ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ: 'ଗୁରୁତ୍ବପୂର୍ଣ୍ଣ ଜାତୀୟ ପ୍ରସଙ୍ଗରେ ସହମତି ପାଇଁ ସମସ୍ତେ କାମ କରିବା ଦରକାର'

୭୨ ତମ ସାଧାରଣତନ୍ତ୍ର ଦିବସର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଭୁବନେଶ୍ବର: ପବିତ୍ର ୭୨ ତମ ସାଧାରଣତନ୍ତ୍ର ଦିବସର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋୟର ପିଏମଜି ସ୍ଥିତ ମହାତ୍ମା ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ଉତ୍ସବରେ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ ନବୀନ । ଏଥିସହିତ ଏକ ଭିଡିଓ ବାର୍ତ୍ତା ଜାରି କରି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖମନ୍ତ୍ରୀ ।

Naveen Patnaik

ଏହି ଅବସରରେ ସେ ଜାତିର ଜନକ ମହାତ୍ମାଗାନ୍ଧୀ, ପଣ୍ଡିତ ନେହେରୁ, ନେତାଜୀ ସୁଭାଷ ବୋଷ, ମୌଲନା ଆଜାଦ, ଡଃ ଆମ୍ବେଦକର, ବୀର ସୁରେନ୍ଦ୍ର ସାଏ, ବକ୍‌ସି ଜଗବନ୍ଧୁ, ଉତ୍କଳମଣି ଗୋପବନ୍ଧୁ ଦାସ, ଉତ୍କଳ ଗୌରବ ମଧୁସୁଦନ ଦାସ, ଗୋପବନ୍ଧୁ ଚୌଧୁରୀ, ନବକୃଷ୍ଣ ଚୌଧୁରୀ, ସହିଦ ଲକ୍ଷ୍ମଣ ନାୟକ, ରମାଦେବୀ, ମାଳତୀ ଚୌଧୁରୀ, ପାର୍ବତୀ ଗିରି, ଡଃ ହରେକୃଷ୍ଣ ମହତାବ ଓ ବିଜୁ ପଟ୍ଟନାୟକଙ୍କ ପରି ମହାନ ସଂଗ୍ରାମୀ ମାନଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିବା କଥା କହିଛନ୍ତି ।

ଦେଶର ଏକତା ଓ ସୁରକ୍ଷା ପାଇଁ ବଳିଦାନ ଦେଇଥିବା ଅମର ସହିଦ୍‌ ମାନଙ୍କ ପ୍ରତି ମୋର ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି । ସେହିପରି ସହିଦ୍ ହୋଇଥିବା ଆମର କୋଭିଡ ଯୋଦ୍ଧା ମାନଙ୍କ ପ୍ରତି ମୋର ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ବୋଲି ସେ କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି, ଭାରତ ବହୁ ଭାଷା, ବହୁ ଧର୍ମ ଓ ବହୁ ଜାତିକୁ ବହୁ ମତ, ବହୁ ବର୍ଣ୍ଣ, ବହୁ ବିଶ୍ବାସକୁ ନେଇ ଗଠିତ ହୋଇଛି । ବିଭିନ୍ନ ଅଞ୍ଚଳର ଭୂଗୋଳ ମଧ୍ୟ ଭିନ୍ନ ଭିନ୍ନ । ଏହି ବିବିଧତା ହିଁ ଆମର ସବୁଠାରୁ ବଡ ଶକ୍ତି ।ଏହା ହିଁ ଆମ ସଂସ୍କୃତିକୁ, ଆମ ସମାଜକୁ, ସମୃଦ୍ଧ କରିଛି। ଆମ ସମ୍ବିଧାନରେ ଏହା ସୁନ୍ଦର ଭାବରେ ପ୍ରତିଫଳିତ ହୋଇଛି ଏବଂ ସମସ୍ତଙ୍କ ପାଇଁ ବିକାଶର ସମାନ ସୁଯୋଗ ସୃଷ୍ଟି କରିଛି ।

ସେହିପରି କୋଭିଡ ଯୋଦ୍ଧାଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ନବୀନ । ସେ କହିଛନ୍ତି, ଓଡିଶା କରୋନା ମହାମାରୀକୁ ସଫଳତାର ସହ ନିୟନ୍ତ୍ରଣ କରିପାରିଛି । ଏହି ଅବସରରେ ଆମର କୋଭିଡ ଯୋଦ୍ଧା ମାନଙ୍କର ତ୍ୟାଗ ଓ ସେବାକୁ ମୁଁ ଶ୍ରଦ୍ଧାର ସହ ସ୍ମରଣ କରୁଛି । ଟୀକା ଆସିଥିଲେ ମଧ୍ୟ କୋଭିଡ ଗାଇଡଲାଇନ୍‌କୁ କଡାକଡି ଭାବରେ ପାଳନ କରିବାକୁ ମୁଁ ସମସ୍ତଙ୍କୁ ଅନୁରୋଧ କରୁଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+