Get Updates
Get notified of breaking news, exclusive insights, and must-see stories!

ସାଇବର ସୁରକ୍ଷା ଅଭିଯାନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ରାଜ୍ୟ ସାରା ବୁଲିବ ସାଇବର ସୁରକ୍ଷା ଅଭିଯାନ ରଥ । ବିଭିନ୍ନ ସ୍କୁଲ, କଲେଜ ଓ ପଞ୍ଚାୟତ ଆଦି ଭ୍ରମଣ କରି ସାଇବର ସୁରକ୍ଷା ସଂପର୍କରେ ସଚେତନାର ବାର୍ତ୍ତା ପ୍ରଦାନ କରିବ । ଏ ନେଇ ସାଇବର ସୁରକ୍ଷା ଅଭିଯାନର ଶୁଭାରମ୍ଭ ହୋଇଛି । ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । 34 ଟି ସାଇବର ସୁରକ୍ଷା ରଥ ଆଜିଠାରୁ ସାରା ରାଜ୍ୟର ବିଭିନ୍ନ ସ୍କୁଲ, କଲେଜ ଓ ପଞ୍ଚାୟତ ଆଦି ଭ୍ରମଣ କରି ସାଇବର ସୁରକ୍ଷା ସଂପର୍କରେ ସଚେତନାର ବାର୍ତ୍ତା ପ୍ରଦାନ କରିବ ।

cyber safety campaign

ସୂଚନାଯୋଗ୍ୟ ଯେ, ଗତ କିଛି ବର୍ଷ ମଧ୍ୟରେ ସାରା ଦେଶ ଓ ରାଜ୍ୟରେ ସାଇବର ଅପରାଧର ମାତ୍ରା ଚିନ୍ତାଜନକ ଭାବେ ବୃଦ୍ଧି ପାଇଛି । ସଚେତନତା ଓ ସତର୍କତା ଏହାକୁ ରୋକିବାର ଏକ ପ୍ରମୁଖ ଉପାୟ । ତେଣୁ ସାରା ରାଜ୍ୟରେ ସବୁ ସ୍ତରରେ ଏ ସଂପର୍କରେ ସଚେତନତା ଆଣିବା ପାଇଁ ଏହି ଅଭିଯାନ ଆରମ୍ଭ କରାଯାଇଛି । ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ସତର୍କ ଓ ସୁରକ୍ଷିତ ରହିବାକୁ ଆହ୍ବାନ ଦେଇଛନ୍ତି ।

ଏହି ଅଭିଯାନରେ ଜିଲ୍ଲା ପ୍ରଶାସନ ତରଫରୁ ସାଇବର ସୁରକ୍ଷା ରଥକୁ ସ୍ୱାଗତ କରାଯିବ । ପ୍ରତିଦିନ ଅତି କମ୍‌ରେ ଦୁଇଟି ଶିକ୍ଷାନୁଷ୍ଠାନରେ ସଚେତନତା କାର୍ଯ୍ୟକ୍ରମ କରାଯିବ । ଏହାସହ ବ୍ଲକ୍‌ ଓ ପୋଲିସ ଷ୍ଟେସନ ଅଞ୍ଚଳରେ ଥିବା ବିଭିନ୍ନ ଜନଗହଳି ସ୍ଥାନଗୁଡିକରେ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯିବ । ସ୍କୁଲ ଓ କଲେଜ ଗୁଡିକରେ ଛାତ୍ର ଛାତ୍ରୀମାନଙ୍କ ମଧ୍ୟରେ କୁଇଜ ପ୍ରତିଯୋଗିତା କରାଯିବ ।

ଅକ୍ଟୋବର 8 ତାରିଖ ସକାଳେ ବିଭିନ୍ନ ସହରାଞ୍ଚଳରେ ମିନି ମାରାଥନ ଆୟୋଜନ କରାଯିବ । 14 ତାରିଖ ଦିନ ବରିଷ୍ଠ ନାଗରିକ ମାନଙ୍କୁ ସଚେତନ କରିବାକୁ ସନ୍ଧ୍ୟା ଭ୍ରମଣ କାର୍ଯ୍ୟକ୍ରମ ଆୟୋଜନ କରାଯିବ । 15 ତାରିଖରେ ଉଦଯାପନୀ ଉତ୍ସବ ଅନୁଷ୍ଠିତ ହେବ । ଏଥିରେ ଜିଲ୍ଲା ପ୍ରଶାସନର ଅଧିକାରୀମାନଙ୍କ ସହିତ ପଦ୍ମ ପୁରସ୍କାରପ୍ରାପ୍ତ ବିଶିଷ୍ଟ ବ୍ୟକ୍ତିଗଣ, ସ୍ୱାଧୀନତା ସଂଗ୍ରାମୀମାନେ ଉପସ୍ଥିତ ରହିବେ । ଏହି ଅଭିଯାନରେ ପଞ୍ଚାୟତ ପ୍ରତିନିଧି, ମିଶନ ଶକ୍ତି ସଦସ୍ୟ, ସ୍କୁଲ ଓ ଗଣଶିକ୍ଷା ବିଭାଗ, ଉଚ୍ଚଶିକ୍ଷା ବିଭାଗ, ପଞ୍ଚାୟତିରାଜ ଏବଂ ସୂଚନା ଓ ଲୋକସଂପର୍କ ବିଭାଗର ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ରହି କାର୍ଯ୍ୟକ୍ରମରି ସହଯୋଗ କରିବେ ।

ଆଜିର କାର୍ଯ୍ୟକ୍ରମରେ ରାଜ୍ୟ ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା, ମନ୍ତ୍ରୀ ଅଶୋକ ପଣ୍ଡା, ଭୁବନେଶ୍ବରର ଦୁଇ ବିଧାୟକ ଅନନ୍ତ ନାରାୟଣ ଜେନା, ସୁଶାନ୍ତ ରାଉତ, ମେୟର ସୁଲୋଚନା ଦାସ, ମୁଖ୍ୟ ଶାସନ ସଚିବ ପି.କେ. ଜେନା, ଡିଜିପି ସୁନୀଲ କୁମାର ବଂଶଲ ପ୍ରମୁଖ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+