ମମିତା ମେହେର ମୃତ୍ୟୁ ମାମଲାରେ ମୁହଁ ଖୋଲିଲେ ମୁଖ୍ୟମନ୍ତ୍ରୀ
ମମିତା ମେହେର ପ୍ରସଙ୍ଗରେ ଗୃହରେ ବିବୃତି ରଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ଅତି ସମ୍ବେଦନଶୀଳ ଘଟଣା ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ମମିତା ମୃତ୍ୟୁକୁ ରାଜନୀତିକରଣ କରାଯାଉଛି ।
ଭୁବନେଶ୍ୱର: ମମିତା ମେହେର ପ୍ରସଙ୍ଗରେ ଗୃହରେ ବିବୃତି ରଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ଅତି ସମ୍ବେଦନଶୀଳ ଘଟଣା ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ମମିତା ମୃତ୍ୟୁକୁ ରାଜନୀତିକରଣ କରାଯାଉଛି । ଅବସରପ୍ରାପ୍ତ ଜିଲ୍ଲା ଜଜ ତଦନ୍ତ ପ୍ରକ୍ରିୟାର ତଦାରଖ କରିବେ। ହାଇକୋର୍ଟଙ୍କୁ ଏନେଇ ଅନୁରୋଧ କରିଥିଲେ ରାଜ୍ୟ ସରକାର । ବିନା ଭୟ ଓ ଦ୍ୱନ୍ଦ୍ୱରେ ତଦନ୍ତ ପାଇଁ ପୋଲିସକୁ ନିର୍ଦ୍ଦେଶ ଦେଇଛି । ଦାୟିତ୍ୱରେ ଯିଏ ବି ଅବହେଳା କରିଥିବ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

୨ ଧରି ମମିତା ପ୍ରସଙ୍ଗକୁ ନେଇ ଗୃହରେ ହଙ୍ଗାମା କରିଥିଲେ ବିରୋଧୀ । ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବିରୋଧ କରି ବାରମ୍ବାର ହଟ୍ଟଗୋଳ କରିଥିଲେ । ଫଳରେ ବାଚସ୍ପତି ବାଧ୍ୟ ହୋଇ ବାରମ୍ବାର ଗୃହ ମୁଲତବୀ କରିଥିଲେ । ହେଲେ ଏହି ପ୍ରସଙ୍ଗରେ ଆଜି ମୁଖ୍ୟମନ୍ତ୍ରୀ ବିବୃତ୍ତି ଦେଇଛନ୍ତି ।
ମମିତା ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ପୋଲିସ ନିକଟରେ ଅପରାଧ ସ୍ୱୀକାର କରିଥିଲା । ମମିତା ମେହେରଙ୍କୁ ହତ୍ୟା କରିଥିବା ଗୋବିନ୍ଦ ମାନିଥିଲା । ଗୋବିନ୍ଦ ସାହୁ ସମେତ ୪ ଜଣଙ୍କୁ ଅଟକ ରଖି ପୋଲିସର ଜେରା କରିଥିଲା । ପୋଲିସ ଘନ ଘନ ଜେରା କରିଥିଲା । ଗୋବିନ୍ଦଙ୍କ ସହଯୋଗୀ ରାଧେ, ଜେସିବି ଜ୍ରାଇଭର ଓ ଷ୍ଟାଡିୟମ ମୁନ୍ସିଙ୍କୁ ଅଟକ ରଖାଯାଇ ପଚରାଉଚରା କରାଯାଇଥିଲା ।












Click it and Unblock the Notifications