Get Updates
Get notified of breaking news, exclusive insights, and must-see stories!

ଆଜି ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନୂଆବର୍ଷରେ ଓଡ଼ିଶାବାସୀଙ୍କୁ ମିଳିବ ବଡ଼ ଭେଟି । ବହୁ ପ୍ରତୀକ୍ଷିତ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଆଜି ହେବ ଭିତ୍ତି ପ୍ରସ୍ତର ସ୍ଥାପନ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ତ୍ରିଶୂଳିଆ ନିକଟସ୍ଥ ରତଗଡ ଲେଙ୍କା ସାହିରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହି ଭିତ୍ତି ପ୍ରସ୍ତର ସ୍ଥାପନ କରିବେ ।

Metro

ଏହି ଉତ୍ସବରେ ଭୁବନେଶ୍ୱର ସେଣ୍ଟ୍ରାଲ, ଭୁବନେଶ୍ୱର ଉତ୍ତର ଏବଂ ବାଙ୍କି ବିଧାନସଭା ନିର୍ବାଚନମଣ୍ଡଳୀରୁ ବିଧାୟକ, ବିଜେଡି କର୍ମୀ ଏବଂ ସ୍ଥାନୀୟ ଲୋକ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । କାର୍ଯ୍ୟକ୍ରମରେ ପହଞ୍ଚିବା ପୂର୍ବରୁ ପ୍ରଥମେ ବିଜୁ ପଟ୍ଟନାୟକ ବିମାନବନ୍ଦର ଛକ ରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ତ୍ରିଶୁଳିଆ ଅଭିମୁଖେ ଯିବେ । ତେବେ ଯେପରି ଯିବା ବାଟରେ ଟ୍ରାଫିକ ସମସ୍ୟା ନ ଉପୁଯେ ସେଥିପ୍ରତି ଦୃଷ୍ଟି ଦିଆଯାଇଛି । ସେହିପରି କାର୍ଯ୍ୟସ୍ଥଳରେ ଯେପରି ପାର୍କିଂ ପାଇଁ କୌଣସି ସମସ୍ୟା ନ ଉପୁଯେ ସେଥିପାଇଁ ସ୍ୱତନ୍ତ୍ର ସ୍ଥାନ ଚିହ୍ନଟ କରାଯାଇଛି । ତେବେ ତ୍ରିଶୁଳିଆ ଯିବା ବାଟରେ କ୍ୟାପିଟାଲ ହସ୍ପିଟାଲ ଛକ, ଜୟଦେବ ବିହାର ଛକ, ଜାଭିଅର ଛକ, ରେଳ ସଦନ, ପଟିଆ, କିଟ ଛକ, ରଘୁନାଥପୁର ପ୍ରମୁଖ ସ୍ଥାନରେ ଲୋକଙ୍କୁ ଭେଟିବେ ।

ସୂଚନାଥାଉକି, ଅପ୍ରେଲ 1 ଉତ୍କଳ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଏହି ପ୍ରକଳ୍ପ ଘୋଷଣା କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ୍‌‌ର ବରିଷ୍ଠ ଅଧିକାରୀ ସହ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ଏମ୍‌‌ଓୟୁ ସ୍ୱାକ୍ଷର ହୋଇଛି । ମେଟ୍ରୋ ପ୍ରକଳ୍ପ ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ବର ବିମାନବନ୍ଦରରୁ କଟକ ତ୍ରିଶୂଳିଆ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବ । ଦିଲ୍ଲୀ ମେଟ୍ରୋ ରେଳ ନିଗମ ଏହି ପ୍ରକଳ୍ପର ଟର୍ଣ୍ଣ-କି ପରାମର୍ଶଦାତା ରହିବେ ।

ଭୁବନେଶ୍ୱରରେ ପ୍ରସ୍ତାବିତ ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ମୋଟ 6 ହଜାର 255 କୋଟି ଟଙ୍କା ବ୍ୟୟ ବରାଦ ହୋଇଛି । ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ବର ଏୟାରପୋର୍ଟ ଠାରୁ ତ୍ରିଶୂଳିଆ ଛକ ପର୍ଯ୍ୟନ୍ତ 26 କିଲୋମିଟର ପର୍ଯ୍ୟନ୍ତ ଏହି ମେଟ୍ରୋ ରେଳ ଚାଲିବ । ମେଟ୍ରୋ ରେଳର ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ 4 ବର୍ଷରେ ଶେଷ ହେବାକୁ ଲକ୍ଷ୍ୟ ରଖାଯାଇଛି । ଏହାର ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ । ଏହା ହେଉଛି ରାଜ୍ୟର ଭିତ୍ତିଭୂମି ପ୍ରକଳ୍ପରେ ସବୁଠୁ ବଡ଼ ଅର୍ଥ ବିନିଯୋଗ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+