Get Updates
Get notified of breaking news, exclusive insights, and must-see stories!

ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବିଶ୍ୱ ଓଡିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚିତ । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚିତ କରିଛନ୍ତି । ଏହାର ଟ୍ୟାଗଲାଇନ ରହିଛି 'ଭାଷା ହିଁ ଭବିଷ୍ୟତ'। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭାଷା ସମ୍ମିଳନୀର ବିପୁଳ ସଫଳତା କାମନା କରିଛନ୍ତି । ସୂଚନାଯୋଗ୍ୟ ଯେ ଏହି ସମ୍ମିଳନୀ ଆସନ୍ତା ଫେବୃଆରୀ 3-5 ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେଉଛି ।

Naveen patnaik

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବୁଦ୍ଧିଜୀବୀ, ଗବେଷକ, ବିଦ୍ୱାନ୍‍ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ମତ ବିନିମୟ ପାଇଁ ଏହି ସମ୍ମିଳନୀ ଏକ ସୁନ୍ଦର ମଞ୍ଚ ଭାବେ କାର୍ଯ୍ୟ କରିବ ବୋଲି ମୁଁ ଆଶା କରୁଛି । ସେ ଆହୁରି କହିଛନ୍ତି ଯେ ଆଧୁନିକ ଭାରତବର୍ଷରେ ଓଡ଼ିଶା ହେଉଛି ପ୍ରଥମ ଭାଷାଭିତ୍ତିକ ରାଜ୍ୟ ।ଓଡ଼ିଆ ଭାଷା ଅନ୍ୟତମ ଶାସ୍ତ୍ରୀୟ ଭଷାର ମାନ୍ୟତା ଲାଭକରି ଆମ ମାଟି ଏବଂ ଭାଷାର ଗୌରବ ବୃଦ୍ଧି କରିଛି । ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ଉପରେ ବିସ୍ତୃତ ଆଲୋଚନା ସହିତ ଏହାର ପ୍ରଚାର-ପ୍ରସାର ପାଇଁ ଲକ୍ଷ୍ୟ ନିର୍ଦ୍ଧାରଣ ନିମନ୍ତେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଆୟୋଜନ ।

ସେ ପୁଣି କହିଛନ୍ତି ଯେ ଏକ ସ୍ୱତନ୍ତ୍ର ଐତିହ୍ୟର ଶକ୍ତିଶାଳୀ ବାହକ ଭାବରେ ଆମ ଭବିଷ୍ୟତ ପିଢ଼ିଙ୍କ ପାଖରେ କିପରି ଓଡ଼ିଆ ଭାଷାର ଆଦର ବଢ଼ିବ ଏବଂ ଆଧୁନିକ ଜ୍ଞାନକୌଶଳ ଜରିଆରେ ଆମ ଭାଷା କିପରି ଆଗକୁ ବଢ଼ିପାରିବ ସେ ସମ୍ପର୍କରେ ବିଚାର- ବିମର୍ଷ କରି ଭବିଷ୍ୟତ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରାଯିବ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+