ଆଜି ଗଞ୍ଜାମ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଗଞ୍ଜାମ:ଆଜି ଗଞ୍ଜାମ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କବିସୂର୍ଯ୍ୟନଗର, ହିଞ୍ଜିଳି ଏବଂ ଛତ୍ରପୁର ନିର୍ବାଚନମଣ୍ତଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ବିଭିନ୍ନ ପ୍ରକଳ୍ପର କରିବେ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ।
ସୂଚନା ଅନୁସାରେ, ପ୍ରଥମେ ମୁଖ୍ୟମନ୍ତ୍ରୀ କବିସୂର୍ଯ୍ୟନଗର ନିର୍ବାଚନମଣ୍ତଳୀର ବଡ଼ ଆଗୁଳରେ ଆୟୋଜିତ ଏକ ସଭାରେ ଯୋଗ ଦେଇ ସେଠାରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବା ସହ ସ୍ୱୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ବିନା ସୁଧରେ ଋଣ ବଣ୍ଟନ କରିବାର କାର୍ଯ୍ୟକ୍ରମ ରହିଛି । ପରେ ନିଜ ନିର୍ବାଚନମଣ୍ତଳୀ ହିଞ୍ଜିଳିର କଞ୍ଚୁଡୁରେ ଆୟୋଜିତ ସଭାରେ ଯୋଗଦେଇ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । ଶେଷରେ ମୁଖ୍ୟମନ୍ତ୍ରୀ ଛତ୍ରପୁରରେ ଏକ ସଭାବରେ ଯୋଗ ଦେଇ ଭୁବନେଶ୍ୱର ଫେରିଆସିବାର କାର୍ଯ୍ୟକ୍ରମ ରହିଛି ।
ନିଜ ଗଞ୍ଜାମ ଗସ୍ତ ବିଷୟରେ ଟ୍ୱିଟ୍ କରି ସୂଚନା ଦେଲେ ମୁଖ୍ୟମନ୍ତ୍ରୀ । କହିଲେ, 'ଗଞ୍ଜାମ ଗସ୍ତ ମୋ ପାଇଁ ସବୁ ବେଳେ ଖୁସିର ବିଷୟ । ଏଥି ପାଇଁ ମୁଁ ବହୁତ ଉତ୍ସାହିତ ଅଛି' ।
ସେପଟରେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନଜରରେ ରଖି ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଜିଲ୍ଲାର ପ୍ରଶାସନିକ ଅଧିକାରୀମାନେ ସଭାସ୍ଥଳ ପରିଦର୍ଶନ କରିଛନ୍ତି ।












Click it and Unblock the Notifications