Get Updates
Get notified of breaking news, exclusive insights, and must-see stories!

କଣ୍ଟାବାଞ୍ଜିରେ ଆୟୁବ ଖାଁ ମଲ୍ଟି ସ୍ପେସାଲିଟି ହସ୍ପିଟାଲ୍ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

hospital inuguration

ଭୁବନେଶ୍ୱର : ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ଠାରେ ଆୟୁବ ଖାଁ ମଲ୍ଟି ସେସ୍ପାଲିଟି ହସ୍ପିଟାଲ୍ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ । ଭିଡ଼ିଓ କନଫରେନ୍ସିଂ ଜରିଆରେ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ଦ୍ୱାରା ବଲାଙ୍ଗୀର ଜିଲ୍ଲା ବିଶେଷ କରି କଣ୍ଟାବାଞ୍ଜି ଓ ଟିଟିଲାଗଡ ଅଞ୍ଚଳର ଲୋକମାନେ ଉନ୍ନତମାନର ସ୍ୱାସ୍ଥ୍ୟ ସେବା ପାଇ ପାରିବେ । ଏଥିପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ବିଶିଷ୍ଟ ଜନନେତା ତଥା ସମାଜସେବୀ ଆୟୁବ ଖାଁ ଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୋ ସରକାରର ନୀତି ହେଉଛି ପ୍ରତ୍ୟେକ ଜୀବନ ମୂଲ୍ୟବାନ। ଏଥି ଆଦର୍ଶରେ ଆମେ କାମ କରୁଛୁ ଏବଂ ସମାଜର ସବୁଠାରୁ ଗରିବ ଲୋକକୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ କାମ କରୁଛୁ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଗତ ଦଶ ବର୍ଷ ମଧ୍ୟରେ ରାଜ୍ୟରେ ସ୍ୱାସ୍ଥ୍ୟ ସେବ କ୍ଷେତ୍ରରେ ରୂପାନ୍ତର ଆସିଛି । ନୂଆ ନୂଆ ମେଡିକାଲ କଲେଜ ସ୍ଥାପନ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଓ ନିରାମୟ ଆଦି ଯୋଜନାର କାର୍ଯ୍ୟକାରିତା ଯୋଗୁ ଗରୀବ ଲୋକମାନେ ବିନା ମୂଲ୍ୟରେ ଉତ୍ତମ ଚିକତ୍ସା ଓ ଔଷଧ ପାଇ ପାରୁଛନ୍ତି । ବଲାଙ୍ଗୀରରେ ସନ୍ଥ ଭୀମଭୋଇ ମେଡିକାଲ କଲେଜ ସହିତ ରାଜ୍ୟରେ ୮ଟି ନୂଆ ମେଡିକାଲ କଲେଜ ସ୍ଥାପନ ଦ୍ୱାରା ରାଜ୍ୟରେ ସ୍ୱାସ୍ଥ୍ୟ ଭିତ୍ତିଭୂମି ଉନ୍ନତ ହୋଇଛି ବୋଲି ସେ କହିଥିଲେ । ପ୍ରତି ବର୍ଷ ଏବେ ରାଜ୍ୟରୁ ୨୦୦୦ରୁ ଆଧିକ ଡକ୍ଟର ବାହାରୁଛନ୍ତି ବୋଲି ପ୍ରକାଶ କରିବା ସହିତ ଚଳିତ ବର୍ଷ ଶେଷ ସୁଦ୍ଧା ରାଜ୍ୟର ସମସ୍ତ ଡାକ୍ଟର ପଦବୀ ପୂରଣ କରାଯିବ ବୋଲି ସେ କହିଥିଲେ ।

ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ, ଯୋଜନା ଓ ସଂଯୋଜନ ମନ୍ତ୍ରୀ ଶ୍ରୀ ରାଜେନ୍ଦ୍ର ପ୍ରସାଦ ଢୋଲକିଆ, ହସ୍ତତନ୍ତ୍ର, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ରୀତା ସାହୁ, ସାଂସଦ ଶ୍ରୀ ବସନ୍ତ ପଣ୍ଡା, ସାଂସଦ ଶ୍ରୀ ନିରଞ୍ଜନ ବିଶି ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+