ରାଜ୍ୟ ଆହାର ସୋସାଇଟିକୁ ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ରାଜ୍ୟର ବିଭିନ୍ନ ସ୍ଥାନରେ ଆହାର କେନ୍ଦ୍ର ପରିଚାଳନା ପାଇଁ ଗଠିତ ରାଜ୍ୟସ୍ତରୀୟ ଆହାର କମିଟିକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଟିରୁ ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି ।

ସୂଚନାଯୋଗ୍ୟ ଯେ ୨୦୧୫-୧୬ରୁ ୨୦୨୧-୨୨ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଆହାର କାର୍ଯ୍ୟକ୍ରମ ପାଇଁ ୨୨୮.୭୬ କୋଟି ଟଙ୍କା ମଞ୍ଜୁର କରାଯାଇଛି । ଏହା ଏକ ଅତ୍ୟନ୍ତ ଲୋକପ୍ରିୟ କାର୍ଯ୍ୟକ୍ରମ । ସହର ମାନଙ୍କରେ ହସ୍ପିଟାଲ, ବସଷ୍ଟାଣ୍ଡ ଏବଂ ଅନ୍ୟାନ୍ୟ ଗହଳି ସ୍ଥାନରେ ଜରୁରୀ କାର୍ଯ୍ୟ ପାଇଁ ଯାଇଥିବା ଗରିବ ଲୋକମାନେ ଏହାଦ୍ବାରା ମାତ୍ର ୫ ଟଙ୍କାରେ ସୁଷମ ଓ ସ୍ଵାସ୍ଥ୍ୟପ୍ରଦ ଆହାର ପାଇପାରୁଛନ୍ତି ।












Click it and Unblock the Notifications