Get Updates
Get notified of breaking news, exclusive insights, and must-see stories!

କୋରାପୁଟ ଜିଲ୍ଲାରେ ଗଡ଼ିଲା ଲକ୍ଷ୍ମୀ ବସ୍, ‘ବିକାଶର ଆଲୋକକୁ ଆହୁରି ଉଜ୍ଜଳ କରିଛି' କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କୋରାପୁଟରେ ଗଡ଼ିଲା ବିକାଶର ଗାଡ଼ି ଲକ୍ଷ୍ମୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଜିଲ୍ଲାରେ ରାଜ୍ୟ ସରକାରଙ୍କ ମହତ୍ୱକାଂକ୍ଷୀ ଯୋଜନା 'ଲକ୍ଷ୍ମୀ' ସେବାର ଶୁଭାରମ୍ଭ କରିଛନ୍ତି । 5T ଯୋଜନାରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ମା'ମାନଙ୍କୁ ବସ୍ ପରିଚଳନା ଦାୟିତ୍ୱ ଦିଆଯାଇଛି । ଏହି ଯୋଜନାରେ ମହିଳା, ଛାତ୍ରଛାତ୍ରୀ ଓ ଭିନ୍ନକ୍ଷମ ବର୍ଗର ଲୋକମାନେ ମାତ୍ର 5 ଟଙ୍କାରେ ଗାଁରୁ ବ୍ଲକକୁ ଯାଇପାରିବେ । କୋରାପୁଟରେ 63 ଟି ବସ୍ ଜିଲ୍ଲାର 234 ପଞ୍ଚାୟତକୁ ଯୋଡିବ ।

Laccmi scheme

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ପ୍ରଥମ ପର୍ଯ୍ୟାୟରେ ମାଲକାନଗିରିରୁ ଲକ୍ଷ୍ମୀ ବସ୍‌ସେବା ଆରମ୍ଭ ହୋଇ ଆଜି କୋରାପୁଟରେ ପହଞ୍ଚିଲା । ପ୍ରଥମ ପର୍ଯ୍ୟାୟରେ ମାଲକାନଗିରି, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, ଗଜପତି ଓ କୋରାପୁଟ ଜିଲ୍ଲାବାସୀ ଲକ୍ଷ୍ମୀ ବସ୍‌ ସେବା ପାଇଲେ । ଏହି 6 ଟି ଜିଲ୍ଲାର 1131 ଟି ପଞ୍ଚାୟତକୁ ଲକ୍ଷ୍ମୀ ବସ୍‌ ସୁବିଧା ମିଳିଲା । ଏ ସବୁ ଜିଲ୍ଲାର 63 ଲକ୍ଷ ଲୋକଙ୍କ ପାଇଁ ଘର ପାଖରୁ ସେମାନଙ୍କୁ ଯିବା ଆସିବା ପାଇଁ ସୁବିଧା ହେଲା । ଗମନାଗମନ ପାଇଁ ଦୈନନ୍ଦିନ ଅସୁବିଧା ଦୂର ହେବା ସହିତ ଲୋକମାନେ ସୁବିଧାରେ କମ୍ ଖର୍ଚ୍ଚରେ ଯିବାଆସିବା ସୁବିଧା ପାଇପାରିଲେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଲୋକମାନଙ୍କର ଯାତାୟତ ଅସୁବିଧା ବିଷୟରେ ଜାଣି ଏହି ଯୋଜନା ଆରମ୍ଭ କରାଯାଇଛି । ଲକ୍ଷ୍ମୀ ବସ୍‌ ସମସ୍ତଙ୍କୁ ଯୋଡିବା କାମ କରିବ । ପିଲାମାନଙ୍କୁ ସ୍କୁଲ କଲେଜ ନେବ । ରୋଗୀକୁ ହସ୍ପିଟାଲ ନେବ । ଚାଷୀକୁ ମାର୍କେଟ ସହିତ ଯୋଡିବ । ମା'ମାନଙ୍କୁ ବିଭିନ୍ନ କାର୍ଯ୍ୟରେ ଯିବାଆସିବା ପାଇଁ ସୁବିଧା ହେବ । ସମସ୍ତଙ୍କ ପାଇଁ ଲକ୍ଷ୍ମୀ ବସ୍‌ ଏକ ଆଶୀର୍ବାଦ ବୋଲି ମୁଖ୍ୟମନ୍ତ୍ରୀ କହିବା ସହିତ ଲକ୍ଷ୍ମୀ ବସ୍‌ ବିକାଶର ଆଲୋକକୁ ଆହୁରି ଉଜ୍ଜଳ କରିଛି ବୋଲି ସେ କହିଥିଲେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ ଏବେ ଆମ ରାଜ୍ୟରେ ଗାଁ ଗାଁରେ ବିକାଶର ଉତ୍ସବ ଚାଲିଛି । 'ଆମ ଓଡିଶା ନବୀନ ଓଡିଶା' କାର୍ଯ୍ୟକ୍ରମ ମାଧ୍ୟମରେ ପଞ୍ଚାୟତ ମାନଙ୍କରେ ନୂଆ ଜାଗରଣ ଆସିଛି । ଜଗନ୍ନାଥ ସଂସ୍କୃତିର ପ୍ରସାର ସହିତ ଡିଜିଟାଲ ଭିତ୍ତିଭୂମିର ବିକାଶ ହୋଇଛି । ବିକାଶ ଆଜି ଏକ ଜନ ଆନ୍ଦୋଳନରେ ପରିଣତ ହୋଇ ପଞ୍ଚାୟତଗୁଡିକ ବିକାଶ କାର୍ଯ୍ୟକ୍ରମର ପ୍ରାଣକେନ୍ଦ୍ର ପାଲଟିଛି । ଗାଁର ରୂପାନ୍ତର ସାରା ଓଡିଶାର ରୂପାନ୍ତର ପାଇଁ ରାସ୍ତା ଖୋଲିଛି । ଓଡିଶା ଆମ ସମସ୍ତଙ୍କର । ଏ ବିକାଶ ମଧ୍ୟ ଆମ ସମସ୍ତଙ୍କର ବୋଲି କହିବା ସହିତ ସମସ୍ତଙ୍କର ସହଯୋଗରେ ନୂଆ ଓଡିଶା ଗଠନ ସାକାର ହେବ ବୋଲି ମୁଖ୍ୟମନ୍ତ୍ରୀ ଦୃଢ ଆଶା ବ୍ୟକ୍ତ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ଯୋଗଦେଇ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ କହିଥିଲେ ଯେ ଲକ୍ଷ୍ମୀ ଯୋଜନାର ବସ୍‌ ରାଜ୍ୟବାସୀଙ୍କ ଟଙ୍କାରେ କିଣା ଯାଇଛି । ତେଣୁ ଏହାକୁ ନିଜ ସମ୍ପତ୍ତି ଭାବି ଏହାର ଉପଯୁକ୍ତ ରକ୍ଷଣାବେକ୍ଷଣ କରିବା ପାଇଁ ଶ୍ରୀ ପାଣ୍ଡିଆନ ସମସ୍ତଙ୍କୁ ଅନୁରୋଧ କରିଥିଲେ । କୋରାପୁଟର ନୂଆ ବସ୍‌ଷ୍ଟାଣ୍ଡ ପାଇଁ ମୁଖ୍ୟମନ୍ତ୍ରୀ ଜମି ଯୋଗାଇବା ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ବୋଲି ସେ ସୂଚନା ଦେଇଥିଲେ ।

କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ କହିଥିଲେ ଯେ ଆଜି ମୁଖ୍ୟମନ୍ତ୍ରୀଙ୍କ ବଳିଷ୍ଠ ନେତୃତ୍ୱ ଓ ଦିଗ୍‌ଦର୍ଶନରେ ରାଜ୍ୟରେ ସବୁକ୍ଷେତ୍ରରେ ବିକାଶର ଧାରା ଜାରି ରହିଛି । ଗାଁରୁ ସହର, ସବୁଠି ଆଜି ଦିଶୁଛି ବିକାଶର ଝଲକ । ଲକ୍ଷ୍ମୀ ଯୋଜନା ଗ୍ରାମାଞ୍ଚଳରେ ଯାତାୟତକୁ ସୁଗମ କରି ସମୃଦ୍ଧି ଆଣିବ । ଓଡିଶାକୁ ଭାରତର ଏକ ଶ୍ରେଷ୍ଠ ରାଜ୍ୟରେ ପରିଣତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରୟାସରେ ସେ ସମସ୍ତଙ୍କର ସହଯୋଗ କାମନା କରିଥିଲେ ।

ଏହି କାର୍ଯ୍ୟକ୍ରମରେ କୋଟପାଡ ବିଧାୟିକା ଶ୍ରୀମତୀ ପଦ୍ମିନୀ ଦିଆନ, ପଟାଙ୍ଗୀ ବିଧାୟକ ଶ୍ରୀ ପିତମ ପାଢୀ, ଜୟପୁର ବିଧାୟକ ଶ୍ରୀ ତାରା ପ୍ରସାଦ ବାହିନୀପତି, ଲକ୍ଷ୍ମୀପୁର ବିଧାୟକ ଶ୍ରୀ ପ୍ରଭୁ ଜାନି, କୋରାପୁଟ ବିଧାୟକ ଶ୍ରୀ ରଘୁରାମ ପଡାଲ, ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଶ୍ରୀ ଚନ୍ଦ୍ରଶେଖର ମାଝୀ, ଜିଲ୍ଲା ପରିଷଦ ସଭାପତି ସସ୍ମିତା ମେଲେକା ପ୍ରମୁଖ ନିଜର ବ୍ୟକ୍ତବ୍ୟ ରଖି ଜିଲ୍ଲାର ପରିବହନ ବ୍ୟବସ୍ଥାରେ ବିରାଟ ରୂପାନ୍ତର ସହ ଜନସାଧାରଣଙ୍କ ଆର୍ଥିକ ବିକାଶରେ ଲକ୍ଷ୍ମୀ ଯୋଜନା ବିଶେଷ ସହାୟକ ହେବ ବୋଲି ପ୍ରକାଶ କରି ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ଜଣାଇଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+