Get Updates
Get notified of breaking news, exclusive insights, and must-see stories!

ଆଉ 5 ଜିଲ୍ଲାରେ ଗଡ଼ିଲା ‘ଲକ୍ଷ୍ମୀ', ଫେବୃଆରୀ ସୁଦ୍ଧା ସାମିଲ ହେବେ ସବୁ ଜିଲ୍ଲା

ଭୁବନେଶ୍ୱର: ପଞ୍ଚାୟତରୁ ବ୍ଲକ ଓ ଗାଁ ରୁ ସହର ଯୋଡ଼ିବା ନେଇ ସୁବିଧା କରିଛନ୍ତି ରାଜ୍ୟ ସରକାର । ଜିଲ୍ଲା ମଧ୍ୟରେ ଗମନାଗମନର ସମସ୍ୟା ଦୂର କରୁଛି ରାଜ୍ୟ ସରକାରଙ୍କ ଲକ୍ଷ୍ମୀ ବସ୍ । ଏହି କ୍ରମରେ ଆଜି ଆଉ 5 ଜିଲ୍ଲାରେ ଗଡ଼ିଛି ଲକ୍ଷ୍ମୀ ବସ୍ ।

LAccMI

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବଲାଙ୍ଗିର, ବରଗଡ, ମୟୁରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୋ ସରକାର ହେଉଛି ଲୋକଙ୍କ ସରକାର । ଲୋକଙ୍କ ଇଚ୍ଛାକୁ ସମ୍ମାନ ଦେଇ ଓଡିଶା ସରକାର ଯୋଜନା କରନ୍ତି । 5T ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଲୋକଙ୍କ ଅସୁବିଧାକୁ ଅନୁଭବ କରିଥିଲୁ ଏବଂ ଲୋକଙ୍କ ପ୍ରସ୍ତାବକୁ ଅନୁଶୀଳନ କରି ଗାଁ ଲୋକଙ୍କର ଯୋଗାଯୋଗ ସମସ୍ୟା ଦୂର କରିବା ପାଇଁ ଲକ୍ଷ୍ମୀ ବସ୍‌ ଯୋଜନା ପ୍ରସ୍ତୁତ କରାଯାଇଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସୂଚନା ଥାଉକି, ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା । ପ୍ରଥମ ପର୍ଯ୍ୟାୟରେ ମାଲକାନଗିରି, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, ଗଜପତି ଓ କୋରାପୁଟ ଜିଲ୍ଲାବାସୀ ଲକ୍ଷ୍ମୀ ବସ୍‌ ସେବା ପାଇଥିଲେ । ଦ୍ୱିତୀୟ ପର୍ଯ୍ୟାୟରେ ଆଉ 3 ଟି ଜିଲ୍ଲା ଯୋଡି ହେଇଥିଲା । ଏହି ଯୋଜନାରେ ଆଜି ଆଉ 5 ଟି ଜିଲ୍ଲା ସାମିଲ ହୋଇଛି । ବର୍ତ୍ତମାନ ସୁଦ୍ଧା 14 ଜିଲ୍ଲା ଲକ୍ଷ୍ମୀ ଯୋଜନାରେ ସାମିଲ ହୋଇଛନ୍ତି ।

ଆଜିର ଶୁଭାରମ୍ଭ ପରେ 5 ଟି ଜିଲ୍ଲାର 1340 ଟି ପଞ୍ଚାୟତରେ 301 ଟି ବସ୍‌ ଚାଲିଲା । ଏହା ଦ୍ୱାରା 83 ଲକ୍ଷରୁ ଅଧିକ ଲୋକ ଉପକୃତ ହେବେ । ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଲକ୍ଷ୍ମୀ ବସ୍‌ ଆମ ଜୀବନକୁ ସହଜ କରିଛି । ଗାଁର ଅର୍ଥନୀତିକୁ ମଜବୁତ କରିବାରେ ଏହା ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଛନ୍ତି। ସେ ପୁଣି କହିଥିଲେ ଯେ ପଞ୍ଚାୟତକୁ ବିକାଶର କେନ୍ଦ୍ର କରିବା ଆମର ଲକ୍ଷ୍ୟ ରହିଛି। ଗାଁର ଅର୍ଥନୀତିକୁ ମଜବୁତ କରିବା ଆମର ଲକ୍ଷ୍ୟ। ଲକ୍ଷ୍ମୀ ବସ୍‌ ଏଥିରେ ଗୁରୁତ୍ୱପୁର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ସେ କହିଛନ୍ତି ।

ଏହି ଯୋଜନାରେ ନିକଟରେ ଆରମ୍ଭ ହୋଇଥିବା ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ ସେବା ବିଷୟରେ ଉଲ୍ଲେଖକରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଓ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅନୁଭବ ନେବା ପାଇଁ ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ ସେବା ଆରମ୍ଭ କରାଯାଇଛି। ଏଥିରେ ମା'ମାନଙ୍କ ପାଇଁ ବସ୍‌ ଟିକେଟ ମୂଲ୍ୟ ଅଧା କରାଯାଇଛି। ଲକ୍ଷ୍ମୀ ଯୋଜନା ଆମ ଜୀବନକୁ ସହଜ କରିଛି ବୋଲି ସେ କହିଥିଲେ।ଗାଁର ରୂପାନ୍ତର ପାଇଁ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଜାରି ରହିଛି ବୋଲି କହି ଏକ ନୂଆ ଓଡିଶା ଗଢିବା ପାଇଁ, ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଥିଲେ ।

ଗ୍ରାମାଞ୍ଚଳରେ ଗମନାଗମନର ବହୁ ସମସ୍ୟା ରହିଥିଲା। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଏ ବିଷୟରେ ଜାଣି ନିଷ୍ପତ୍ତିକ୍ରମେ ଏହି ଲକ୍ଷ୍ମୀ ବସ୍‌ ଯୋଜନା ଆରମ୍ଭ କରାଗଲା । ଗ୍ରାମାଞ୍ଚଳ ଲୋକମାନେ ସୁବିଧାରେ ଏବଂ କମ ଖର୍ଚ୍ଚରେ ତାଙ୍କର ଦୈନନ୍ଦିନ କାର୍ଯ୍ୟ ପାଇଁ ଘର ପାଖରୁ ଏହି ବସ୍‌ କୁ ବ୍ୟବହାର କରିପାରିବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+