ପରିକ୍ରମା ପ୍ରକଳ୍ପରେ ଶୁଭ ଉଦଘାଟନ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ; ଜାଣନ୍ତୁ କୁଆଡେ ଯାଇଛି କୋଉ ଦଳ ?

ପରିକ୍ରମା ପ୍ରକଳ୍ପରେ ଯୋଗଦାନ ଓ ଶୁଭ ଉଦଘାଟନ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଛନ୍ତି ଶ୍ରୀମନ୍ଦିର ସେବାୟତ ପ୍ରତିନିଧି ଦଳ । ନବୀନ ନିବାସରେ ପହଞ୍ଚି ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ପତ୍ର ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ଗୋଟିଏ ଗୁଆ ଓ ମୁଠାଏ ଚାଉଳ ଦେଇ ନିଜର ସମ୍ମତି ପ୍ରଦାନ କରିଛନ୍ତି ।

କୁଆଡେ ଯାଇଛି କୋଉ ଟିମ୍

ରାଜ୍ୟ ଭିତରେ ପ୍ରଥମ ଦଳ ଚିଲିକା, ଖଲ୍ଲିକୋଟ, କୋଦଳା ଅଞ୍ଚଳକୁ ଯାତ୍ରା କରିବ । ସେହିପରି ଦ୍ବିତୀୟ ଦଳ ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା, ତୃତୀୟ ଦଳ ଭୁବନେଶ୍ବର, କଟକ, ଯାଜପୁର, ଭଦ୍ରକ, ଚତୁର୍ଥ ଦଳ ବାଲେଶ୍ବର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ପଞ୍ଚମ ଦଳ ଢେ଼ଙ୍କାନାଳ, ଅନୁଗୁଳ, ଦେବଗଡ଼, ଷଷ୍ଠ ଦଳ ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ ଯାତ୍ରା କରିବ ।

ସେହିପରି ସପ୍ତମ ଦଳ କନ୍ଧମାଳ, ବୌଦ୍ଧ, ସୋନପୁର , ଅଷ୍ଟମ ଦଳ ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ନବମ ଦଳ ବଲାଙ୍ଗୀର, ନୂଆପଡ଼ା, ବରଗଡ଼, ଦଶମ ଦଳ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ଏକାଦଶତମ ଦଳ ଗଞ୍ଜାମ, ଗଜପତି, ରାୟଗଡ଼ା, ଦ୍ବାଦଶ ଦଳ ଦାରୁକ୍ଷେତ୍ର ପୁରୀ, କାକଟପୁର, ଖୋର୍ଦ୍ଧା, ଜଗତସିଂହପୁର, ସାଲେପୁର ଓ ୧୩ତମ ଦଳ ଦାରୁକ୍ଷେତ୍ର ଦଧିମାଛଗଡ଼ିଆ, ଅସ୍ତରଙ୍ଗ, ନିଆଳି, ରାୟଚକ୍ରଧରପୁର ଓ ଡେଲାଙ୍ଗରେ ବିଭିନ୍ନ ଦେବାଦେବୀ ପୀଠ, ଜଗନ୍ନାଥ ମନ୍ଦିରକୁ ନିମନ୍ତ୍ରଣ କରିବେ ।

naveen_patnaik

ରାଜ୍ୟ ବାହାରେ ତିରୁପତି ବିଶ୍ବବିଦ୍ୟାଳୟ ଜଗନ୍ନାଥ ମନ୍ଦିର, ସୁରତ୍ ଓ ଜମାଲପୁର ଜଗନ୍ନାଥ ମନ୍ଦିର, କାଶୀ ବିଶ୍ୱନାଥ, ଅଯୋଧ୍ୟା ମନ୍ଦିର, ଚିତ୍ରକୂଟ, ବୈଷ୍ଣୋଦେବୀ, ଅମରନାଥ ମନ୍ଦିର, ରଘୁନାଥ ମନ୍ଦିର, ନେପାଳର ପଶୁପତିନାଥ, ଶକ୍ତିପୀଠ, ସିଂହାଚଳମ୍, ଥିରୁବନନ୍ତପୁରମ୍ ପଦ୍ମନାଭ ସ୍ୱାମୀ ମନ୍ଦିର, ସାବିରିମାଲା, ଗୁରୁନାରାୟଣ, କାଞ୍ଚିପୁରମ୍ କାମାକ୍ଷୀ ଦେବୀ ମନ୍ଦିର, ରାମେଶ୍ବରମ୍ ଜ୍ୟୋତିର୍ଲିଙ୍ଗ, ମଦୁରାଇ ମିନାକ୍ଷୀ ମନ୍ଦିର, ଚେନ୍ନାଇ ଜଗନ୍ନାଥ ମନ୍ଦିର, ବଦ୍ରିନାଥ, କେଦାରନାଥ, ଯୋଶୀମଠ, ଉତ୍ତରକାଶୀ ଜଗନ୍ନାଥ ମନ୍ଦିର, ଦ୍ୱାରକାରେ ଦ୍ୱାରକାଧୀଶ, କେଦାରନାଥ, ନାଗେଶ୍ୱର ଜ୍ୟୋତିର୍ଲିଙ୍ଗ ।

ସେହିପରି ନୂଆଦିଲ୍ଲୀର ହଜଖାସ ଶ୍ରୀଜଗନ୍ନାଥ ମନ୍ଦିର, ମଥୁରା, ବୃନ୍ଦାବନ, ମୁମ୍ବାଇର ସିଦ୍ଧିବିନାୟକ ମନ୍ଦିର, ଜଗନ୍ନାଥ ମନ୍ଦିର, ଭୀମାଶଙ୍କର ଜ୍ୟୋର୍ତିଲିଙ୍ଗ, ତ୍ରୟମ୍ବକେଶ୍ୱର ଜ୍ୟୋର୍ତିଲିଙ୍ଗ, ଘୃଣେଶ୍ୱର ଜ୍ୟୋତିର୍ଲିଙ୍ଗ, ତିରୁପତି ବାଲାଜୀ, ପଦ୍ମାବତୀ ମନ୍ଦିର, ମହାକାଳେଶ୍ୱର, ଓଁକାରେଶ୍ୱର, ବଡ଼ଧାମ, କାଳିଘାଟ, ଦକ୍ଷିଣେଶ୍ୱର କାଳୀପୀଠ, ତାରାପୀଠ, ଚାମୁଣ୍ଡେଶ୍ୱରୀ ସହ ପ୍ରମୁଖ ଜଗନ୍ନାଥ ମନ୍ଦିରକୁ ନିମନ୍ତ୍ରଣ ପାଇଁ ୧୭ଟି ଟିମ୍ ଗଠିତ ହୋଇଛି ।

ଆସନ୍ତା ଜାନୁଆରୀ ୧୭ ତାରିଖରେ ଭବ୍ୟ ଲୋକାର୍ପଣ ଉତ୍ସବ । ଏଥିପାଇଁ ପାଇଁ ଆଜି ପବିତ୍ର ମାର୍ଗଶିର ପୂର୍ଣ୍ଣିମାରେ ଶୁଭାରମ୍ଭ ହୋଇଛି ପରିକ୍ରମା ନିମନ୍ତ୍ରଣ । ଦେଶର ବିଭିନ୍ନ ଦେବପୀଠ ଓ ଧର୍ମଗୁରୁମାନଙ୍କୁ ନିମନ୍ତ୍ରଣ କରାଯିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+