ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା, ସମସ୍ତଙ୍କ ସହଯୋଗ କାମନା କଲେ ନବୀନ
ଚଳିତ ବର୍ଷ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ପ୍ରସିଦ୍ଧ ରଥଯାତ୍ରାର ସୁପରିଚଳନା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ରଥଯାତ୍ରା ପ୍ରସ୍ତୁତି ବୈଠକରୁ ଏହା ଜଣାଯାଇଛି ।
ଭୁବନେଶ୍ବର: ଚଳିତ ବର୍ଷ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ପ୍ରସିଦ୍ଧ ରଥଯାତ୍ରାର ସୁପରିଚଳନା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ରଥଯାତ୍ରା ପ୍ରସ୍ତୁତି ବୈଠକରୁ ଏହା ଜଣାଯାଇଛି । ଗତବର୍ଷ ସମସ୍ତଙ୍କ ସହଯୋଗରେ ରଥଯାତ୍ରା ସୁରୁଖୁରୁରେ ଅନୁଷ୍ଠିତ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଦେଇ ଏବର୍ଷ ମଧ୍ୟ ଯେପରି ରଥଯାତ୍ରା ସୁଚାରୁ ରୂପେ ପାଳିତ ହେବ ଏବଂ ଭକ୍ତ ମାନେ ଘରେ ରହି ମହାପ୍ରଭୁଙ୍କ ଘୋଷଯାତ୍ରା ଦେଖିବେ ସେଥିପାଇଁ ମୁଖ୍ୟମନ୍ତ୍ରୀ ପୁରୀ ସହରବାସୀ, ସେବାୟତ ମାନଙ୍କର ସହଯୋଗ କାମନା କରିଥିଲେ।

ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ, ଗତବର୍ଷ ପରି ଏ ବର୍ଷ ମଧ୍ୟ ମହାପ୍ରଭୁଙ୍କ ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା ଏକ ଅସାଧାରଣ ପରିସ୍ଥିତିରେ ହେବାକୁ ଯାଉଛି । ସାରା ବିଶ୍ଵ ଟେଲିଭିଜନ ଓ ସୋସିଆଲ ମିଡିଆ ମାଧ୍ୟମରେ ହିଁ କାଳିଆ ଠାକୁରଙ୍କୁ ଦର୍ଶନ କରିବେ । ତେଣୁ ମହାପ୍ରଭୁଙ୍କ ନୀତି ଠିକ ସମୟରେ ଶେଷ ହେବା ଦରକାର । ତା ସହିତ କୋଭିଡ ନିୟମକୁ ମଧ୍ୟ ଯାତ୍ରା ସମୟରେ ଠିକ ଭାବରେ ପାଳନ କରାଯିବା ଜରୁରୀ ।
କୋଭିଡ଼ ମହାମାରୀ ସମ୍ପର୍କରେ ସଚେତନ କରାଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଯେ କୋଭିଡର ଦ୍ଵିତୀୟ ଲହର କମି ଆସୁଥିଲେ ମଧ୍ୟ ବିପଦ ଏ ପର୍ଯ୍ୟନ୍ତ ଦୂର ହୋଇନାହିଁ । ଚଳିତ ବର୍ଷ ରଥଯାତ୍ରା ଯେପରି ସୁରୁଖୁରୁ ରେ ଶେଷ ହେବ ସେଥିପାଇଁ ମୁଖ୍ୟମନ୍ତ୍ରୀ ମହାପ୍ରଭୁଙ୍କ ଆଶୀର୍ବାଦ କାମନା କରିଥିଲେ ।












Click it and Unblock the Notifications