ପୁରୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ରଥଯାତ୍ରା ଅବସରରେ ପୁରୀରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରଥରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ଦର୍ଶନ କରିବେ ମୁଖ୍ୟମନ୍ତ୍ରୀ । ଦୁଇ ବର୍ଷ ପରେ ରଥଯାତ୍ରା ହେଉଥିବାରୁ ଅସଂଖ୍ୟ ଶ୍ରଦ୍ଧାଳୁଙ୍କର ଶ୍ରୀକ୍ଷେତ୍ର ଗସ୍ତ ହୋଇଛି।
ପୁରୀ: ରଥଯାତ୍ରା ଅବସରରେ ପୁରୀରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରଥରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ଦର୍ଶନ କରିବେ ମୁଖ୍ୟମନ୍ତ୍ରୀ । ଏନେଇ ମୁଖ୍ୟମନ୍ତ୍ରୀ ପ୍ରଥମେ ଟ୍ବିଟ କରି ସାରା ଓଡିଶାବାସୀଙ୍କୁ ରଥଯାତ୍ରାର ଶୁଭେଚ୍ଛା ଜଣାଇଥିଲେ। ଚତୁର୍ଦ୍ଧାମୂର୍ତ୍ତିଙ୍କ ଆଶୀର୍ବାଦରୁ ପ୍ରତ୍ୟେକଟି ଜୀବନ ମଙ୍ଗଳମୟ ହେଉ ବୋଲି ଟ୍ୱିଟ୍ କରି କହିଛନ୍ତି ମୁଖ୍ୟମନ୍ତ୍ରୀ । ଦୁଇ ବର୍ଷ ପରେ ରଥଯାତ୍ରା ହେଉଥିବାରୁ ଅସଂଖ୍ୟ ଶ୍ରଦ୍ଧାଳୁଙ୍କର ଶ୍ରୀକ୍ଷେତ୍ର ଗସ୍ତ ହୋଇଛି।

ମହାପ୍ରଭୁଙ୍କ ଦର୍ଶନ ପୂର୍ବରୁ ଶ୍ରୀମନ୍ଦିର ଦକ୍ଷିଣ ଦ୍ୱାର ପଟେ ନିର୍ମିତ ମଡେଲ ପ୍ୟାଚ୍ ବୁଲି ଦେଖିବେ ମୁଖ୍ୟମନ୍ତ୍ରୀ । ଦକ୍ଷିଣ ଦ୍ୱାର ନିକଟରେ ପରିକ୍ରମା ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ।
ମୁଖ୍ୟମନ୍ତ୍ରୀଙ୍କ ସହିତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଅଛନ୍ତି । ସମ୍ପୂର୍ଣ୍ଣ ଉତ୍କଳୀୟ ଢାଞ୍ଚାରେ ଖଣ୍ଡୋଲାଇଟ୍ ପଥରରେ କାମ ହୋଇଛି ଏହି ସ୍ଥାନରେ। ଏହି ସୁନ୍ଦର ଓ ଆକର୍ଷଣୀୟ କାମର ଖୁବ ପ୍ରଶଂସା କରିଛନ୍ତି ସ୍ଥାନୀୟ ଲୋକେ । ପୂର୍ଣ୍ଣାଙ୍ଗ ପ୍ରକଳ୍ପ ନିଶ୍ଚିତ ଭାବେ ଚିତାକର୍ଷକ ହେବ ବୋଲି ସେମାନେ କହିଛନ୍ତି ।












Click it and Unblock the Notifications