Get Updates
Get notified of breaking news, exclusive insights, and must-see stories!

ରାଉରକେଲା ଝାଡାବାନ୍ତି ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଉରକେଲାରେ ବ୍ୟାପିଥିବା ଝାଡାବାନ୍ତି ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ଆଜି ସନ୍ଧ୍ୟାରେ ବରିଷ୍ଠ ଅଧିକାରୀ ମାନଙ୍କ ସହ ନବୀନ ପଟ୍ଟନାୟକଙ୍କ ସମୀକ୍ଷା ବୈଠକ ରହିଛି ।

ଅପରପକ୍ଷରେ ରାଉରକେଲା ଝାଡାବାନ୍ତିରେ ମୃତ୍ୟୁ ପଛରେ ହଇଜା ଜୀବାଣୁ ଥିବା ସ୍ପଷ୍ଟ ହୋଇଛି । ହଇଜା ଜୀବାଣୁ ଚିହ୍ନଟ ହୋଇଥିବା କହିଛନ୍ତି ରାଉରକେଲା ଆଇଜିଏଚ୍ ହସ୍ପିଟାଲର ଅଧୀକ୍ଷକ । ଯେତିକି ସାମ୍ପଲ ରିପୋର୍ଟ ଆସିଛି , ସେଥିରୁ କଲେରା ଚିହ୍ନଟ ହୋଇଛି ।

Naveen patnaik

ବର୍ତ୍ତମାନ ସୁଦ୍ଧା ଝାଡ଼ାବାନ୍ତିରେ 9 ଜଣଙ୍କର ମୃତ୍ୟୁ ହୋଇଛି । 500 ରୁ ଅଧିକ ଆକ୍ରାନ୍ତ ଥିବାବେଳେ ଶତାଧିକ ଏବେ ବି ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି । ବିଶେଷ କରି ସହରର କୋଏଲ ନଗର, ନାଲାରୋଡ, ଉଦିତନଗର, ଛେଣ୍ଡ କଲୋନି, ବାସନ୍ତୀ କଲୋନୀ, ପାନପୋଷ ବାଲୁଘାଟ ଆଦି ଅଞ୍ଚଳରେ ବେଶି ବ୍ୟାପିଛି ରୋଗ । ସଂକ୍ରମଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ଏବଂ ସ୍ୱାସ୍ଥ୍ୟ ବିଭାଗ , ଆରଏମସି ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି । ସହରର କଲୋନୀ ଏବଂ ବସ୍ତିରେ 40 ଟି ଗାଡି ବୁଲି ବୁଲି ଲୋକଙ୍କୁ ସଚେତନ କରୁଛି ।

ସଂକ୍ରମଣ ରୋକିବାକୁ ଉଭୟ ଜିଲ୍ଲା ପ୍ରଶାସନ ଓ ସ୍ୱାସ୍ଥ୍ୟବିଭାଗ ତତ୍ପରତା ଦେଖାଇଛନ୍ତି । ରାଉରକେଲା ମହାନଗର ନିଗମ ପକ୍ଷରୁ 12 ଟି ସ୍ୱାସ୍ଥ୍ୟଟିମ୍ ଗଠନ କରାଯାଇଛି । ବସ୍ତି ଓ କଲୋନି ବୁଲି ଲୋକମାନଙ୍କୁ ସଚେତନ କରାଇବା ସହ ସ୍ୱାସ୍ଥ୍ୟ ପରୀକ୍ଷା କରି ଔଷଧ ବାଣ୍ଟୁଛନ୍ତି । ଆବଶ୍ୟକ ପଡିଲେ ରୋଗୀଙ୍କୁ ଡାକ୍ତରଖାନା ପଠାଯାଉଛି । ସହରର ବିଭିନ୍ନ ବସ୍ତି ଓ କଲୋନି ପାଇପ ଯୋଗେ ଯୋଗାଣ ହେଉଥିବା ପାଣିର ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ପଠାଇବାକୁ ନିର୍ଦ୍ଦେଶ ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+