ବଢିଲା ହରିଶ୍ଚନ୍ଦ୍ର ସହାୟତା ରାଶି, ପଞ୍ଚାୟତକୁ ମିଳିବ ୧୫ ହଜାର ଟଙ୍କା ରିଭଲଭିଂ ଫଣ୍ଡ

ଭୁବନେଶ୍ୱର : ଗରିବ ଲୋକମାନଙ୍କ ପ୍ରିୟଜନଙ୍କ ଅନ୍ତେଷ୍ଟିକ୍ରିୟା ପାଇଁ ରାଜ୍ୟ ସରକାର ଦେଉଥିବା ହରିଶ୍ଚନ୍ଦ୍ର ସହାୟତା ରାଶି ବୃଦ୍ଧି କରିଛନ୍ତି ସରକାର । ଏହି ଯୋଜନାରେ ଅନ୍ତେଷ୍ଟି ପାଇଁ ଗ୍ରାମାଞ୍ଚଳରେ 2 ହଜାର ଟଙ୍କା ଓ ସହରାଞ୍ଚଳରେ 3 ହଜାର ଟଙ୍କା ସହାୟତା ମିଳୁଥିଲା ।

Naveen patnaik

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏହି ସହାୟତାକୁ ଗ୍ରାମାଞ୍ଚଳ ପାଇଁ 2 ହଜାରରୁ 3 ହଜାର ଟଙ୍କା ଏବଂ ସହରାଞ୍ଚଳ ଓ ପୁରୀ ସ୍ୱର୍ଗଦ୍ୱାର ପାଇଁ 3 ହଜାରରୁ 4 ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ଏଥିନିମନ୍ତେ ପ୍ରତ୍ୟେକ ଗ୍ରାମପଞ୍ଚାୟତରେ ଏକ ରିଭଲଭିଂ ଫଣ୍ଡ ଖୋଲାଯାଇ ଏଥିପାଇଁ 15 ହଜାର ଟଙ୍କା ଲେଖାଏ ଅର୍ଥ ପ୍ରଦାନ କରାଯାଇଛି ।

ସୂଚନାଯୋଗ୍ୟ ଯେ ହରିଶ୍ଚନ୍ଦ୍ର ସହାୟତା ଖର୍ଚ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଭରଣା କରାଯାଉଛି । ସାରା ରାଜ୍ୟର ସମସ୍ତ ପଞ୍ଚାୟତର ରିଭଲଭିଂ ଫଣ୍ଡ ପାଇଁ 10 କୋଟି 19 ଲକ୍ଷ 10 ହଜାର ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ମଞ୍ଜୁର କରାଯାଇଛି ।

ଏହି ନୂତନ ପ୍ରକ୍ରିୟାକୁ ତଦାରଖ କରିବା ପାଇଁ ଗ୍ରାମ ପଞ୍ଚାୟତ ଏକ୍‌ସଟେନସନ୍‌ ଅଫିସର କିମ୍ବା ଅନ୍ୟ କୌଣସି ବ୍ଲକସ୍ତରୀୟ ଏକ୍‌ସଟେନସନ୍‌ ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି । ବର୍ଦ୍ଧିତ ସହାୟତା ପାଇଁ ଯୋଜନାର ସଫ୍ଟୱାରରେ ଆବଶ୍ୟକ ପରିବର୍ତ୍ତନ କରାଯିବା ସହିତ ଜିଲ୍ଲାୱାରୀ ଗ୍ରାମପଞ୍ଚାୟତ ତାଲିକା ମଧ୍ୟ ପ୍ରସ୍ତୁତ କରାଯାଇସାରିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+