Get Updates
Get notified of breaking news, exclusive insights, and must-see stories!

ମଙ୍ଗଳବାର ସୁନ୍ଦରଗଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଆସନ୍ତା ଫେବୃଆରୀ ୧୬ ଅର୍ଥାତ ମଙ୍ଗଳବାର ସୁନ୍ଦରଗଡ଼ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲାବାସୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଥିବା ସୂଚନା ମିଳିଛି ।

ଭୁବନେଶ୍ୱର: ଆସନ୍ତା ଫେବୃଆରୀ ୧୬ ଅର୍ଥାତ ମଙ୍ଗଳବାର ସୁନ୍ଦରଗଡ଼ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲାବାସୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଥିବା ସୂଚନା ମିଳିଛି । ସୁନ୍ଦରଗଡ଼ ଗସ୍ତ ନେଇ ମୁଖ୍ୟମନ୍ତ୍ରୀଙ୍କ ନବୀନ ପଟ୍ଟନାୟକ ଟ୍ୱିଟରରେ ସୂଚନା ଦେଇଛନ୍ତି ।

ଏକ ସ୍ୱତନ୍ତ୍ର ଭିଡିଓରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, 'ସୁନ୍ଦରଗଡ଼ର ମାଟି, ପାଣି ଓ ପବନରେ ଭରି ରହିଛି ଆତ୍ମୀୟତାର ଅନୁଭବ । ଆସନ୍ତା ଫେବୃଆରୀ ୧୬ରେ ସୁନ୍ଦରଗଡ଼ ଗସ୍ତ ଯାଇ ଜିଲ୍ଲାବାସୀଙ୍କୁ ଭେଟିବା ନେଇ ମୁଁ ଉତ୍ସାହିତ। ତେବେ ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତରେ ସୁନ୍ଦରଗଡ଼ ଜିଲ୍ଲା ପାଇଁ ୪ ହଜାର ୮ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ ଅନେକ ପ୍ରକଳ୍ପର ଉଦଘାଟନ କରିବେ ।

Naveen Patnaik

ରାଉରକେଲା ସହରରେ ଦେଶର ସର୍ବ ଵୃହତ ହକି ଷ୍ଟାଡିୟମ୍ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ ୧୭ଟି ବ୍ଲକରେ ୧୭ଟି ଆଷ୍ଟ୍ରୋ ଟର୍ଫ ପାଇଁ ଭିତ୍ତିପ୍ରସ୍ତର ସ୍ଥାନ କରିବାର କାର୍ଯ୍ୟକ୍ରମ ରହିଛି । ସକାଳ ୧୧ଟା ୩୦ ରେ ରାଉରକେଲା ବିମାନବନ୍ଦର ଠାରେ ମୁଖ୍ୟମନ୍ତ୍ରୀ ପହଞ୍ଚିବେ । ରାଉରକେଲା ସହରର ବିପିୟୁଟି ପରିସରରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ସେହିଠାରୁ ହିଁ ସମସ୍ତ ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହ ସେଠାରେ ଏକ ବିରାଟ ସଭାର ଆୟୋଜନ କରାଯାଇଛି । ମୁଖ୍ୟମନ୍ତ୍ରୀ ସେଠାରେ ନିଜର ଅଭିଭାଷଣ ରଖିବେ । ସକାଳ ୧୧ଟା ୪୦ ରୁ ୧୨ଟି ୨୩ ପର୍ଯ୍ୟନ୍ତ ରାଉରକେଲାରେ ରହିବେ ମୁଖ୍ୟମନ୍ତ୍ରୀ । ଏନେଇ ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକ ସୁଚନା ଦେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+