ଆମ ଓଡ଼ିଶା ନବୀନ ଓଡ଼ିଶାରେ ଆଉ ତିନି ଜିଲ୍ଲା ସାମିଲ, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ୱର: ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ୱକାଂକ୍ଷୀ ଯୋଜନା 'ଆମ ଓଡିଶା ନବୀନ ଓଡିଶା' । ପ୍ରତି ପଞ୍ଚାୟତ, ପ୍ରତି ଗାଁର ବିକାଶ ରହିଛି ଏହି କାର୍ଯ୍ୟକ୍ରମର ଫୋକସ୍ । ରାଜ୍ୟର ଗାଁ ଓ ପଞ୍ଚାୟତର ଭିତ୍ତିଭୂମି ସୁଦୃଢ କରିବା ପାଇଁ ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନା ଆରମ୍ଭ କରିଛନ୍ତି ରାଜ୍ୟ ସରକାର ।

ଏହି ଯୋଜନାରେ ଆଉ ତିନି ଜିଲ୍ଲା ସାମିଲ ହୋଇଛି । କାର୍ଯ୍ୟକ୍ରମର ଦ୍ୱାଦଶ ଦିନରେ ସୁନ୍ଦରଗଡ, ଢେଙ୍କାନାଳ ଓ ବୌଦ୍ଧ ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଯୋଜନାରେ ତିନି ଜିଲ୍ଲାର 12 ଟି ନିର୍ବାଚନ ମଣ୍ଡଳୀରେ ପ୍ରାୟ 7 ହଜାରରୁ ଅଧିକ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ପ୍ରାୟ 280 କୋଟି ଟଙ୍କା ଅନୁମୋଦନ କରିଛନ୍ତି ।
ସୁନ୍ଦରଗଡ ଜିଲ୍ଲାର 6 ଟି ନିର୍ବାଚନମଣ୍ଡଳୀ ସୁନ୍ଦରଗଡ, ତଳସରା, ବିରମିତ୍ରପୁର, ରଘୁନାଥପାଲି, ରାଜଗାଙ୍ଗପୁର ଓ ବଣେଇ ର 17 ଟି ବ୍ଲକ୍ ର 279 ଟି ଗ୍ରାମ ପଞ୍ଚାୟତରେ 3016 ଟି ପ୍ରକଳ୍ପ ପାଇଁ ମିଳିଛି 139.50 କୋଟି ଟଙ୍କା । ସେହିପରି ଢେଙ୍କାନାଳ ଜିଲ୍ଲାର 4 ଟି ନିର୍ବାଚନମଣ୍ଡଳୀ ଢେଙ୍କାନାଳ, କାମାକ୍ଷାନଗର, ପରଜଙ୍ଗ, ହିନ୍ଦୋଳ ର 8 ଟି ବ୍ଲକ୍ରେ 212 ଟି ଗ୍ରାମପଞ୍ଚାୟତରେ 3053 ଟି ପ୍ରକଳ୍ପ କରାଯିବ । ଏ ନେଇ 106 କୋଟି ଟଙ୍କା ମଞ୍ଜୁର ହୋଇଛି । ଏହା ସହ ବୌଦ୍ଧ ଜିଲ୍ଲାର 2 ଟି ନିର୍ବାଚନ ମଣ୍ଡଳୀକୁ ମିଳିଛି 34.50 କୋଟି ଟଙ୍କା । କଣ୍ଟାମାଳ, ବୌଦ୍ଧ ନିର୍ବାଚନମଣ୍ଡଳୀର 3 ଟି ବ୍ଲକ୍ 69 ଟି ଗ୍ରାମ ପଞ୍ଚାୟତରେ 1159 ଟି ପ୍ରକଳ୍ପ ପାଇଁ ଏହି ଟଙ୍କା ଖର୍ଚ୍ଚ ହେବ ।
ଏହି ଅବସରରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସଂସ୍କୃତିର ପ୍ରସାର ଓ ଆଧୁନିକ ଭିତ୍ତିଭୂମିର ଉନ୍ନତି ଆମର ଗାଁଗୁଡିକୁ ବିକାଶର ଶିଖରରେ ପହଞ୍ଚାଇବ। ସେ ପୁଣି କହିଲେ ଯେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଗାଁ ଗାଁରେ ଆଧୁନିକ ଓଡିଶାର ଭିତ୍ତି ସ୍ଥାପନ କରିବ। ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତା'ର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡିଶା ନବୀନ ଓଡିଶା ।
ସବୁ ଗାଁର ବିକାଶ ଆମର ଲକ୍ଷ୍ୟ। ଗାଁରେ ସମସ୍ତଙ୍କୁ ମିଳିବ ବିକାଶର ଗ୍ୟାରେଣ୍ଟି। ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ବାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ। ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ। ବିକଶିତ ଗାଁ ହେବ ଆଧୁନିକ ଓଡିଶାର ପରିଚୟ। ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ବ ପ୍ରେମ, ଶାନ୍ତି, ସଦ୍ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ଗାଁରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ । ଗାଁରେ ଇଣ୍ଟରନେଟ୍ ସଂଯୋଗ ମିଳିବ । ବିଜ୍ଞାନ ପାର୍କ ହେବ । ଦକ୍ଷତା ବିକାଶ କେନ୍ଦ୍ର ହେବ। Works hub ହେବ। Banking ସୁବିଧା ମିଳିବ। ଏହି କାର୍ଯ୍ୟକ୍ରମରେ ଗାଁର primary school ଗୁଡିକ ମଧ୍ୟ ସାମିଲ ହେବ। ଏହା ଆମର ଯୁବ ସମାଜ ପାଇଁ, ମା'ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡିଶାର ପରିଚୟକୁ ଆହୁରି ଉଜ୍ଜଳ କରିବ ।
ଏହି ନୂଆ ଓଡିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ ।
5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରି ରୂପାନ୍ତର କାର୍ଯ୍ୟକ୍ରମ ଲୋକଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିଛି ବୋଲି କହିଥିଲେ। 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ୍ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କହିଲେ ଯେ ଏବେ ଓଡିଶାରେ ଗାଁ ଲୋକମାନେ ବିକାଶର ପ୍ରକୃତ ଭାଗିଦାର ହୋଇଛନ୍ତି। ଆମେ ସମସ୍ତେ ମିଶି ଗାଁର ବିକାଶ କରିବୁ, ଭଲ କାମ କରିବୁ, ଶୀଘ୍ର କରିବୁ ଓ ସ୍ୱଚ୍ଛତାର ସହ କରିବୁ। ସେ କହିଥିଲେ ଯେ ମା ମାନଙ୍କୁ ସଶକ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ସ୍ୱପ୍ନ ଆଜି ସଫଳ ହୋଇଛି । ମା' ମାନେ ହିଁ ନବୀନ ଓଡିଶାର ମଙ୍ଗ ଧରିଛନ୍ତି ।
ସେ ପୁଣି କହିଲେ ଯେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଏହା ହେଉଛି ୫ମ ପାଳି। ଏଥିରେ ସେ ମା'ମାନଙ୍କ ପାଇଁ 5ଟି ଉପହାର ଦେଇଛନ୍ତି । 5 ଟଙ୍କାରେ ଆହାର, 5 ଟଙ୍କାରେ ଲକ୍ଷ୍ମୀ ବସ, ମମତାରେ 5 ହଜାର ଟଙ୍କା, ମିଶନ ଶକ୍ତିରେ 5 ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବିନା ସୁଧରେ ଋଣ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସମସ୍ତଙ୍କ ପାଇଁ 5 ଲକ୍ଷ, ମା' ମାନଙ୍କ ପାଇଁ ଆଉ 5 ଲକ୍ଷ ଟଙ୍କା ଦିଆଯାଉଛି ବୋଲି 5T ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ କହିଥିଲେ ।
ସୁନ୍ଦରଗଡ ଜିଲ୍ଲା କାର୍ଯ୍ୟକ୍ରମରେ, ଶ୍ରୀ ପାଣ୍ଡିଆନ କହିଥିଲେ ଯେ ସୁନ୍ଦରଗଡ ଲୋକଙ୍କ ହକି ପ୍ରତି ପ୍ରବଳ ଉତ୍ସାହକୁ ମୁଖ୍ୟମନ୍ତ୍ରୀ ଭଲ ଭାବରେ ଅନୁଭବ କରିଛନ୍ତି। ସେମାନଙ୍କ ମନୋଭାବକୁ ସମ୍ମାନ ଜଣାଇ ସେ ସୁନ୍ଦରଗଡରେ ବିଶ୍ୱକପ ହକିର ଆୟୋଜନ କରିଥିଲେ ଏବଂ ଏଥିପାଇଁ ଏକ ସୁନ୍ଦର ଅନ୍ତର୍ଜାତୀୟ ମାନର ହକି ଷ୍ଟାଡିୟମ ନିର୍ମାଣ କରିଛନ୍ତି। ଏହି ଷ୍ଟାଡିୟମ ମଧ୍ୟ ରେକର୍ଡ ସମୟରେ ନିର୍ମାଣ ହୋଇଥିଲା। ହକିର ବିକାଶ ପାଇଁ ସୁନ୍ଦରଗଡର ପ୍ରତି ବ୍ଲକକୁ ଆଷ୍ଟ୍ରୋଟର୍ଫ ମଧ୍ୟ ଦେଇଛନ୍ତି ବୋଲି ସେ କହିଥିଲେ ।












Click it and Unblock the Notifications