ଆସନ୍ତାକାଲି ବ୍ରହ୍ମଗିରିରେ BSKY କାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ
ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବ୍ରହ୍ମଗିରି ଗସ୍ତ କରିବେ । ସେଠାରେ ସେ ପୁରୀ ଜିଲ୍ଲା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ହେଲଥ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ ।
ଭୁବନେଶ୍ୱର: ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବ୍ରହ୍ମଗିରି ଗସ୍ତ କରିବେ । ସେଠାରେ ସେ ପୁରୀ ଜିଲ୍ଲା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ହେଲଥ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ । ପୁରୀ ଜିଲ୍ଲାର ୩ ଲକ୍ଷ ୭୬ ହଜାର ହିତାଧିକାରୀ ସ୍ମାର୍ଟ କାର୍ଡ ଦ୍ୱାରା ଉପକୃତ ହେବେ । ଏହାଛଡା ବ୍ରହ୍ମଗିରି ବିକାଶ ପାଇଁ ପ୍ରାୟ ହଜାରେ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । ବ୍ରହ୍ମଗିରି ବ୍ଲକରେ ନବନିର୍ମିତ ମିନି ସଚିବାଳୟର ଉଦଘାଟନ ବି କରିବେ ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀ ଗତକାଲି କେରାଣ୍ଡିଆ ହେଲିପ୍ୟାଡରେ ଏକ ସାଧାରଣ ସଭାର ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ନୂତନ ସ୍ମାର୍ଟ କାର୍ଡ ବଣ୍ଟନ କରିବେ । ତେବେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ପ୍ରଶାସନିକ ସ୍ତରରେ ପ୍ରସ୍ତୁର୍ତ୍ତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଆଜି ଘଟଣାସ୍ଥଳରେ ପହଞ୍ଚି ସ୍ଥିତିର ତଦାରଖ କରିଛନ୍ତି ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା । ଜିଲ୍ଲାପାଳ ବ୍ରହ୍ମଗିରି ଓ କୃଷ୍ଣପ୍ରସାଦ ବ୍ଲକ ଗସ୍ତ କରି ନିର୍ବାଚିତ ପ୍ରତିନିଧିଙ୍କ ସହ ଆଲୋଚନା କରିବା ସହ ବ୍ଲକ କାର୍ଯ୍ୟାଳୟରେ ସମୀକ୍ଷା କରିଛନ୍ତି ।
ସୂଚନାଥାଉ କି, ଅଗଷ୍ଟ ୨୦ରେ ମୁଖ୍ୟମନ୍ତ୍ରୀ ମାଲକାନଗିରିରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ହେଲଥ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଥିଲେ । ଏହାପରେ ସୁନ୍ଦରଗଡ଼, ବଲାଙ୍ଗିର, ଗଜପତି ଓ ଆସନ୍ତାକାଲି ବ୍ରହ୍ମଗିରିରେ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।












Click it and Unblock the Notifications