ବିଜୁ ବାବୁଙ୍କ ସାନ ପିଲା ”ନୂଆପଡା” ଆଜି ବଡ, ସଶକ୍ତ ଓ ସବୁଜ ହୋଇଛି: ମୁଖ୍ୟମନ୍ତ୍ରୀ
ନୂଆପଡା ଥିଲା ଚିର ମରୁଡି ଅଞ୍ଚଳ । ଆଜି ଏଠାରେ ନୂଆ ସବୁଜିମା ସୃଷ୍ଟି ହେଉଛି । ଆଜି ନୂଆପଡ଼ା ଗସ୍ତରେ ଯାଇ ଲୋୟର ଇନ୍ଦ୍ର ଜେଳସେଚନ ପ୍ରକଳ୍ପର ଉଦଘାଟନ କରି ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ନୂଆପଡା: ନୂଆପଡା ଥିଲା ଚିର ମରୁଡି ଅଞ୍ଚଳ । ଆଜି ଏଠାରେ ନୂଆ ସବୁଜିମା ସୃଷ୍ଟି ହେଉଛି । ଆଜି ନୂଆପଡା ବିକାଶର ନୂଆ ଇତିହାସ ଲେଖୁଛି । ବିକାଶର ଏ ଯାତ୍ରାରେ ଆପଣମାନଙ୍କ ଅବଦାନ ରହିଛି । ଆଜି ନୂଆପଡ଼ା ଗସ୍ତରେ ଯାଇ ଲୋୟର ଇନ୍ଦ୍ର ଜେଳସେଚନ ପ୍ରକଳ୍ପର ଉଦଘାଟନ କରି ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହା ସହ ଖଡ଼ିଆଳରେ ଆୟୋଜିତ ସଭାରେ ୪ ହଜାର କୋଟିର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ସହ ଶିଳାନ୍ୟାସ କରିଛନ୍ତି।
ନବୀନ କହିଛନ୍ତି, ବିଜୁବାବୁଙ୍କର ସେଦିନର ସାନ ପିଲା "ନୂଆପଡା" ଆଜି ବଡ ହୋଇଛି । ସଶକ୍ତ ହୋଇଛି । ସବୁଜ ହୋଇଛି । ଓଡିଶାର ବିକାଶ ଯାତ୍ରାରେ ନିଜ ପାଇଁ ଏକ ସ୍ଵତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି । ଏଥିପାଇଁ ମୁଁ ବହୁତ ଖୁସି । ନୂଆପଡା ରେ ବିକାଶର ଏ ଧାରା ଆହୁରି ଆଗକୁ ବଢିବ ।

ନିଜ ଅଭିଭାଷଣରେ ନୂଆପଡ଼ାର ମାଆ ମାନଙ୍କୁ ପ୍ରଶଂସା କରିବା ସହିତ ସ୍ୱାଧୀନତା ସଂଗ୍ରାମରେ ଭୂମିକାକୁ ସଲାମ ଜଣାଇଥିଲେ। କହିଥିଲେ ନୂଆପଡାକୁ ଆସି ମୁଁ ବହୁତ ଖୁସି। ନୂଆପଡ଼ା ଭେଲା ଗାଁ ର ମା' ମାନଙ୍କ ସଂଗ୍ରାମ ଆଜି ବି ସମସ୍ତଙ୍କୁ ପ୍ରେରଣା ଦେଉଛି। ୨୦୨୨ ରେ ଆମେ ସ୍ଵାଧୀନତାର ୭୫ ବର୍ଷ ପାଳନ କରୁଛୁ। ଭେଲାର ସଂଗ୍ରାମୀ ମାନଙ୍କୁ ସମ୍ମାନ ଜଣାଇ ସେଠାରେ ଏକ ସୁନ୍ଦର ମେମୋରିଆଲ କରାଯିବ ବୋଲି ଘୋଷଣା କରିଥିଲେ ନବୀନ।
୧୯୯୩ ରେ ବିଜୁବାବୁ ନୁଆପଡାକୁ ଏକ ସ୍ଵତନ୍ତ୍ର ଜିଲ୍ଲା ଘୋଷଣା କଲେ । ସେତେବେଳେ କିଛି ଲୋକ ତାଙ୍କୁ ପ୍ରଶ୍ନ କରିଥିଲେ ଯେ ଆପଣ ଏତେ ଛୋଟ ଅଞ୍ଚଳକୁ କାହିଁକି ଜିଲ୍ଲା କଲେ ? ସେତେବେଳେ ବିଜୁବାବୁ କହିଥିଲେ, "ନୂଆପଡା ଓଡିଶା ମା ର ସବୁଠାରୁ ସାନ ପିଲା । ସେ ପୁଣି ଦୂରରେ ଅଛି । ସବୁ ବାପା ମା ଯେପରି ଦୂରରେ ଥିବା ପିଲାକୁ ଅଧିକ ଭଲ ପାଆନ୍ତି , ମୁ ମଧ୍ୟ ସେପରି ନୂଆପଦକୁ ସ୍ଵତନ୍ତ୍ର ଧ୍ୟାନ ଦେଉଛି" ।

ସେହିପରି ଗତ ଦଶ ବର୍ଷ ଭିତରେ ଆମେ ହଜାର ହଜାର ଶିଶୁଙ୍କ ଜୀବନ ବଞ୍ଚାଇ ପାରିଛୁ । ନୂଆପଡା ରେ ଶିଶୁ ମୃତ୍ୟୁ ହାର ବହୁତ କମିଛି । ମା ମାନଙ୍କ ଜୀବନ ବଞ୍ଚାଇବାରେ ମଧ୍ୟ ନୂଆପଡା ବହୁତ ଭଲ କାମ କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ନୂଆପଡାର ପାଣିରେ ରହିଛି ଫ୍ଲୋରାଇଡର ସମସ୍ଯା। ଏହା ହେଉଛି ଜିଲ୍ଲାବାସୀଙ୍କ ବଡ ସମସ୍ଯା । ଆଜି ନୂଆପଡାର 55 ପ୍ରତିଶତ ଘରକୁ ଆମେ ପାଇପ ପାଣି ଦେଇ ପାରିଛୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ୨୦୨୨ ସୁଧା ନୂଆପଡା ର ସବୁ ପରିବାରକୁ 100 ପ୍ରତିଶତ ପାଇବା ପାଣି ଯୋଗାଇ ଦିଆଯିବ । ଏଥିପାଇଁ ୭୦୦ କୋଟି ଟଙ୍କାର ୨୦୫ ଟି Pipe Water Supply project ଓ ଗୋଟିଏ Mega pipe water supply project କାମ ଚାଲିଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।












Click it and Unblock the Notifications