ଅଜିତ ମଙ୍ଗରାଜଙ୍କ ଦେହାନ୍ତରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ପିପିଲି ଉପନିର୍ବାଚନ ପାଇଁ କଂଗ୍ରେସରୁ ପ୍ରାର୍ଥୀ ହୋଇଥିବା ଅଜିତ ମଙ୍ଗରାଜଙ୍କ ଦେହାନ୍ତ ହୋଇଛି । କଂଗ୍ରେସ ପ୍ରାର୍ଥୀଙ୍କ ଦେହାନ୍ତରେ ସବୁ ରାଜନୈତିକ ଦଳର ନେତାମାନେ ଶୋକପ୍ରକାଶ କରିଛନ୍ତି।
ଭୁବନେଶ୍ବର: ପିପିଲି ଉପନିର୍ବାଚନ ପାଇଁ କଂଗ୍ରେସରୁ ପ୍ରାର୍ଥୀ ହୋଇଥିବା ଅଜିତ ମଙ୍ଗରାଜଙ୍କ ଦେହାନ୍ତ ହୋଇଛି । କଂଗ୍ରେସ ପ୍ରାର୍ଥୀଙ୍କ ଦେହାନ୍ତରେ ସବୁ ରାଜନୈତିକ ଦଳର ନେତାମାନେ ଶୋକପ୍ରକାଶ କରିଛନ୍ତି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ବିଟ୍ କରି ଲେଖିଛନ୍ତି, ' ପିପିଲି ବିଧାନସଭା ଉପ ନିର୍ବାଚନରେ ପ୍ରତିଦ୍ବନ୍ଦିତା କରୁଥିବା କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାପ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି।'
ପିପିଲି ବିଧାନସଭା ଉପ-ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରୁଥିବା କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି।
— Naveen Patnaik (@Naveen_Odisha) April 14, 2021
ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ବିଟ୍ କରି ଲେଖିଛନ୍ତି, 'ପିପିଲି ଉପ ନିର୍ବାଚନରେ କଂଗ୍ରେସ ଦଳର ପ୍ରାର୍ଥୀ ଅଜିତ୍ ମଙ୍ଗରାଜଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ରାଜନୈତିକ ଜୀବନରେ ତାଙ୍କର ଅବଦାନ ସ୍ମରଣୀୟ ହୋଇରହିବ। ନିର୍ବାଚନ ପ୍ରକ୍ରିୟା ଚାଲିଥିବା ବେଳେ ତାଙ୍କର ଦେହାନ୍ତ ଅତ୍ୟନ୍ତ ଦୁଃଖଦାୟକ। ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି।'
ପିପିଲି ଉପନିର୍ବାଚନରେ କଂଗ୍ରେସ ଦଳର ପ୍ରାର୍ଥୀ ଅଜିତ୍ ମଙ୍ଗରାଜଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ।ରାଜନୈତିକ ଜୀବନରେ ତାଙ୍କର ଅବଦାନ ସ୍ମରଣୀୟ ହୋଇରହିବ। ନିର୍ବାଚନ ପ୍ରକ୍ରିୟା ଚାଲିଥିବା ବେଳେ ତାଙ୍କର ଦେହାନ୍ତ ଅତ୍ୟନ୍ତ ଦୁଃଖଦାୟକ। ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି।
— Dharmendra Pradhan (@dpradhanbjp) April 14, 2021












Click it and Unblock the Notifications