ନୂଆ ଓଡ଼ିଶା, ସଶକ୍ତ ଓଡ଼ିଶାର ସାରଥୀ ହେବେ ଆଜିର ପିଲା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଫାଇଭ-ଟି ସ୍କୁଲ ରୂପାନ୍ତରଣର ଚତୁର୍ଥ ପର୍ଯ୍ୟାୟର ଚତୁର୍ଥ ଦିନରେ ଆଜି 6 ଜିଲ୍ଲାର 286 ରୂପାନ୍ତରିତ ହାଇସ୍କୁଲକୁ ଲୋକାର୍ପିତ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କରିଛନ୍ତି । ଏଥି ମଧ୍ୟରେ ରହିଛି ଖୋର୍ଦ୍ଧା ଜିଲ୍ଲାର 80, ସୁବର୍ଣ୍ଣପୁରର 14, ପୁରୀ ଜିଲ୍ଲାର 53, ନୟାଗଡ଼ ଜିଲ୍ଲାର 75, ବୌଦ୍ଧ ଜିଲ୍ଲାର 10, ନବରଙ୍ଗପୁର ଜିଲ୍ଲାର 14ଟି ରୂପାନ୍ତରିତ ହାଇସ୍କୁଲ । ଚତୁର୍ଥ ପର୍ଯ୍ୟାୟରେ ମୋଟ 1794 ଟି ସ୍କୁଲର ଲୋକାର୍ପଣ କରାଯାଉଛି । ପୂର୍ବରୁ ତିନୋଟି ପର୍ଯ୍ୟାୟରେ ରାଜ୍ୟରେ 6883 ଟି ସ୍କୁଲ ରୂପାନ୍ତରିତ ହୋଇଛି ।

Naveen patnaik

ରୂପାନ୍ତରିତ ସ୍କୁଲର ସଠିକ ଉପଯୋଗ କରି ଭଲ ପାଠ ପଢି ଏକ ସୁନ୍ଦର ଭବିଷ୍ୟତ ଗଢିବା ପାଇଁ ଫାଇଭ-ଟି ସ୍କୁଲ ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାଦ୍ୱାରା ପିଲାଙ୍କ ଉଜ୍ଜଳ ଭବିଷ୍ୟତ ପାଇଁ ସରକାରୀ ସ୍କୁଲଗୁଡିକ ଶ୍ରେଷ୍ଠ ମାଧ୍ୟମ ହୋଇଛି ।

ଏହି ଅବସରରେ ଛାତ୍ରଛାତ୍ରୀ ମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ରୂପାନ୍ତରିତ ସ୍କୁଲରେ ପିଲାଙ୍କ ସଫଳ ଭବିଷ୍ୟତ ପାଇଁ ସବୁ ସୁଯୋଗ ରହିଛି । ଆଜିର ପିଲାମାନେ ଆଗାମୀ ଦିନରେ ନୂଆ ଓଡ଼ିଶା, ସଶକ୍ତ ଓଡ଼ିଶାର ସାରଥୀ ହେବେ ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ ଆଶା ଓ ବିଶ୍ବାସ ପ୍ରକଟ କରିଥିଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଅବସରରେ ସଂପୃକ୍ତ ଜିଲ୍ଲାର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ଶିକ୍ଷୟିତ୍ରୀ ଓ ଅଭିଭାବକ ମାନଙ୍କୁ ଏହି କାର୍ଯ୍ୟକ୍ରମରେ ସହଯୋଗ ପାଇଁ ଧନ୍ୟବାଦ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଏବେ ଓଡ଼ିଶାରେ ରୂପାନ୍ତରର ଯୁଗ ଚାଲିଛି । ଶିକ୍ଷା ହିଁ ଆମ ସମାଜର ସାମୁହିକ ଚିନ୍ତାଧାରକୁ ଉଚ୍ଚସ୍ତରକୁ ନେଇଥାଏ । ସ୍କୁଲ ରୂପାନ୍ତର ଓଡିଆ ଜାତିରେ ନୂଆ ଜାଗରଣ ର ମାର୍ଗ ପ୍ରଶସ୍ତ କରିଛି ବୋଲି ସେ କହିଥିଲେ । ସ୍କୁଲ କଲେଜ ଠାରୁ ଆରମ୍ଭ କରି ହସ୍‌ପିଟାଲ, ପର୍ଯ୍ୟଟନ କ୍ଷେତ୍ର, ମଠ ମନ୍ଦିର, ପଞ୍ଚାୟତ, ଗାଁ ସବୁଠାରେ ରୂପାନ୍ତର କାର୍ଯ୍ୟ ଚାଲିଛି । ଏକ ନୂଆ ଓଡିଶା, ସଶକ୍ତ ଓଡିଶା ଗଠନ ପାଇଁ ଏହି ରୂପାନ୍ତର ରାସ୍ତା ପ୍ରସ୍ତୁତ କରୁଛି ।

ଏହା ସହ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏସବୁ ରୂପାନ୍ତର କାର୍ଯ୍ୟକ୍ରମ ମଧ୍ୟରେ ସବୁଠାରୁ ଗୁରୁତ୍ବପୂର୍ଣ୍ଣ ଓ ଶ୍ରେଷ୍ଠ ହେଉଛି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ । ସ୍କୁଲରୁ ହିଁ ଗୋଟିଏ ଜାତିର ଭବିଷ୍ୟତ ନିର୍ମାଣ ହୋଇଥାଏ । ପିଲାମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ୫ଟିର ଗୁରୁତ୍ଵ ବୁଝାଇ ଥିଲେ । ସେ କହିଥିଲେ ଯେ ପିଲାମାନେ ନିଜ ଜୀବନରେ ଏହାକୁ ପ୍ରୟୋଗ କଲେ ନିଶ୍ଚୟ ସଫଳ ହେବେ ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେ ଯେ 5 ଟି ଉପକ୍ରମରେ ଏହି ରୂପାନ୍ତର କାର୍ଯ୍ୟକ୍ରମରେ ତୁମ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍‌, କମ୍ପ୍ୟୁଟର, ଅତ୍ୟାଧୁନିକ ଲାବୋରେଟେରୀର ବ୍ୟବସ୍ଥା କରାଯାଇଛି । ଏହା ହେଉଛି ଟେକ୍‌ନୋଲୋଜିର ପ୍ରୟୋଗ । ସେହିଭଳି ଟିମ୍‌ୱାର୍କ ଜରିଆରେ ସମସ୍ତେ ମିଳିମିଶି କାମ କରୁଛନ୍ତି । ସମସ୍ତଙ୍କ ସହ ଆଲୋଚନା କରି ସବୁ କାମ ସ୍ବଚ୍ଛତାର ସହ କରାଯାଉଛି । ଏହିସବୁର ଉପଯୋଗରେ ତୁମ ସ୍କୁଲ ମାନଙ୍କରେ ଆସିଛି ରୂପାନ୍ତର । ଯାହାକୁ ତୁମେ ଏବେ ଦେଖୁଛ ଓ ଅନୁଭବ କରୁଛ । ପିଲାମାନଙ୍କ ଭବିଷ୍ୟତ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ସରକାରୀ ସ୍କୁଲର ପିଲାମାନଙ୍କ ପାଇଁ ମେଡିକାଲ ଓ ଇଂଜିନିଅରିଂ କଲେଜରେ 15 ପ୍ରତିଶତ ସ୍ଥାନ ସଂରକ୍ଷଣ କରାଯାଇଛି । ସରକାରୀ ସ୍କୁଲ ମାନଙ୍କରେ ପିଲାମାନଙ୍କ ଶିକ୍ଷାଦାନ କ୍ଷେତ୍ରରେ ବହୁ ଉନ୍ନତି ଆସିଛି । ଏବେ ସରକାରୀ ସ୍କୁଲରେ ପାଠ ପଢିବା ପାଇଁ ପିଲା ଓ ଅଭିଭାବକ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହେଉଛି ।

ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ଆହ୍ବାନ ଦେଇ କହିଥିଲେ ଯେ ତୁମେମାନେ ତୁମ ଜୀବନରେ 5ଟି ନୀତିର ପ୍ରୟୋଗ କର । ଏହା ତୁମ ମାନଙ୍କ ପାଇଁ ସଫଳତା ଆଣିଦେବ । ତୁମେ ମାନେ ନୂଆ ନୂଆ ବୈଷୟିକ ଜ୍ଞାନକୌଶଳ ବିଷୟରେ ଜାଣିବାକୁ ଚେଷ୍ଟା କର । ମିଳିମିଶି କାମ କର । ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ କ୍ରୀଡା କ୍ଷେତ୍ରରେ ଟିମ୍‌ ୱାର୍କର ବିଶେଷ ଭୂମିକା ରହିଛି । ସ୍ବଚ୍ଛତା ଓ ସାଧୁତା ହେଉଛି ମଣିଷ ଜୀବନର ଶ୍ରେଷ୍ଠ ଗୁଣ। ଜୀବନର ସବୁ କ୍ଷେତ୍ରରେ ସାଧୁତା ଅବଲମ୍ବନ କରିବାକୁ ଚେଷ୍ଟା କର । ସମୟ ହେଉଛି ତୁମ ମାନଙ୍କ ପାଇଁ ସବୁଠାରୁ ମୂଲ୍ୟବାନ । ସମୟକୁ ନଷ୍ଟ ନ କରି ତାର ଉପଯୋଗ କର । ଏହି ଚାରୋଟି ନୀତିକୁ ଅନୁସରଣ କଲେ ଜୀବନରେ ସଫଳତା ହାସଲ କରି ରୂପାନ୍ତର ଆସିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+