Get Updates
Get notified of breaking news, exclusive insights, and must-see stories!

ସୁରୁଖୁରୁରେ ଶେଷ ହେଲା ଶ୍ରୀଜିଉଙ୍କର ନବଦିନାତ୍ମକ ଯାତ୍ରା, ସମସ୍ତଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

କୋ‍ଭିଡ କଟକଣା ମଧ୍ୟରେ ସମସ୍ତଙ୍କ ସହଯୋଗରେ ମହାପ୍ରଭୁଙ୍କ ନବଦିନ ଯାତ୍ରା ସୁରୁଖୁରୁରେ ଶେଷ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଖୁସି ବ୍ୟକ୍ତ କରିଛନ୍ତି ।

ଭୁବନେଶ୍ବର: କୋ‍ଭିଡ କଟକଣା ମଧ୍ୟରେ ସମସ୍ତଙ୍କ ସହଯୋଗରେ ମହାପ୍ରଭୁଙ୍କ ନବଦିନ ଯାତ୍ରା ସୁରୁଖୁରୁରେ ଶେଷ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଖୁସି ବ୍ୟକ୍ତ କରିଛନ୍ତି । ଏହି କଠିନ ପରିସ୍ଥିତିରେ ମହାପ୍ରଭୂଙ୍କ କରୁଣା ଯୋଗୁଁ ଏହା ସମ୍ଭବ ହୋଇପାରିଲା ବୋଲି ବର୍ଣ୍ଣନାକରି ମୁଖ୍ୟମନ୍ତ୍ରୀ ମହାପ୍ରଭୁଙ୍କ ନିକଟରେ ତାଙ୍କର ଭକ୍ତି ନିବେଦନ କରିଛନ୍ତି । ସେବାୟତମାନେ ଯେଭଳି ଭକ୍ତି ଓ ସମର୍ପଣର ଭାବ ନେଇ ମହାପ୍ରଭୁଙ୍କ ନୀତିକାନ୍ତି ଠିକ୍‌ ସମୟରେ ସମ୍ପନ୍ନ କଲେ ମୁଖ୍ୟମନ୍ତ୍ରୀ ତାର ଉଚ୍ଚପ୍ରଂଶସା କରିଛନ୍ତି।

Naveen Patnaik

ମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ, ଜିଲ୍ଲାପ୍ରଶାସନ, ଅଗ୍ନିଶମ ସେବା, ପୁରୀ ମ୍ୟୁନିସପାଲଟି ଆଦି ବିଭିନ୍ନ ସରକାରୀ ସଂସ୍ଥା ପରିସ୍ପର ମଧ୍ୟରେ ଉପଯୁକ୍ତ ସମନ୍ୱୟ ରକ୍ଷା କରି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଉତ୍ତମ ଭାବରେ ପରିଚାଳନା କରିଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି।

କୋଭିଡ କଟକଣା ଯୋଗୁ, ଭକ୍ତମାନେ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଯାତ୍ରା ରେ ଭାଗ ନେଇ ପାରିନଥିଲେ । ଲୋକମାନେ ଘରେ ରହି ଯେପରି ମହାପ୍ରଭୁଙ୍କ ଦିବ୍ୟ ଯାତ୍ରାର ଆନନ୍ଦ ନେଇପାରିବେ ସେଥିପାଇଁ ସୂଚନା ଓ ଲୋକସମ୍ପର୍କ ଵିଭାଗ ସୁନ୍ଦର ବ୍ୟବସ୍ଥା କରିଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଛନ୍ତି। ।

ସର୍ବୋପରି ପୁରୀର ଜନସାଧାରଣ ନବଦିନ ଯାତ୍ରା ସମୟରେ କୋଭିଡ଼୍ କଟକଣା ମାନି ଯେଭଳି ସଂଯମତା ପ୍ରଦର୍ଶନ କରିଛନ୍ତି ତାହା ଅତୁଳନୀୟ ବୋଲି ମୁଖ୍ୟମନ୍ତ୍ରୀ ବର୍ଣ୍ଣନା କରି ସହରବାସୀଙ୍କ ସହଯୋଗ ପାଇଁ ଧନ୍ୟବାଦ ଜଣାଇଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+