ଆସନ୍ତାକାଲି ସମ୍ୱଲପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଆସନ୍ତାକାଲି ସମ୍ୱଲପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମ୍ବଲପୁର ଜିଲ୍ଲା କୁଚିଣ୍ଡାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ନୂଆ ସ୍ମାର୍ଟକାର୍ଡ ବଣ୍ଟନ କରିବେ।

ସମ୍ୱଲପୁର: ଆସନ୍ତାକାଲି ସମ୍ୱଲପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମ୍ବଲପୁର ଜିଲ୍ଲା କୁଚିଣ୍ଡାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ନୂଆ ସ୍ମାର୍ଟକାର୍ଡ ବଣ୍ଟନ କରିବେ। ସେହିପରି ପ୍ରାୟ ୭୦୦କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଥିବାବେଳେ ବ୍ଲକଗୁଡ଼ିକଠୁ ଶିଳାନ୍ୟାସ ଓ ଉଦଘାଟନ ହେବାକୁ ଥିବା ବିଭିନ୍ନ ପ୍ରକଳ୍ପର ଚୂଡ଼ାନ୍ତ ତାଲିକା ମଗାଯାଇଥିବା ଜଣାପଡ଼ିଛି ।

Naveen Patnaik

ଜିଲ୍ଲାର ୨ଲକ୍ଷ ୨୮ହଜାର ୨୧୩ଜଣ ହିତାଧିକାରୀ ସ୍ମାର୍ଟ ହେଲ୍‌ଥ କାର୍ଡ ପାଇବେ। ଏହାଦ୍ୱାରା ମାଗଣାରେ ଉତ୍ତମ ସ୍ୱାସ୍ଥ୍ୟ ସେବା ମିଳିପାରିବ । ପ୍ରତି ପରିବାରକୁ ୫ଲକ୍ଷ ଓ ମହିଳାଙ୍କୁ ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳିବ । ରାଜ୍ୟ ତଥା ରାଜ୍ୟ ବାହାରର ୨ଶହରୁ ଅଧିକ ହସପିଟାଲ୍‌ରେ ସ୍ମାର୍ଟ ହେଲ୍‌ଥ କାର୍ଡରେ ସ୍ୱାସ୍ଥ୍ୟ ସେବା ମିଳିବ ।

ଏହା ସହ ୭ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି । ସେଥିପାଇଁ ଶେଷ ପଯ୍ୟାୟରେ ପହଞ୍ଚିଛି ପ୍ରସ୍ତୁତି । ମନ୍ତ୍ରୀ ସୁଶାନ୍ତ ସିଂ ଉପସ୍ଥିତ ରହି ପ୍ରସ୍ତୁତିର ତଦାରଖ କରୁଛନ୍ତି। ମାଲକାନଗିରି, ସୁନ୍ଦରଗଡ଼, ଗଜପତି, ବଲାଙ୍ଗୀର, ପୁରୀ, ଦେବଗଡ , ମୟୂରଭଞ୍ଜ ପରେ ସମ୍ବଲପୁରରେ ଲେଖାହେବ ସ୍ୱାସ୍ଥ୍ୟସେବାର ନୂଆ ଅଧ୍ୟାୟ। ପୂର୍ବରୁ ମଧ୍ୟ ବିଭିନ୍ନ ଜିଲ୍ଲାଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ବିଏସକେଓ୍ୱାଇ ଯୋଜନାରେ ସ୍ମର୍ଟକାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+