For Quick Alerts
Turn On Notification  
For Daily Alerts
Oneindia App Download

ମୁଖ୍ୟମନ୍ତ୍ରୀ ନେଲେ କରୋନା ଟିକା

ଆଜି ଟିକା ନେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଧାନସଭା ପରିସର ଚିକିତ୍ସାଳୟରେ ଟିକା ନେଇଛନ୍ତି ମୁଖ୍ୟମନ୍ତ୍ରୀ। ସେହିପରି ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ କରୋନା ଟିକା ନେଇଛନ୍ତି।

|

ଭୁବନେଶ୍ୱର: ଆଜିଠୁ ସାରା ଦେଶରେ 2ୟ ପର୍ଯ୍ୟାୟ କରୋନା ଟିକାକରଣ ଆରମ୍ଭ ହୋଇଛି । ୬୦ ବର୍ଷରୁ ଅଧିକ ବୟସର ଲୋକେ ପରିଚୟପତ୍ର ଦେଖାଇ ଟିକା ନେଉଛନ୍ତି। ଉଭୟ ସରକାରୀ ଓ ପ୍ରାଇଭେଟ ହସ୍ପିଟାଲରେ ଟିକା ଦିଆଯିବ। ତେବେ ଏହି ଧାରାରେ ଆଜି ଟିକା ନେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଧାନସଭା ପରିସର ଚିକିତ୍ସାଳୟରେ ଟିକା ନେଇଛନ୍ତି ମୁଖ୍ୟମନ୍ତ୍ରୀ। ସେହିପରି ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ କରୋନା ଟିକା ନେଇଛନ୍ତି।

Naveen Patnaik

କୋଭିଡ଼ର ପ୍ରଥମ ଟିକା ସେ ଦିଲ୍ଲୀ ଏମ୍ସରେ ନେଇଛନ୍ତି। ଏ ସଂପର୍କରେ ସେ ନିଜେ ଟ୍ୱିଟ୍ କରି ଜଣାଇଛନ୍ତି। ଟିକା ନେବା ପରେ ସେ ସମସ୍ତ ଡାକ୍ତର ଏବଂ ବୈଜ୍ଞାନିକମାନଙ୍କୁ ଧନ୍ୟବାଦ ଦେଇଛନ୍ତି। ବୈଜ୍ଞାନିକ ଏବଂ ଡାକ୍ତରଙ୍କ ଉଦ୍ୟମ ଯୋଗୁଁ ଭାରତ ଆଜି କୋଭିଡ ବିରୋଧରେ ଭଲ ଭାବେ ଲଢ଼େଇ କରିପାରୁଛି ବୋଲି ମୋଦି କହିଛନ୍ତି।

ସରକାରୀ ହସ୍ପିଟାଲରେ ଏହି ଟିକା ମାଗଣାରେ ମିଳିବାକୁ ଥିବା ବେଳେ ପ୍ରାଇଭେଟ ହସ୍ପିଟାଲରେ ପ୍ରତି ଡୋଜକୁ ଦେବାକୁ ପଡ଼ିବ ୨୫୦ ଟଙ୍କା । ଯିଏ ଟିକା ନେବ, ସେ COWIN ପୋର୍ଟାଲରେ ପଞ୍ଜିକରଣ କରିବେ । ଯିଏ ପଞିଜୀକରଣ କରିନଥିବ, ଅନ୍ ସାଇଟ୍ ପଞିଜୀକରଣ କରି ଟିକା ନେଇପାରିବେ ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
Chief Minister Naveen Patnaik took the corona vaccine
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X