Get Updates
Get notified of breaking news, exclusive insights, and must-see stories!

ଶଙ୍ଖ ଭବନେରେ ଦାମଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ପୁରୀ ସ୍ୱର୍ଗଦ୍ୱାରରେ ହେବ ଶେଷକୃତ୍ୟ

ଭୁବନେଶ୍ୱର: ବିଜେଡ଼ିର ବରିଷ୍ଠ ନେତା ଡ ଦାମୋଦର ରାଉତଙ୍କ ପାର୍ଥିବ ଶରୀରର ଶେଷ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶଙ୍ଖ ଭବନରେ ତାଙ୍କୁ ଶେଷ ଦର୍ଶନ କରିବା ସହ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ଫାଇଭ ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନ୍, ବିଧାୟକ ଓ ବରିଷ୍ଠ ନେତୃବୃନ୍ଦ ମଧ୍ୟ ତାଙ୍କର ଶେଷ ଦର୍ଶନ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଦୀର୍ଘଦିନ କାର୍ଯ୍ୟ କରିଥିଲେ ବରିଷ୍ଠ ନେତା ଦାମୋଦର ରାଉତ ।

Damodar Rout

ଏହା ପରେ ପାରାଦୀପ-ଏରସମା ଅଭିମୁଖେ ନିଆଯାଉଛି ଦାମ ରାଉତଙ୍କ ପାର୍ଥିବ ଶରୀର । ପାରାଦୀପ ଯିବା ରାସ୍ତାରେ ପ୍ରଥମେ ରଘୁନାଥପୁରରେ କିଛି ସମୟ ରହିବେ । ସେଠାରୁ ତିର୍ତ୍ତୋଲରେ କିଛି ସମୟ ରହିବା ପରେ କୁଜଙ୍ଗ ବଜାରରେ ଶେଷ ଦର୍ଶନ ଲାଗି କିଛି ସମୟ ଲାଗି ଅଟକିବ । ପାରାଦ୍ଵୀପରେ ପରିକ୍ରମା ସହିତ ବିଜୁପଟ୍ଟନାୟକ ମେମୋରିଆଲ ଟ୍ରଷ୍ଟରେ ଶେଷ ଦର୍ଶନ ଲାଗି ରହିବ ପାର୍ଥିବ ଶରୀର । ସେଠାରୁ ଏରସମା ପରିକ୍ରମା ପରେ ପୁରୀ ସ୍ଵର୍ଗଦ୍ଵାର ଅଭିମୁଖେ ବାହାରିବ ଦାମୋଦର ରାଉତଙ୍କ ପାର୍ଥିବ ଶରୀର । ପୁରୀ ସ୍ଵର୍ଗଦ୍ଵାରରେ ହେବ ଶେଷକୃତ୍ୟ ।

ସୂଚନା ଥାଉକି, ଶୁକ୍ରବାର ସକାଳେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଛି । ହୃଦଘାତ ପରେ ସେ ଗୁରୁତର ହୋଇପଡ଼ିଥିଲେ । ବ୍ରେନଡେଡ ପରେ ତାଙ୍କୁ ମୃତ ଘୋଷଣା କରାଯାଇଛି ।

Naveen patnaik

ଓଡ଼ିଶା ରାଜନୀତିର ପିତାମହ ଭୀଷ୍ମ ଭାବେ ପରିଚିତ ଥିଲେ ଡାକ୍ତର ଦାମୋଦର ରାଉତ । 5 ଦଶନ୍ଧି ଧରି ରାଜ୍ୟ ରାଜନୀତିରେ ଥିଲେ ବେଶ୍ ଜଣାଶୁଣା । ସେ 7 ଥର ବିଧାୟକ ଓ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଥିଲେ ।

1977 ମସିହାରୁ 2019 ମସିହା ପର୍ଯ୍ୟନ୍ତ ସେ 7 ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । 1977 ମସିହାରେ ପ୍ରଥମ କରି ବିଧାନସଭାକୁ ନିର୍ବାଚିତ ହୋଇଥିଲେ ଦାମୋଦର ରାଉତ । ଜନତା ପାର୍ଟି ଟିକେଟରେ ଏରସମା ଆସନରୁ 1977 ରୁ 1980 ମସିହା ପର୍ଯ୍ୟନ୍ତ ବିଧାୟକ ହୋଇଥିଲେ । ପରେ 1980 ରେ ଜନତା ପାର୍ଟି-ସେକ୍ୟୁଲାର ଟିକେଟରେ ବିଧାନସଭାକୁ ଏରସମାରୁ ବିଜୟୀ ହୋଇଥିଲେ । 1990 ରେ ପୁଣି ଜନତା ଦଳ ଟିକେଟରେ ଏରସମାରୁ ବିଧାନସଭାକୁ ଆସିଥିଲେ । ଏହାପରେ 2000 ମସିହାରୁ 20419 ପର୍ଯ୍ୟନ୍ତ ଲଗାତାର ବିଜେଡି ଟିକେଟରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । 2000 ରୁ 2004 ରେ ଏରସମା ଏବଂ 2014 ଏବଂ 2019 ରେ ପାରାଦୀପ ଆସନରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ଦାମୋଦର ରାଉତ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+