ରାୟଗଡାରେ ଗଡ଼ିବ ଲକ୍ଷ୍ମୀ ବସ୍, ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ
ରାୟଗଡ଼ା: ଆଜିଠୁ ରାୟଗଡ଼ାରେ ଗଡ଼ିବ ଲକ୍ଷ୍ମୀ ବସ୍ । ଜିଲ୍ଲାରେ ଲକ୍ଷ୍ମୀ ବସ ସେବାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲାର 11 ଟି ବ୍ଲକ ମଧ୍ୟରେ ଲକ୍ଷ୍ମୀ ବସ ଚଳାଚଳ କରିବ ।
ସମଗ୍ର ଜିଲ୍ଲାରେ ଆରମ୍ଭ ହେବ ଲକ୍ଷ୍ମୀ ବସ୍ ସେବା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସ ମାଧ୍ୟମରେ ଏହାର ଉଦଘାଟନ କରିବେ । ଏଥିପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ସ୍ଥାନୀୟ ଜିସିଡି ପଡ଼ିଆରେ ଏକ ଭବ୍ୟ କାର୍ଯ୍ୟକ୍ରମ ପାଇଁ ସମସ୍ତ ପ୍ରସ୍ତୁତିପର୍ବ ଶେଷ ହୋଇଛି ।

ଯୋଗାଯୋଗ ବ୍ୟବସ୍ଥା ନଥିବା 182 ଟି ପଞ୍ଚାୟତର 39 ଟି ରୁଟରେ 52 ଟି ଲକ୍ଷ୍ମୀ ବସ ଚଳାଚଳ କରିବ । ଏହା ଫଳରେ 9 ଲକ୍ଷରୁ ଅଧିକ ଲୋକ ଉପକୃତ ହେବେ । କମ୍ ଭଡ଼ାରେ ଯାତାୟତର ସୁବିଧା ପାଇପାରିବେ ଜନସାଧାରଣ ।
ଜିଲ୍ଲାର ବିଭିନ୍ନ ସ୍ଥାନରୁ ହଜାର ସଂଖ୍ୟାରେ ଲୋକ ଏହି ଉଦଘାଟନ ସମାରୋହରେ ଯୋଗଦାନ କରିବେ । ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ ଏବଂ ସଚିବ ଉଷା ପାଢ଼ୀ ମଧ୍ୟ ଏହି କାର୍ଯ୍ୟକ୍ରମରେ ସାମିଲ ହେବେ ବୋଲି ସୂଚନା ମିଳିଛି । ଏଥିପାଇଁ ସମସ୍ତ କାର୍ଯ୍ୟ ତଦାରଖ କରିଥିଲେ ଜିଲ୍ଲାପାଳ ସ୍ୱଧା ଦେବ ସିଂ ଏବଂ ପରିବହନ ବିଭାଗର ସ୍ବତନ୍ତ୍ର ସଚିବ ଲକ୍ଷ୍ମୀକାନ୍ତ ବେହେରା ।












Click it and Unblock the Notifications