Get Updates
Get notified of breaking news, exclusive insights, and must-see stories!

କଳାହାଣ୍ଡିରେ ଲକ୍ଷ୍ଣୀ ବସ୍‌ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ବସ୍‌ରେ ବସି ବଳରାମପୁର ପର୍ଯ୍ୟନ୍ତ ଗଲେ

ଭୁବନେଶ୍ୱର: କଲାହାଣ୍ଡି ପ୍ରତିଷ୍ଠା ଦିବସରେ ଜିଲ୍ଲାରେ ହେଲା ବିକାଶର ସୂର୍ଯ୍ୟୋଦୟ । ଜିଲ୍ଲା ଗସ୍ତ କରି ଲକ୍ଷ୍ନୀ ବସ୍ ସେବା ଶୁଭାରମ୍ଭ କରିବା ସହ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହ ଦୁଇ ଦଶନ୍ଧି ଧରି କଲାହାଣ୍ଡିବାସୀଙ୍କ ଥିବା ସ୍ୱପ୍ନ ପୂରଣ କରିଛନ୍ତି । କଳାହାଣ୍ଡିରେ ସହିଦ ରେଣ୍ଡୋ ମାଝୀ ମେଡିକାଲ କଲେଜ ମଧ୍ୟ ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ସହିଦ ରେଣ୍ଡୋ ମାଝୀଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

କଳାହାଣ୍ଡି ପ୍ରତିଷ୍ଠା ଦିବସରେ ଜିଲ୍ଲାବାସୀଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଯୋଜନାରେ 63 ଟି ବସ୍‌ ଚାଲିବ ଏବଂ ସବୁ ପଞ୍ଚାୟତକୁ ବସ୍‌ ଯିବ । କଳାହାଣ୍ଡି ବିଶ୍ୱବିଦ୍ୟାଳୟ ପଡିଆରେ ଏହି ଯୋଜନା ଆରମ୍ଭ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍ଷ୍ମୀ ଘରେ ଘରେ ଖୁସି ଆଣିବ ଏବଂ ବିକାଶର ଗାଡିକୁ ଆହୁରି ଜୋରରେ ଆଗକୁ ନେବ । ସାରା ରାଜ୍ୟରେ ଏହି ଯୋଜନାରେ 1000 ଟି ବସ୍‌ ଚାଲିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କଳାହାଣ୍ଡି ବିଶ୍ୱବିଦ୍ୟାଳୟକୁ ମା ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ଭାବେ ନାମିତ କରିଥିଲେ ।

CM

ଯୋଜନାର ଶୁଭାରମ୍ଭ ପରେ ବସ୍‌ରେ ବସି ବଳରାମପୁର ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଯାଇଥିଲେ । ସେଠାରେ ଏକ ବିକ୍ୟୁଏସ୍‌ ଫ୍ୟାସିଲିଟିର ଉଦ୍‌ଘାଟନ କରିଥିଲେ । ଆଜି ଦିନଟି କଳାହାଣ୍ଡିର ବିକାଶ ଯାତ୍ରାରେ ଏକ ବଡ଼ ମାଇଲ ଖୁଣ୍ଟ ଓ ବହୁତ ଆନନ୍ଦର ଦିନ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଆଜି ଏଠାରେ 300 କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଉଦ୍‌ଘାଟନ ହେଲା । ଆଉ 900 କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିଭୂମି ରଖାଗଲା । ଏହା ଜିଲ୍ଲାର ବିକାଶ ଗତିକୁ ଆହୁରି ଜୋରଦାର କରିବ ବୋଲି ସେ କହିଥିଲେ । ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ ଏଥିରେ ଆପଣଙ୍କ ଘର ପାଖକୁ ବସ ଆସିବ। ସମସ୍ତଙ୍କୁ ଯୋଡ଼ିବ। ପିଲାଙ୍କୁ ସ୍କୁଲ ସହିତ, ଚାଷୀକୁ ମାର୍କେଟ ସହିତ ଆଉ ମା ମାନଙ୍କ ଗତିଶୀଳତା ବୃଦ୍ଧି ପାଇବ ।

କଳାହାଣ୍ଡିର ବିକାଶ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରୂପାନ୍ତର କ୍ଷେତ୍ରରେ କଳାହାଣ୍ଡି ଆମର ଏକ ମଡେଲ । ଶିକ୍ଷା ,ସ୍ୱାସ୍ଥ୍ୟ ଯୋଗାଯୋଗ, ଭିତ୍ତିଭୂମି ଶିଳ୍ପ କୃଷି ସବୁ କ୍ଷେତ୍ରରେ ଉନ୍ନତି କଳାହାଣ୍ଡି ବାସୀଙ୍କ ସପନକୁ ସାକାର କରିଛି। କଳାହାଣ୍ଡି ଆଜି ନିଜ ଇତିହାସକୁ ପରିବର୍ତ୍ତନ କରିଛି। ସଫଳତାର ନୂଆ କାହାଣୀ ଯୋଡ଼ିଛି। ବିକାଶର ଯାତ୍ରାରେ ଆଗକୁ ବଢ଼ିଛି। ସାରା ଦେଶକୁ ଆଜି କଳାହାଣ୍ଡି ଚାଉଳ ଦଉଛି ବୋଲି ସେ କହିଥିଲେ।

ଇନ୍ଦ୍ରାବତୀ ପ୍ରୋଜେକ୍ଟ କଳାହାଣ୍ଡି ବିକାଶର ଇଞ୍ଜିନ ବୋଲି ମତଦେଇ ସେ କହିଥିଲେ ଯେ ଏହି ପ୍ରୋଜେକ୍ଟ କଳାହାଣ୍ଡିର ଚେହେରାକୁ ଉଜ୍ଜଳ କରିଛି। ଖୁବ୍ ଶୀଘ୍ର ଏଠାରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଆରମ୍ଭ ହେବ। ସବୁ ପଞ୍ଚାୟତକୁ ମିଳିବ ପଚାଶ ଲକ୍ଷ ଟଙ୍କା। ଆମ ସଂସ୍କୃତି ଓ ଆଧୁନିକ ଭିତ୍ତିଭୂମି ପାଇଁ ଏହି ଟଙ୍କା ଖର୍ଚ୍ଚ ହେବ ବୋଲି ସେ କହିଥିଲେ । ସମସ୍ତଙ୍କ ସହଯୋଗରେ ଆଗାମୀ ଦିନରେ କଳାହାଣ୍ଡିର ବିକାଶ ଯାତ୍ରା ଆହୁରି ଆଗକୁ ଯିବ ବୋଲି ସେ ମତ ଦେଇଥିଲେ ।

କାର୍ଯ୍ୟକ୍ରମରେ ଜଳସଂପଦ ତଥା ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀମତୀ ଟୁକୁନୀ ସାହୁ ଯୋଗ ଦେଇ କହିଲେ ଯେ ଲକ୍ଷ୍ମୀ ଯୋଜନା ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଇତିହାସ ରଚନା କରିଛନ୍ତି । ଯେଉଁ ପଞ୍ଚାୟତ ଗୁଡିକରେ ଲୋକମାନେ ସ୍ବପ୍ନରେ ସୁଦ୍ଧା ପରିବହନ ସୁବିଧା ପାଇବେ ବୋଲି ଭାବି ନ ଥିଲେ, ଆଜି ସେମାନଙ୍କ ପାଇଁ ସୁନ୍ଦର ଆଧୁନିକ ବସ୍‌ ପରିବହନ ବ୍ୟବସ୍ଥା ଉପଲବ୍‌ଧ ହୋଇଛି ।

କାର୍ଯ୍ୟକ୍ରମରେ ଲୋକସଭା ସାଂସଦ ଶ୍ରୀ ବସନ୍ତ ପଣ୍ଡା, ରାଜ୍ୟସଭା ସାଂସଦ ଶ୍ରୀ ସୁଜିତ କୁମାର, ବିଧାୟକଗଣ ଶ୍ରୀ ଭୂପିନ୍ଦର ସିଂ, ଶ୍ରୀ ଦିବ୍ୟଶଂକର ମିଶ୍ର, ଶ୍ରୀ ମୌଷଧି ବାଗ, ଶ୍ରୀ ପ୍ରଦୀପ କୁମାର ଦିଶାରୀ ପ୍ରମୁଖ ଯୋଗ ଦେଇ ଓଡିଶାର ବିକାଶରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବ ଓ ଦୂରଦୃଷ୍ଟିର ଉଚ୍ଚପ୍ରଶଂସା କରିଥିଲେ ।

ପୂର୍ବରୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏବଂ ଭର୍ଚ୍ୟୁଆଲ ପ୍ଲାଟଫର୍ମରେ ଉପସ୍ଥିତ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ମନସୁଖ ମାଣ୍ଡଭିୟା ସହୀଦ ରେଣ୍ଡୋ ମାଝୀ ମେଡିକାଲ କଲେଜର ଉଦ୍‌ଘାଟନ କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜଣେ ଛାତ୍ର ପ୍ରତୀଶ କୁମାର କୁମ୍ଭାରଙ୍କ ସହିତ ବାର୍ତ୍ତାଳାପ କରିଥିଲେ । ପାଠ ପଢିବାର ସୁବିଧା ସଂପର୍କରେ ମୁଖ୍ୟମନ୍ତ୍ରୀ ପଚାରିବା ପରେ ସେ କହିଥିଲେ ଯେ ଏଠାରେ ପାଠ ପଢିବା ପାଇଁ ସବୁପ୍ରକାର ସୁବିଧା ସୁଯୋଗ ମିଳୁଛି ଏବଂ ଆମେ ଖୁସିରେ ପାଠ ପଢୁଛୁ । କେନ୍ଦ୍ରମନ୍ତ୍ରୀ ଶ୍ରୀ ମାଣ୍ଡଭିୟା ଦୁଇ ଜଣ ଛାତ୍ରୀ ଅନୁପ୍ରିୟା କୁମାରୀ ଓ ଅନୁଷ୍କା ସିଂଙ୍କ ସହିତ ଆଲୋଚନା କରିଥିଲେ।

ସୂଚନାଯୋଗ୍ୟ ଯେ 325 କୋଟି ଟଙ୍କା ବିନିଯୋଗରେ ନିର୍ମିତ କଳାହାଣ୍ଡିର ଶହୀଦ ରେଣ୍ଡୋ ମାଝୀ ମେଡିକାଲ କଲେଜରେ ଚଳିତ ବର୍ଷ ଠାରୁ ପାଠପଢା ଆରମ୍ଭ ହୋଇଛି । 43.18 ଏକର ପରିମିତ ଅଞ୍ଚଳରେ ନିର୍ମିତ ଏହି କଲେଜରେ 100 ଜଣ ଛାତ୍ର ପାଠ ପଢା ଆରମ୍ଭ କରିଛନ୍ତି । ଏଥିରେ ରାଜ୍ୟ ସରକାରୀ ସ୍କୁଲରୁ 13 ଜଣ ଛାତ୍ରଛାତ୍ରୀ ନାମ ଲେଖାଇଛନ୍ତି । ଏହାଦ୍ବାରା ସ୍ବାସ୍ଥ୍ୟ ଶିକ୍ଷାରେ ଉନ୍ନତି ଆସିବା ସହିତ ସ୍ଥାନୀୟ ଅଞ୍ଚଳରେ ଉନ୍ନତ ମାନର ସ୍ବାସ୍ଥ୍ୟ ସେବା ମିଳିପାରିବ ।

ମେଡିକାଲ କଲେଜ ସହିତ ରାଜ୍ୟ ସରକାର ନିଜ ଖର୍ଚ୍ଚରେ 206 କୋଟି ଟଙ୍କା ବିନିଯୋଗରେ ଏକ 650 ଶଯ୍ୟାବିଶିଷ୍ଟ ଟିଚିଂ ହସ୍‌ପିଟାଲ ମଧ୍ୟ ନିର୍ମାଣ କରୁଛନ୍ତି । ଏହା ବର୍ତ୍ତମାନ ନିର୍ମଣାଧୀନ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+