ହୀରାକୁଦ ବିସ୍ଥାପିତଙ୍କୁ ଜମି ପଟ୍ଟା ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ୱର : ହୀରାକୁଦ ବନ୍ଧ ବିସ୍ଥାପିତଙ୍କୁ ମିଳିବ ଜମିପଟ୍ଟା । ଦୀର୍ଘ ବର୍ଷ ହେବ ଲାଗି ରହିଥିବା ବିବାଦର ସମାଧାନ ହୋଇଛି । ଏବେ ସମସ୍ତ ହିତାଧିକାରୀ ଜମି ପଟ୍ଟା ପାଇବେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଜମି ପଟ୍ଟା ହସ୍ତାନ୍ତର କରିବେ ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ 5 -ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ ଜମିଜମା ସଂପର୍କିତ ଅନେକ ଅଭିଯୋଗ ଲୋକଙ୍କ ଠାରୁ ପାଇଥିଲେ । ହୀରାକୁଦ ବନ୍ଧ ବିସ୍ଥାପିତ ମାନଙ୍କର ଦୀର୍ଘ ବର୍ଷର ସମସ୍ୟା, ଅନ୍ୟ ସ୍ଥାନରେ ସରକାରୀ ଜମିରେ ବହୁ ଦିନ ଧରି ରହୁଥିବା ଲୋକଙ୍କର ଜମି ଅଧିକାର ସମସ୍ୟା, ରୟତ ସମସ୍ୟା - ଏହିପରି ଅନେକ ସମସ୍ୟା ସଂପର୍କରେ 5-ଟି ସଚିବଙ୍କୁ ଜଣାଇଥିଲେ । ଏ ବିଷୟରେ 5T ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ପରେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଆଜି ଏ ସଂପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ କରାଯାଇ ନିଷ୍ପତ୍ତି ନିଆଯାଇଛି ।
ଝାରସୁଗୁଡା ଜିଲ୍ଲାରେ ହୀରାକୁଦ ବନ୍ଧ ବିସ୍ଥାପିତ ମାନଙ୍କର ସମସ୍ୟା 50 ବର୍ଷରୁ ଅଧିକ ସମୟର । ଲଖନପୁର ତହସିଲର 18 ଟି ଗାଁ ଓ ଝାରସୁଗୁଡା ତହସିଲର ଗୋଟିଏ ଗାଁ, ଏହିପରି 19ଟି ଗାଁର ଜମି ସମସ୍ୟାର ସମାଧାନ ପାଇଁ ବୈଠକରେ ନିଷ୍ପତ୍ତି କରାଯାଇଛି । 1749ଟି ପରିବାରକୁ ପ୍ରାୟ 3231 ଏକର ଜମି ଉପରେ ଅଧିକାର ଦିଆଯିବ । ଡିସେମ୍ବର ମାସରୁ ଲିମେଇତିକ୍ରା, ସାହାସବାଗ,Chit ଲାଛିପଲ୍ଲୀ, ପାତ୍ରପଲ୍ଲୀ ଓ ଡୁଆଁମୁଣ୍ଡା - ଏହି 5 ଟି ଗାଁରେ ପଟ୍ଟା ବଣ୍ଟନ ଆରମ୍ଭ ହେବ ।
ଗଞ୍ଜାମ ଜିଲ୍ଲାକୁ ଗତ ଅଗଷ୍ଟ 26 ତାରିଖରେ 5-ଟି ସଚିବ ଗସ୍ତ କରିଥିଲେ । ସେଠାରେ ଲୋକଙ୍କ ସମସ୍ୟା ଶୁଣିବା ପରେ ମାତ୍ର 5 ଦିନରେ ଜମି ସମସ୍ୟା ର ସମସ୍ୟା ସମାଧାନ ହୋଇଛି । ବୈଠକର ନିଷ୍ପତ୍ତି ଅନୁଯାୟୀ ଗଞ୍ଜାମ ଜିଲ୍ଲାର ସୋରଡା ବ୍ଲକ୍ର 17 ଟି ଗ୍ରାମର 883 ଜଣ ଲୋକଙ୍କୁ ଘରଡିହ ପଟ୍ଟା ଦିଆଯିବ ।












Click it and Unblock the Notifications