଭବନ କନଭେନସନ୍ ହଲ ଠାରେ ଜନଜାତି ଓ ଜାତି ଉନ୍ନୟନ ବିଭାଗ ଅଧିନରେ ଥିବା ବିଦ୍ୟାଳୟର ପିଲା ମାନଙ୍କ ପାଇଁ ଆୟୋଜିତ ସର୍ଗିଫୁଲ୍ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି । ଜ୍ଞାନ ଓ ଅଭିଜ୍ଞତା ବୃଦ୍ଧି ସହ ପ୍ରତିଭାର ପ୍ରଦର୍ଶନ ପାଇଁ ସର୍ଗୁଫୁଲ ଏକ ବହୁତ୍ ଭଲ କାର୍ଯ୍ୟକ୍ରମ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

Sargi phula - Naveen Patnaik

ଏହା ସହିତ ପିଲା ମାନଙ୍କୁ ପ୍ରେରଣା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପିଲାମାନେ ନିଜ ନିଜର ପ୍ରତିଭାକୁ ଜାଣି ଆଗକୁ ବଢ଼ିବା ପାଇଁ ଉଦ୍ୟମ କରିବା ଉଚିତ୍। ଏହା ହେଲେ ସେମାନେ ନିଶ୍ଚୟ ସଫଳ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ପିଲା ମାନଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ପିଲାମାନେ ସର୍ଗିଫୁଲ ପାଇଁ ଭୁବନେଶ୍ଵର ଆସିଛନ୍ତି । ଭୁବନେଶ୍ବରର ବିଭିନ୍ନ ଐତିହାସିକ ସ୍ଥାନ ଓ ଅନ୍ୟ ପର୍ଯ୍ୟଟନ ସ୍ଥଳ ମଧ୍ୟ ବୁଲି ଦେଖୁଛନ୍ତି । ଏହାଦ୍ବାରା ସେମନଙ୍କର ଜ୍ଞାନ ଓ ଅଭିଜ୍ଞତା ବୃଦ୍ଧି ହେଉଛି । ପିଲା ମାନଙ୍କ ଭବିଷ୍ୟତ ପାଇଁ ଏହା ଖୁବ ଭଲ ଉଦ୍ୟମ ।

ଆଗକୁ ବଢିବାର ମୁଖ୍ୟ ରାସ୍ତା ହେଉଛି ଶିକ୍ଷା ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ବିଜ୍ଞାନ, ସାହିତ୍ୟ ସହିତ ଆମେ ଆମର ରାଜ୍ୟ, ଆମ ଦେଶ, ଆମ ସଂସ୍କୃତି ସଂପର୍କରେ ମଧ୍ୟ ଜାଣିବା ଦରକାର । ନିଜର ପ୍ରତିଭାକୁ ଚିହ୍ନି, ଆଗକୁ ବଢ଼ିବା ପାଇଁ କାମ କଲେ, ଆମେ ନିଶ୍ଚୟ ସଫଳ ହେବା ବୋଲି ସେ କହିଥିଲେ । ଜନଜାତି ବିଦ୍ୟାଳୟର ପିଲା ମାନଙ୍କ ପାଇଁ ରାଜ୍ୟ ସରକାର ଅନେକ ଯୋଜନା କରିଛନ୍ତି ବୋଲି ପ୍ରକାଶ କରି ସେ କହିଥିଲେ ଯେ ପିଲା ମାନଙ୍କ ପାଇଁ କମ୍ପୁଟର ଶିକ୍ଷା, ସ୍ବାସ୍ଥ୍ୟ ପରୀକ୍ଷା, ମାତୃଭାଷାରେ ଶିକ୍ଷାଦାନ ଆଦି ଅନେକ କାର୍ଯ୍ୟକ୍ରମ କରାଯାଉଛି । ଏହା ସହ ସ୍କୁଲ କୁ ଘର ଓ ପରିବାର ସଙ୍ଗେ ତୁଳନା କରି ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍କୁଲ ତୁମ ନିଜ ଘର ପରି, ସହପାଠୀ ମାନେ, ତୁମ ପରିବାର ସଦସ୍ୟ ପରି । ସେଥିପାଇଁ, ରାଜ୍ୟ ସରକାର ସେମାନଙ୍କ ପିତାମାତା ମାନଙ୍କୁ ସ୍କୁଲର ପାର୍ଟନର କରିଛନ୍ତି । ତେଣୁ ପିଲାମାନେ ଖୁସିରେ ପାଠ ପଢିବା ଉଚିତ୍ । ପୁରସ୍କାର ପାଉଥିବା ସବୁ ପିଲାଙ୍କୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଥିଲେ ।

ବିଭିନ୍ନ କଳାରେ ପାରଦର୍ଶିତା ରଖିଥିବା ଜନଜାତି ଛାତ୍ରଛାତ୍ରୀଙ୍କ ଅଂଶଗ୍ରହଣ ଓ ସେମାନଙ୍କ ପ୍ରଦର୍ଶନ ଖୁବ୍ ଉଚ୍ଚକୋଟୀର । ବିଭିନ୍ନ ପ୍ରତିଯୋଗିତା ରେ କୃତିତ୍ବ ଅର୍ଜନ କରିବା ସେହି ଜନଜାତି ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପୁରସ୍କୃତ କରିଛନ୍ତି ।

କାର୍ଯ୍ୟକ୍ରମରେ ଯୋଗ ଦେଇ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସରକା କହିଲେ ଯେ ପିଲାଙ୍କ ପ୍ରତିଭାର ପ୍ରସ୍ଫୁଟନ ଓ ବିକାଶ ପାଇଁ ସରଗି ଫୁଲ ଏକ ବହୁତ୍ ଭଲ କାର୍ଯ୍ୟକ୍ରମ । ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ଶ୍ରୀ ସୁଦାମ ମାର୍ଣ୍ଡି କହିଲେ ଯେ ଜନ ଜାତି ପିଲାଙ୍କ ଶିକ୍ଷା ପାଇଁ ମୁଖ୍ୟ ମନ୍ତ୍ରୀ ସବୁ ବ୍ୟବସ୍ଥା କରିଛନ୍ତି। କମ୍ପ୍ୟୁଟର ସହିତ ଇଂଲିଶ ଭାଷାରେ ଶିକ୍ଷା ଦେବ ପାଇଁ ବ୍ୟବସ୍ଥା କରିଛନ୍ତି। ଆଦିବାସୀ ମାନଙ୍କୁ ଜଙ୍ଗଲ ଜମି ଉପରେ ଅଧିକାର ଦେଇଛନ୍ତି। ସଂସ୍କୃତିର ସୁରକ୍ଷା ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ କରିଛନ୍ତି । କାର୍ଯ୍ୟକ୍ରମ ପ୍ରାରମ୍ଭରେ ସ୍ଵାଗତ ଭାଷଣ ଦେଇ ବିଭାଗୀୟ ସଚିବ ଶ୍ରୀମତୀ ରୂପା ରୋସନ୍ ସାହୁ କହିଲେ ଯେ ପିଲାଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀନ ବିକାଶ ପାଇଁ ଗତ 14 ବର୍ଷ ଧରି ସରଗୀ ଫୁଲ କାର୍ଯ୍ୟକ୍ରମ କରାଯାଉଛି। ଏ ବର୍ଷ ପ୍ରଥମ ଥର ପାଇଁ zonal ସ୍ତରରେ କାର୍ଯ୍ୟକ୍ରମ କରାଯାଇ ରାଜ୍ୟ ସ୍ତରରେ ପୁରସ୍କାର ପ୍ରଦାନ କରାଯାଉଛି। ପିଲାଙ୍କ ଆଧୁନିକ ଶିକ୍ଷା ପାଇଁ ୩୦୦ ଟି ICT ଓ Tinkering Lab କରିବାର ଲକ୍ଷ୍ୟ ରଖା ଯାଇଛି। ସେଥି ମଧ୍ୟରୁ 100 ଟି ଲାବ୍ ପ୍ରସ୍ତୁତ ହୋଇ ସାରିଛି ବୋଲି ସେ ସୂଚନା ଦେଇଥିଲେ ।

ସୂଚନା ଯୋଗ୍ୟ ଯେ ସରଗି ଫୁଲ ହେଉଛି ଆସ୍ଥାର ପ୍ରତୀକ, ପ୍ରଗତିର ପ୍ରତୀକ, ସୃଜନର ପ୍ରତୀକ । ଏହି ଆସ୍ଥା, ପ୍ରଗତି ଓ ସୃଜନକୁ ନେଇ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ବିଭିନ୍ନ ଜନଜାତି ବିଦ୍ୟାଳୟ ଗୁଡିକରେ ପଢୁଥିବା ଛାତ୍ରଛାତ୍ରୀଙ୍କ ଲୁକ୍କାୟିତ ପ୍ରତିଭାକୁ ବିକଶିତ କରିବାର ପ୍ରୟାସ ନେଇ ସରଗି ଫୁଲ ମହୋତ୍ସବ ପ୍ରତିବର୍ଷ ଆୟୋଜିତ ହୋଇଥାଏ ।

ଚଳିତ ବର୍ଷ ଏହି ସମାରୋହକୁ ଆହୁରି ବ୍ୟାପକ କରିବା ପାଇଁ ଦୁଇଟି ଜୋନ୍ ରେ ଆୟୋଜିତ କରାଯାଇଥିଲା । ପ୍ରଥମ ଜୋନ୍ ସୁନ୍ଦରଗଡ ଜିଲ୍ଲାର ଭବାନୀପୁର ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ଠାରେ 15 ଟି ଜିଲ୍ଲାରୁ ଛାତ୍ରଛାତ୍ରୀମାନେ ଭାଗ ନେଇ ଡିସେମ୍ବର 6 ଓ 8 ତାରିଖରେ ନିଜର ପ୍ରତିଭାର ପ୍ରଦର୍ଶନ କରିଥିଲେ । ସେହିପରି ଗଜପତି ଜିଲ୍ଲାର ରାୟଗଡ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅନ୍ୟ 15 ଟି ଜିଲ୍ଲାର ଛାତ୍ରଛାତ୍ରୀମାନେ ଡିସେମ୍ବର 12 ଓ 14 ତାରିଖରେ ପ୍ରତିଯୋଗିତାରେ ଯୋଗ ଦେଇ ନିଜ ପ୍ରତିଭାକୁ ପ୍ରତିଫଳିତ କରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+