ଟ୍ରେନ୍ ଦୁର୍ଘଟଣାରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ୱର: ରବିବାର ରାତିରେ ହୋଇଥଇବା ଟ୍ରେନ୍ ଦୁର୍ଘଟଣାରେ ଦୁଃଖପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି ନବୀନ ପଟ୍ଟନାୟକ । ଏହାସହ ଦୁର୍ଘଟଣାରେ ଗୁରୁତର ଆହତଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି ।
ତୁରନ୍ତ ସହାୟତା ପାଇଁ ଏସଆରସିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । କୋରାପୁଟ ଏବଂ ରାୟଗଡ଼ା ଜିଲ୍ଲାପାଳଙ୍କୁ ମଧ୍ୟ ସହାୟତା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାଥାଉକି, ରବିବାର ରାତିରେ ବିଜୟନଗର କଣ୍ଟାକାପଲ୍ଲୀ ନିକଟରେ ବିଶାଖାପାଟଣା-ରାୟଗଡ଼ା ପାସେଞ୍ଜର ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ସିଗନାଲ ଅପେକ୍ଷାରେ ଥିବା ବିଶାଖାପାଟଣା-ରାୟଗଡ଼ା ପାସେଞ୍ଜର ଟ୍ରେନକୁ ପଛପଟୁ ଧକ୍କା ଦେଇଥିଲା ପଲାସା ଏକ୍କପ୍ରେସ୍ । ତେବେ ଆନ୍ଧ୍ର ପ୍ରଦେଶର ଆଲମାଣ୍ତା ଓ କଣ୍ଟାକାପ୍ଲୀ ଷ୍ଟେସନ ମଧ୍ୟରେ ଏହି ଦୁର୍ଘଟଣା ଘଟିଛି ।
Deeply saddened to learn about the tragic loss of lives in the train accident in Andhra Pradesh’s Vizianagaram district. My thoughts and prayers are with the bereaved families who lost their dear ones in the train accident and pray for the speedy recovery of the injured.
— Naveen Patnaik (@Naveen_Odisha) October 29, 2023
ଏହି ଦୁର୍ଘଟଣା ରେ ଲୋକୋ ପାଇଲଟ, ଗାର୍ଡଙ୍କ ସମେତ 11 ଜଣଙ୍କର ମୃତ୍ୟୁ ହୋଇଛି । ଶତାଧିକ ଆହତ ହୋଇଛନ୍ତି ।
ତେବେ ଏହି ଦୁର୍ଘଟଣାକୁ ନେଇ ପୂର୍ବତଟ ରେଲୱେର CPRO କହିଛନ୍ତି, ସିଗନାଲ ଓଭରସୁଟିଂରୁ ଦୁର୍ଘଟଣା ହୋଇଥାଇପାରେ । ତେବେ କେଉଁ କାରଣରୁ ଦୁର୍ଘଟଣା ଘଟିଲା ତାର ତଦନ୍ତ କରାଯିବ । ହେଲେ ପ୍ରାଥମିକ ଯାଞ୍ଚରୁ ଦୁର୍ଘଟଣା ମନୁଷ୍ୟକୃତ ତୃଟି ବୋଲି କହିଛନ୍ତି CPRO ।
-
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ -
ଭାରତରେ ମହିଳା କଣ୍ଠଶିଳ୍ପୀଙ୍କ ଗୀତ ଖୁବ୍ କମ୍ ଦେଖିବାକୁ ମିଳିଥାଏ ,ଜାଣନ୍ତୁ କାହିଁକି ଏମିତି କହିଲେ ଲୋକପ୍ରିୟ କଣ୍ଠଶିଳ୍ପୀ ଶ୍ର











Click it and Unblock the Notifications