Get Updates
Get notified of breaking news, exclusive insights, and must-see stories!

‘ବିକଶିତ ଗାଁ ହେବ ଆଧୁନିକ ଓଡ଼ିଶାର ପରିଚୟ'; ତିନି ଜିଲ୍ଲାର ବିକାଶ ପାଇଁ 263 କୋଟି 10 ଲକ୍ଷ ଟଙ୍କା ମଞ୍ଜୁର

ଭୁବନେଶ୍ୱର: ଗାଁ ଗାଁର ବିକାଶ ଆମର ମୂଳ ଲକ୍ଷ୍ୟ । ପ୍ରତି ପଞ୍ଚାୟତ ଓ ପ୍ରତି ଗାଁର ବିକାଶକୁ ଫୋକସ୍ । ଗାଁ ଗାଁରେ ହେବ ସଂସ୍କୃତିର ସୁରକ୍ଷା ଓ ଆଧୁନିକତାର ବିକାଶ ହେବ । ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ୱାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ । ବିକଶିତ ଗାଁ ହେବ ଆଧୁନିକ ଓଡ଼ିଶାର ପରିଚୟ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବାନ ପଟ୍ଟନାୟକ ।

ama odisha nabin odisha

ତିନି ଜିଲ୍ଲାରେ ଆମ ଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ୱ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ । ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ । ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ । ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ଏହା ସହ ଗାଁ ରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ । ଗାଁ ରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ । ବିଜ୍ଞାନ ପାର୍କ ହେବ । ଦକ୍ଷତା ବିକାଶ କେନ୍ଦ୍ର ହେବ । ୱାର୍କ ହବ୍ ହେବ। ବ୍ୟାଙ୍କିଂ ସୁବିଧା ମିଳିବ । ଏହି କାର୍ଯ୍ୟକ୍ରମରେ ଗାଁର ପ୍ରାଥମିକ ବିଦ୍ୟାଳୟଗୁଡିକ ମଧ୍ୟ ସାମିଲ ହେବ । ଏହା ଆମର ଯୁବ ସମାଜ ପାଇଁ, ମା ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡ଼ିଶାର ପରିଚୟକୁ ଆହୁରି ଉଜ୍ଜ୍ବଳ କରିବ । ଏହି ନୂଆ ଓଡ଼ିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡ଼ିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ ।

ଆଜି ଭୁବନେଶ୍ୱରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତିନି ଜିଲ୍ଲା ମୟୂରଭଞ୍ଜ, ବରଗଡ ଓ ଦେବଗଡ ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ପ୍ରତି ପଞ୍ଚାୟତ 50 ଲକ୍ଷ ଟଙ୍କା ଲେଖାଏଁ ପାଇବେ । ତିନି ଜିଲ୍ଲାର 23 ଟି ବିକାଶମୂଳକ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ 263 କୋଟି 10 ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି ।

ମୟୂରଭଞ୍ଜ ଜିଲ୍ଲାର 5 ନିର୍ବାଚନମଣ୍ଡଳୀକୁ 11 କୋଟି 50 ଲକ୍ଷ ଟଙ୍କା ମିଳିଛି । ସେହିପରି ବରଗଡର 5 ଟି ନିର୍ବାଚନ ମଣ୍ଡଳୀ ପାଇଁ 126 କୋଟି 50 ଲକ୍ଷ ଟଙ୍କା ମିଳିଥିବାବଳେ ଦେବଗଡର ଗୋଟିଏ ନିର୍ବାଚନମଣ୍ଡଳୀ ପାଇଁ 35 କୋଟି ଟଙ୍କା ମିଳିଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ବିକଶିତ ଗାଁ ଆଧୁନିକ ଓଡିଶାର ପରିଚୟ ହେବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+