ବିଭିନ୍ନ ବିଭାଗରେ 1294 ନବ ନିଯୁକ୍ତଙ୍କୁ ଦିଗଦର୍ଶନ ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବିଭିନ୍ନ ବିଭାଗରେ ନିଯୁକ୍ତି ପାଇବେ 1294 ଅଧିକାରୀ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଅର୍ଥ ବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ, କ୍ରୀଡ଼ା ଓ ଯୁବସେବା ବିଭାଗ, ଇସ୍ପାତ ଓ ଖଣି ବିଭାଗ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, ଉଚ୍ଚ ଶିକ୍ଷା ବିଭାଗ, ଗୃହ ବିଭାଗରେ 1294 ଜଣଙ୍କୁ ନିଯୁକ୍ତି ପ୍ରଦାନ କରାଯିବ । ମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମରେ ଯୋଗଦେଇ ନବନିଯୁକ୍ତ ଅଧିକାରୀଙ୍କୁ ଦିଗଦର୍ଶନ ଦେବେ । ଏହି ଅବସରରେ ଲୋକସେବା ଭବନ ସମ୍ମିଳନୀ କକ୍ଷ ଏବଂ ରବୀନ୍ଦ୍ର ମଣ୍ଡପରେ ଆୟୋଜିତ ନିଯୁକ୍ତି ପର୍ବରେ ନିଯୁକ୍ତି ପତ୍ର ପ୍ରଦାନ କରାଯିବ ।

Naveen patnaik

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ 725 ଜଣ କନିଷ୍ଠ ସହାୟକ, ଅର୍ଥ ବିଭାଗରେ 177 ଜଣ ସ୍ଥାନୀୟ ପାଣ୍ଠି ସମୀକ୍ଷକ, 96 ଜଣ ସହକାରୀ ବାଣିଜ୍ୟ କର ଏବଂ ଦ୍ରବ୍ୟ ଓ ସେବା କର ଅଧିକାରୀ, 7 ଜଣ ଉପଖଣ୍ଡ ଆର୍ଥିକ ସେବା ଓ ସଞ୍ଚୟ ଅଧିକାର ନିଯୁକ୍ତି ପାଇବାକୁ ଯାଉଛନ୍ତି । ଅର୍ଥ ବିଭାଗରେ ମୋଟ୍ 280 ଜଣ ନୂତନ ଭାବେ ନିଯୁକ୍ତି ପାଇବେ । ଗ୍ରାମ୍ୟ ଉନ୍ନୟନ ବିଭାଗରେ 116 ଜଣ କନିଷ୍ଠ ସହାୟକ, 5 ଜଣ କନିଷ୍ଠ କିରାଣୀ ଏବଂ 8ଜଣ କନିଷ୍ଠ ଷ୍ଟେନୋଗ୍ରାଫର ନିଯୁକ୍ତି ପାଇବେ । ଗ୍ରାମ୍ୟ ଉନ୍ନୟନ ବିଭାଗରେ ମୋଟ୍ 129 ଜଣ ନୂତନ ଭାବେ ନିଯୁକ୍ତି ପାଇବେ ।

କ୍ରୀଡା ବିଭାଗରେ କ୍ରୀଡ଼ା କ୍ଷେତ୍ରରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ 160 ଜଣ କୃତୀ କ୍ରୀଡ଼ାବିତଙ୍କୁ ନିଯୁକ୍ତି ଦିଆଯିବ । ଇସ୍ପାତ ଓ ଖଣି ବିଭାଗ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, ଉଚ୍ଚ ଶିକ୍ଷା ବିଭାଗ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଓ ଗୃହ ବିଭାଗର ବିଭିନ୍ନ ପଦବୀରେ ନିଯୁକ୍ତି ପାଇବେ । ଏହି ଦିଗଦର୍ଶନ କାର୍ଯ୍ୟକ୍ରମରେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡେଇ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି, ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଅର୍ଥ ବିଭାଗ ପ୍ରମୁଖ ସଚିବ ବିଶାଲ କୁମାର ଦେବ, ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ ଅଶ୍ଵତୀ ଏସ୍ ଉପସ୍ଥିତ ରହିବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+