ଅନାଥ ପିଲାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ 'ଆଶୀର୍ବାଦ': ବାପା-ମାଙ୍କୁ ହରାଇଥିବା ପିଲାଙ୍କ ଭରଣ ପୋଷଣ ପାଇଁ ମାସିକ ୨୫୦୦ ଟଙ୍କା

ନୂଆ କରି ଆଶୀର୍ବାଦ ଯୋଜନା ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାପା ମାଆଙ୍କୁ ହରାଇଥିବା ଶିଶୁ ପାଇଁ ଆଶୀର୍ବାଦ ଯୋଜନା ଆରମ୍ଭ ହୋଇଛି। ପରିବାର ମୁଖ୍ୟ ଉପର୍ଜନକାରୀଙ୍କୁ ହରାଇଥିବା ଶିଶୁ ହେବେ ଉପକୃତ ।

ଭୁବନେଶ୍ୱର: ନୂଆ କରି ଆଶୀର୍ବାଦ ଯୋଜନା ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାପା ମାଆଙ୍କୁ ହରାଇଥିବା ଶିଶୁ ପାଇଁ ଆଶୀର୍ବାଦ ଯୋଜନା ଆରମ୍ଭ ହୋଇଛି। ପରିବାର ମୁଖ୍ୟ ଉପର୍ଜନକାରୀଙ୍କୁ ହରାଇଥିବା ଶିଶୁ ହେବେ ଉପକୃତ । ତେବେ ଗତ 2020 ଅପ୍ରେଲ ପହିଲା ବା ତା ପରେ ଉଭୟ ବାପା, ମା ବା ପରିବାରର ମୁଖ୍ୟ ଉପାର୍ଜନକାରୀଙ୍କୁ ହରାଇ ଥିବା ପିଲାମାନଙ୍କ ଶିଷା ଓ ଭରଣ ପୋଷଣ ତଥା ଯତ୍ନ ପାଇଁ ଏହି ଯୋଜନା ଆରମ୍ଭ କରିଛନ୍ତି ରାଜ୍ୟ ସରକାର ।

Ashirwad Yojana

ଏହି ଯୋଜନା ପାଇଁ ଯୋଗ୍ୟ ପିଲାମାନଙ୍କୁ ତିନୋଟି ବର୍ଗରେ ବିଭକ୍ତ କରାଯାଇଛି । ବାପା, ମା ଉଭୟଙ୍କୁ ହରାଇ ଥିବା ପିଲା, ଏକକ ଅଭିଭାବକଙ୍କୁ ହରାଇ ଥିବା ପିଲା ଏବଂ ଉପାର୍ଜନକାରୀ ବାପା ବା ମାଙ୍କ ମଧ୍ୟରୁ ଜଣଙ୍କୁ ହରାଇଥିବା ପିଲା । ସମାଜର ସ୍ଵତନ୍ତ୍ର ଯତ୍ନ ଆବଶ୍ୟକ କରୁଥିବା ଏହି ପିଲମାନଙ୍କ ସର୍ବାଙ୍ଗୀନ ବିକାଶ ପାଇଁ ଏକ ନିରାପଦ ପରିବେଶ ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଆଶୀର୍ବାଦ ଯୋଜନାରେ ଏହି ସ୍ବତନ୍ତ୍ର ଯତ୍ନ ଆବଶ୍ୟକ କରୁଥିବା ପିଲମାନେ ସେମାନଙ୍କ ପରିବାର ଓ ଆତ୍ମୀୟ ସ୍ବଜନ ମାନଙ୍କ ଗହଣରେ ହିଁ ରହିବେ ଏବଂ ସେମାନଙ୍କ ଦାୟିତ୍ୱ ନେଉଥିବା ଅଭିଭାବକ ମାନେ ଯେପରି ଠିକ୍ ଭାବରେ ଏ ପିଲାଙ୍କ ଯତ୍ନ ନେଇପାରିବେ ସେଥିପାଇଁ ସେମାନଙ୍କୁ ଉତ୍ସାହିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଆଶୀର୍ବାଦ ଯୋଜନା ଅନୁଯାୟୀ ବାପା ମା ଉଭୟଙ୍କୁ ହରାଇ ଅସୁବିଧା ମଧ୍ୟରେ ଥିବା ପିଲାମାନଙ୍କ ଦାୟିତ୍ୱ ନେଇ ଥିବା ଆତ୍ମୀୟଙ୍କ ବ୍ୟାଙ୍କ ଖାତାରେ ପିଲାର ଭରଣପୋଷଣ ଶିକ୍ଷା ଓ ସ୍ବାସ୍ଥ୍ୟ ପାଇଁ ମାସିକ 2500ଟଙ୍କା ଜମା କରାଯିବ । ପିଲାକୁ 18ବର୍ଷ ହେବା ପର୍ଯନ୍ତ ଏହି ସହାୟତା ଜାରି ରହିବ । ତା ପୂର୍ବରୁ ଯଦି ପିଲାକୁ କେହି ପୋଷ୍ୟ ଭାବରେ ଗ୍ରହଣ କରେ, ତେବେ ଆଉ ସହାୟତା ଦିଆଯିବ ନାହିଁ ।

ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ବୀମା ଯୋଜନା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଏହି ପିଲାମାନେ ମାଗଣା ଚିକିତ୍ସା ସୁବିଧା ପାଇ ପାରିବେ । ଏହି ସ୍ବତନ୍ତ୍ର ଯତ୍ନ ଆବଶ୍ୟକ କରୁଥିବା ପିଲାମାନଙ୍କୁ ଜାତୀୟ ବା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ କରାଯିବ । ବାପା ମାଙ୍କ ମୃତ୍ୟୁ ପୂର୍ବରୁ ପିଲା ଯେଉଁ ସ୍କୁଲରେ ପଢୁଥିଲେ ସେହି ସ୍କୁଲରେ ପଢ଼ା ଜାରି ରଖି ପାରିବେ। ତାଙ୍କ ଦାୟିତ୍ୱ ନେଇ ଥିବା ଆତ୍ମୀୟ ଅନ୍ୟ ସ୍ଥାନରେ ରହୁଥାନ୍ତି, ତେବେ ସେଠାରେ ପିଲାର ପଢ଼ିବା ବ୍ୟବସ୍ଥା କରାଯିବ । ଯଦି ଆବଶ୍ୟକ ପଡେ, ତେବେ ଆଦର୍ଶ ବିଦ୍ୟାଳୟ, କେନ୍ଦୀୟ ବିଦ୍ୟାଳୟ ବା ସେହିମାନର ବିଦ୍ୟାଳୟରେ ପିଲା ପଢ଼ିବା ପାଇଁ ସାହାଯ୍ୟ ମଧ୍ୟ କରାଯିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+