Get Updates
Get notified of breaking news, exclusive insights, and must-see stories!

ଗଞ୍ଜାମ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ଅନେକ ପ୍ରକଳ୍ପର କରିବେ ଶିଳାନ୍ୟାସ ଓ ଉଦଘାଟନ

ଭୁବନେଶ୍ୱର: ଗଞ୍ଜାମ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିକାଟୁର ଶେରଗଡ଼ରେ ପହଞ୍ଚିବେ । ଏହି ସମୟରେ ମୁଖ୍ୟମନ୍ତ୍ରୀ ଅନେକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି ।

Naveen patnaik

ସୂଚନା ଅନୁସାରେ, ପୂର୍ବାହ୍ନ 11.15 ରେ ଗଞ୍ଜାମ ଜିଲ୍ଲାର ଶେରଗଡ଼ରେ ପହଞ୍ଚିବେ ନବୀନ । ସେଠାରେ ଏକ ସାଧାରଣ ସଭାକୁ ସମ୍ବୋଧନ କରିବା ସହ ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ଯାସ ଓ ଉଦଘାଟନ କରିବେ । ଏହାପରେ ଶୀତଳାପଲ୍ଲୀଠାରେ ନିର୍ମିତ ସମ୍ ହସ୍ପିଟାଲର ନୂଆ ୟୁନିଟକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ପରେ ପାରଳା ମହାରାଜା ଇଞ୍ଜିନିୟରିଂ କଲେଜ ପଡ଼ିଆରେ ଏକାଧିକ ପ୍ରକଳ୍ପ ଉଦଘାଟନ କରିବା କାର୍ଯ୍ୟକ୍ରମ ମଧ୍ୟ ରହିଛି ।

ଏହା ସହ ଘଟକେଶ୍ୱର ବହୁମୁଖୀ ପ୍ରକଳ୍ପ, ହରଭଙ୍ଗି ସଂପ୍ରସାରିତ ପ୍ରକଳ୍ପ, ଛେଳିଗଡ଼ ଟନେଲର ଉଦଘାଟନ ସହ ଡ୍ୟାମ ଓ ଜାନିବିଲି ବ୍ୟାରେଜ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ । ଆକ୍ମି କ୍ଲିନ ଏନର୍ଜି ପ୍ରାଇଭେଟ ଲିମିଟେଡର ଓ ଅଭଢା ଗୃପ ଅଫ କମ୍ପାନିଜର ଭିତ୍ତିପ୍ରସ୍ତର ସ୍ଥାପନ କରାଯିବ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+