Get Updates
Get notified of breaking news, exclusive insights, and must-see stories!

ଆଉ ଦୁଇ ଜିଲ୍ଲାରେ ‘ଆମ ଓଡିଶା ନବୀନ ଓଡିଶା' ଶୁଭାରମ୍ଭ, ବିଭିନ୍ନ ପ୍ରକଳ୍ପ ପାଇଁ 311 କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ୱର: ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ୱକାଂକ୍ଷୀ ଯୋଜନା 'ଆମ ଓଡିଶା ନବୀନ ଓଡିଶା' । ପ୍ରତି ପଞ୍ଚାୟତ ଏବଂ ଗାଁକୁ ବିକାଶ କରିବା ରହିଛି ଏହି ଯୋଜନାର ଲକ୍ଷ୍ୟ ।

ଏହି ସମୟରେ ଆଜି ଆଉ ଦୁଇ ଜିଲ୍ଲାରେ 'ଆମ ଓଡ଼ିଶା, ନବୀନ ଓଡ଼ିଶା' ର ଶୁଭାରମ୍ଭ ହୋଇଛି । ଆଜି ଭୁବନେଶ୍ୱରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ଚତୁର୍ଥ ଦିନରେ କଟକ ଓ କେନ୍ଦ୍ରାପଡା ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରତି ପଞ୍ଚାୟତକୁ ମିଳିବ 50 ଲକ୍ଷ ଟଙ୍କା ।

ama odisha nabin odisha

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗାଁରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ । ଗାଁରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ । ବିଜ୍ଞାନ ପାର୍କ ହେବ । ଦକ୍ଷତା ବିକାଶ କେନ୍ଦ୍ର ହେବ । Works hub ହେବ । Banking ସୁବିଧା ମିଳିବ। ଏହି କାର୍ଯ୍ୟକ୍ରମରେ ଗାଁର primary school ଗୁଡିକ ମଧ୍ୟ ସାମିଲ ହେବ। ଏହା ଆମର ଯୁବ ସମାଜ ପାଇଁ, ମା'ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡିଶାର ପରିଚୟକୁ ଆହୁରି ଉଜ୍ଜଳ କରିବ ।

ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ ସବୁ ଗାଁର ବିକାଶ ଆମର ଲକ୍ଷ୍ୟ। ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ। ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ବାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ । ବିକଶିତ ଗାଁ ହେବ ଆଧୁନିକ ଓଡିଶାର ପରିଚୟ । ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଏହି ନୂଆ ଓଡିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ ।

ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ, ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି । ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତାର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡିଶା ନବୀନ ଓଡିଶା ।

ଏହି ଯୋଜନା କଟକ ଜିଲ୍ଲାର 8 ଟି ନିର୍ବାଚନମଣ୍ଡଳୀକୁ ମିଳିଛି 186 କୋଟି 50 ଲକ୍ଷ ଟଙ୍କା । ବଡମ୍ବା, ଚୌଦ୍ୱାର-କଟକ, ବାଙ୍କୀ, ଆଠଗଡ, ନିଆଳି, କଟକ ସଦର, ସାଲେପୁର ଓ ମାହାଙ୍ଗା ଆଦି ନିର୍ବାଚନମଣ୍ଡଳୀର 373 ଗ୍ରାମ ପଞ୍ଚାୟତରେ 5351 ଟି ପ୍ରକଳ୍ପ ହେବ ।

ସେହିପରି କେନ୍ଦ୍ରାପଡା ଜିଲ୍ଲାର 5 ଟି ନିର୍ବାଚନମଣ୍ଡଳୀ ପାଇଁ 124 କୋଟି 50 ଲକ୍ଷ ଟଙ୍କା ମଞ୍ଜୁର ହୋଇଛି । ମହାକାଳପଡା, କେନ୍ଦ୍ରାପଡା, ପାଟକୁରା, ରାଜନଗର ଓ ଆଳି ନିର୍ବାଚନମଣ୍ଡଳୀରେ 249 ଟି ଗ୍ରାମପଞ୍ଚାୟତରେ 3353 ଟି ପ୍ରକଳ୍ପ କରାଯିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+