Get Updates
Get notified of breaking news, exclusive insights, and must-see stories!

କେନ୍ଦୁପତ୍ରରୁ GST ହଟାଇବା ନେଇ ଦୋହରାଇଲେ ମୁଖ୍ୟମନ୍ତ୍ରୀ, କେନ୍ଦ୍ରକୁ ଲେଖିଲେ ଚିଠି

ଭୁବନେଶ୍ୱର: ଓଡିଶାର ପ୍ରାୟ 8 ଲକ୍ଷ ଗରିବ ଲୋକଙ୍କର ଜୀବିକାକୁ ଦୃଷ୍ଟିରେ ରଖି କେନ୍ଦୁ ପତ୍ରରେ 18% ଜିଏସଟି ହଟାଇବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଦିନ ପୁଣି ଥରେ ଦୋହରାଇଛନ୍ତି ।

Naveen Ptnaik- Nirmala Sitharaman

"କେନ୍ଦୁ ପତ୍ର ଉପରେ ଜିଏସଟି (18%) ଲାଗୁ ହେବା କେନ୍ଦୁପତ୍ର ବାଣିଜ୍ୟ ଉପରେ ପ୍ରତିକୂଳ ପ୍ରଭାବ ପକାଉଛି । ଏହା ପରବର୍ତ୍ତୀ ସମୟରେ କେନ୍ଦପତ୍ର ତୋଳାଳି, ବନ୍ଧାଳି ଏବଂ ଋତୁକାଳୀନ ଶ୍ରମିକଙ୍କ ଜୀବିକା ତଥା ସେମାନଙ୍କ ପାଇଁ ସାମାଜିକ ସୁରକ୍ଷା ତଥା କଲ୍ୟାଣକାରୀ ଯୋଜନା କାର୍ଯ୍ୟକାରୀ କରିବା ଉପରେ ପ୍ରଭାବ ପକାଇଥାଏ ବୋଲି ଜିଏସଟି ପରିଷଦର ଅଧ୍ୟକ୍ଷ ଥିବା ନବୀନ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଲେଖିଛନ୍ତି ।

ଅନୁସୂଚିତ ଜନଜାତି ଓ ଅନ୍ୟାନ୍ୟ ପାରମ୍ପରିକ ଜଙ୍ଗଲ ଅଧିବାସୀ ଆଇନ 2006 ଆଧାରରେ ଆଦିବାସୀ କେନ୍ଦୁପତ୍ର ସଂଗ୍ରହ କରିଥାନ୍ତି । କେନ୍ଦୁପତ୍ର ଉପରୁ 18 ପ୍ରତିଶତ ଜିଏସଟି ଆଦାୟ ହେଉଛି । ଏହା ସିଧାସଳଖ କେନ୍ଦୁପତ୍ର ତୋଳାଳି, କର୍ମଚାରୀ ଓ ବନ୍ଧାଳିଙ୍କ ସାମାଜିକ ସୁରକ୍ଷାକୁ ପ୍ରଭାବିତ କରୁଛି । ତେଣୁ କେନ୍ଦୁପତ୍ର ତୋଳାଳିଙ୍କ ସମୂହ ସ୍ୱାର୍ଥ ପାଇଁ କେନ୍ଦୁପତ୍ର ଉପରୁ ସଂପୂର୍ଣ୍ଣ ଜିଏସଟି ଛାଡ କରିବାକୁ ଦାବି ଦୋହରାଇଛନ୍ତି ନବୀନ ।

ଏହାପୂର୍ବରୁ ଗତ ନଭେମ୍ବର 25 ତାରିଖରେ କେନ୍ଦ୍ରକୁ ଚିଠି ଲେଖିଥିଲେ ମୁଖ୍ୟମନ୍ତ୍ରୀ । ସଂସଦରେ ମଧ୍ୟ କେନ୍ଦୁପତ୍ର ଉପରୁ ଜିଏସଟି ଛାଡ଼ ପାଇଁ ବିଜେଡି ସାଂସଦ ଦାବି ଉଠାଇଥିଲେ । ରାଜ୍ୟର 8 ଲକ୍ଷ ଗରିବ କେନ୍ଦୁପତ୍ର ତୋଳାଳିଙ୍କ ସ୍ୱାର୍ଥ ରକ୍ଷା ପାଇଁ ଏହି ଲଘୁ ବନଜାତ ଦ୍ରବ୍ୟ ଉପରୁ ଜିଏସଟି ଛାଡ ପାଇଁ ଦାବି କରିଆସୁଛି ବିଜେଡି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+