Get Updates
Get notified of breaking news, exclusive insights, and must-see stories!

ଆଜି ଉଦଘାଟନ ହେବ କଳିଙ୍ଗ ଇଣ୍ଡୋର ଆଥଲେଟିକ୍ ଷ୍ଡାଡିୟମ

ଭୁବନେଶ୍ୱର: ଆଜି ଉଦଘାଟନ ହେବ କଳିଙ୍ଗ ଇଣ୍ଡୋର ଆଥଲେଟିକ ଷ୍ଟାଡିୟମ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଉଦଘାଟନ କରିବେ । ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ନିର୍ମାଣ ହୋଇଛି ଦକ୍ଷିଣ ଏସିଆର ପ୍ରଥମ ଇନଡୋର ଆଥଲେଟିକ୍ ଷ୍ଟାଡିୟମ । ଇନଡୋର ଆଥଲେଟିକ୍ ଷ୍ଟାଡିୟମ ସହ ଇଣ୍ଡୋର ଡାଇଭିଂ ସେଣ୍ଟରର ଭିତ୍ତି ପ୍ରସ୍ତର ସ୍ଥାପନ କରିବେ ନବୀନ ପଟ୍ଟନାୟକ ।

Naveen patnaik

ବିଶ୍ୱକ୍ରୀଡ଼ାର ସବୁଠାରୁ ବଡ଼ ଇଭେଣ୍ଟ ଅଲିମ୍ପିକ୍ସ ପାଇଁ ପ୍ରସ୍ତୁତ ହେଉଛି ଓଡ଼ିଶା । 2036 ଅଲିମ୍ପିକ୍ସ ପାଇଁ ଭାରତ ଦାବିଦାର ଥିବା ବେଳେ ଓଡ଼ିଶା ହେବ ବଡ଼ ଭାଗୀଦାର । ଏଥିପାଇଁ ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ନିର୍ମାଣ ହୋଇଛି ଦକ୍ଷିଣ ଏସିଆର ପ୍ରଥମ ଇନଡୋର ଆଥଲେଟିକ୍ ଷ୍ଟାଡିୟମ ।

ଏହା ପରେ ଆଥଲେଟିକର ବିକାଶ ଆହୁରି ତ୍ୱରାନ୍ବିତ ହେବା ସହ ଖେଳାଳିମାନେ ବର୍ଷ ତମାମ ଅଭ୍ୟାସ କରିବାର ସୁଯୋଗ ପାଇବେ । ଏଥିପାଇଁ କଳିଙ୍ଗ ଷ୍ଟାଡିୟମରେ ଅନ୍ତର୍ଜାତୀୟ ସ୍ତରର ଭିତ୍ତିଭୂମି ପ୍ରସ୍ତୁତ କରାଯାଇଛି । ଅତ୍ୟାଧୁନିକ ଜିମ୍ନାଷ୍ଟିକ ହଲ୍, ହାଇପରଫରମାନ୍ସ ସେଣ୍ଟର, ସ୍ପୋର୍ଟ୍ସ କ୍ଲାଇମିଂ ଓ୍ବାଲ୍, ବ୍ୟାଡମିଣ୍ଟନ ଓ ହକି ଉତ୍କର୍ଷ କେନ୍ଦ୍ର, ଫିପା ମାନର ଫୁଟବଲ ଷ୍ଟାଡିୟମ, ସିନ୍ଥେଟିକ ଟ୍ରାକ୍, ବିଜୁ ପଟ୍ଟନାୟକ ଭାରୋତ୍ତୋଳନ କେନ୍ଦ୍ର ଓ ସନ୍ତରଣାଗାର ଆଦି କ୍ରୀଡ଼ାକ୍ଷେତ୍ରକୁ ସମୃଦ୍ଧ କରିବା ସହ ବିଶ୍ବର ଦୃଷ୍ଟି ଆକର୍ଷଣ କରିଛି । ବିଭିନ୍ନ ଅନ୍ତର୍ଜାତୀୟ ଓ ବିଶ୍ବସ୍ତରୀୟ ପ୍ରତିଯୋଗିତା ଆୟୋଜନ କରି ଦକ୍ଷତା ପ୍ରତିପାଦନ କରିଛି ଓଡ଼ିଶା । ଏବେ ଏହି ତାଲିକାରେ ଯୋଡ଼ିହୋଇଛି 120 କୋଟି ଟଙ୍କାରେ ନିର୍ମିତ ଇନଡୋର ଆଥଲେଟିକ୍ ଷ୍ଟାଡିୟମ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+