ମହେଶ୍ୱର ମହାନ୍ତି ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ଵର: ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପରଲୋକ ହୋଇଛି । ତାଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ନବୀନ ପଟ୍ଟନାୟକ କହିଛନ୍ତି, ମହେଶ୍ୱର ମହାନ୍ତି ଜଣେ ଲୋକ ପ୍ରିୟ ଜନ ନେତା ଭାବରେ ସୁନାମ ଅର୍ଜନ କରିଥିଲେ । ଜଣେ ଦକ୍ଷ ସଂଗଠକ ଭାବରେ ତଙ୍କର ସୁନାମ ଥିଲା । ମନ୍ତ୍ରୀ ତଥା ବିଧାୟକ ଭାବେ ରାଜ୍ୟର ବିକାଶରେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଇଥିଲେ । ବିଶେଷକରି ପୁରୀ ଅଞ୍ଚଳର ବିକାଶରେ ତାଙ୍କର ଭୂମିକା ତାଙ୍କୁ ଅମର କରି ରଖିବ । ବାଚସ୍ପତି ଭାବରେ ଉଚ୍ଚ ଗଣତାନ୍ତ୍ରିକ, ସଂସଦୀୟ ପରମ୍ପରା ପ୍ରତିଷ୍ଠା ପାଇଁ ନିଜର ଅବଦାନ ରଖି ଯାଇଛନ୍ତି । ତାଙ୍କ ବିୟୋଗ ଓଡିଶା ପାଇଁ ଏକ ବଡ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମ ବେଦନା ପ୍ରକାଶ କରିଛନ୍ତି ।












Click it and Unblock the Notifications