Get Updates
Get notified of breaking news, exclusive insights, and must-see stories!

ଗୋପବନ୍ଧୁଙ୍କ ଜନ୍ମପୀଠ ସୁଆଣ୍ଡୋ ପ୍ରକଳ୍ପର ଲୋକର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଉତ୍କଳମଣି ଗୋପବନ୍ଧୁଙ୍କ ଜନ୍ମପୀଠ ଗସ୍ତ କରିବେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ପୁରୀ ଜିଲ୍ଲାର ପୁନଃବିକଶିତ ସୁଆଣ୍ଡୋ ପ୍ରକଳ୍ପର ଲୋକାର୍ପଣ କରିବେ ।

Naveen Patnaik

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଗୋପବନ୍ଧୁଙ୍କ ଜନ୍ମପୀଠ ଗସ୍ତ କରିବେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ପୁରୀ ଜିଲ୍ଲାର ପୁନଃବିକଶିତ ସୁଆଣ୍ଡୋ ପ୍ରକଳ୍ପର ଲୋକାର୍ପଣ କରିବେ ।

ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ 10 ଟା 45 ମିନିଟରୁ ଭୁବନେଶ୍ୱର ବିମାନ ବନ୍ଦରରୁ ବାହାରି 11 ଟାରେ ସୁଆଣ୍ଡୋ ଗ୍ରାମରେ ପହଞ୍ଚିବେ । ଏହା ପରେ ଉତ୍କଳମଣୀ ଗୋପବନ୍ଧୁଙ୍କ ଜନ୍ମମାଟି ସୁଆଣ୍ଡୋ ପ୍ରକଳ୍ପର ଲୋକାର୍ପଣ କରିବେ । ପ୍ରଥମେ ଶିବ ମନ୍ଦିରକୁ ଯାଇ ପୁଷ୍ପାଞ୍ଜଳି ପ୍ରଦାନ କରି ଷଠିଘର ବୁଲିବେ ମୁଖ୍ୟମନ୍ତ୍ରୀ । ପରେ ପରେ ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ କରିବେ । ଜନ୍ମମାଟିର ନବକଳେବର କରାଯାଇଥିବା ବେଳେ ଗ୍ରାମରେ ଗୋପବନ୍ଧୁଙ୍କ ସ୍ମୃତି ବହନ କରୁଥିବା ସବୁ ସ୍ଥାନର ବିକାଶ କରାଯାଇଛି ।

25 କୋଟି 80 ଲକ୍ଷ ଟଙ୍କାରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମପୀଠ ସୁଆଣ୍ଡୋ ଗାଁକୁ ପୁନଃ ବିକଶିତ କରାଯାଇଛି । ଏହି ପ୍ରକଳ୍ପ ଭିତରେ ରହିଛି ଶିବ ମନ୍ଦିର, ଦୁଇଟି ପୋଖରୀ, ପୈତୃକ ବାସଗୃହ, ଗ୍ରାମରାସ୍ତା, ଜନ୍ମପୀଠ ପରିକ୍ରମା ରାସ୍ତା, ଗୋପବନ୍ଧୁଙ୍କ ସ୍ମୁତି ସଂଗ୍ରହାଳୟ, ସୂଚନା କେନ୍ଦ୍ର, ଆତିଥ୍ୟ କେନ୍ଦ୍ର, ଶିଶୁ ପାର୍କ, ଉତ୍କଳମଣୀଙ୍କ ପ୍ରାୟ 15 ଫୁଟ ଉଚ୍ଚର ପ୍ରତିମୂର୍ତ୍ତି ଓ ଷଠିଘର ନିର୍ମାଣ ।

ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ବ୍ୟାପକ ବ୍ୟବସ୍ଥା କରାଯାଇଛି । 16 ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+