ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ କରିବେ କରୋନା ସମୀକ୍ଷା ବୈଠକ, ହୋଇପାରେ ବଡ଼ ଘୋଷଣା
ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରିବେ କରୋନା ସମୀକ୍ଷା ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ।
ଭୁବନେଶ୍ୱର: ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରିବେ କରୋନା ସମୀକ୍ଷା ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ । ଏହି ବୈଠକରେ ମୁଖ୍ୟ ଶାସନ ସଚିବଙ୍କ ସମେତ ଉନ୍ନୟନ କମିଶନର ଓ ଅନେକ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ । ଏହାଛଡା ବୈଠକରେ ସମସ୍ତ ଜିଲ୍ଲାପାଳ ମାନଙ୍କୁ ମଧ୍ୟ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ରାଜ୍ୟରେ କରୋନା ଗ୍ରାଫ ଏବେ ଉପରମୁହାଁ ଥିବା ବେଳେ ଏନେଇ ବୈଠକରେ ପ୍ରସ୍ତୁତ ହୋଇପାରେ ଆକ୍ସନ ପ୍ଲାନ୍ । ସୀମାନ୍ତବର୍ତ୍ତୀ ଅଞ୍ଚଳ ସମେତ ସହରାଞ୍ଚଳ ପାଇଁ ନିଆଯାଇପାରେ ସ୍ୱତନ୍ତ୍ର ଆକ୍ସନ ପ୍ଲାନ । କୋଭିଡ୍ ମୁକାବିଲା ନୂଆ ପଦକ୍ଷେପ ଘୋଷଣା ହୋଇପାରେ ବୋଲି ମଧ୍ୟ ଚାଲିଛି କଳ୍ପନାଜଳ୍ପନା। ରାଜ୍ୟରେ ୧୦ଟି ଜିଲ୍ଲାରେ ନାଇଟ କର୍ଫ୍ୟୁ ଲାଗୁ ହୋଇଥିବା ବେଳେ ଅନ୍ୟ ଜିଲ୍ଲା ନେଇ କ'ଣ ରହିବ ସରକାରଙ୍କ ରଣନୀତି, ତାହା ଆଜି ସ୍ପଷ୍ଟ ହୋଇଯାଇପାରେ ବୋଲି ଆଲୋଚନା ଜୋର ଧରିଛି।
ଏବେ ରାଜ୍ୟରେ କରୋନା ସ୍ଥିତି ବିଗିଡିବାରେ ଲାଗିଛି । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୮୮ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେବଳ ଖୋର୍ଦ୍ଧାରୁ ୧୦୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।












Click it and Unblock the Notifications