ପାଚିକା-ସହାୟିକାଙ୍କ ପାରିଶ୍ରମିକ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ, ୧,୪୦୦ ଟଙ୍କା ରୁ ୨,୦୦୦ ଟଙ୍କାକୁ ହେଲା ବୃଦ୍ଧି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଯୋଜନାରେ ପାଚିକା ତଥା ସହାୟିକା ଭାବରେ କାମ କରୁଥିବା କର୍ମଚାରୀମାନଙ୍କ ପାରିଶ୍ରମିକ ରାଶିରେ ବୃଦ୍ଧି ଘୋଷଣା କରିଛନ୍ତି। ପାଚିକା ଓ ସହାୟିକା ମାନଙ୍କ ପାରିଶ୍ରମିକ ରାଶି ୧,୪୦୦ ଟଙ୍କା ରୁ ୨,୦୦୦ ଟଙ୍କାକୁ ବୃଦ୍ଧି ପାଇଛି। ଏହା ଦ୍ୱାରା ରାଜ୍ୟର ମୋଟ ୫୫ ହଜାର ସ୍କୁଲରେ କାମ କରୁଥିବା ପାଚିକା ଓ ସହାୟିକା ଉପକୃତ ହେବେ। ଏଥି ପାଇଁ ରାଜ୍ୟ ସରକାର ବର୍ଷକୁ ୭୪ କୋଟି ଟଙ୍କା ଖର୍ଚ୍ଚ କରିବେ ।

Naveen pattnaik

ଏହା ସହିତ ପାଚିକା ଏବଂ ସହାୟିକା ଯଦି ସେମାନଙ୍କ କାର୍ଯ୍ୟକାଳ ମଧ୍ୟରେ ମୃତ୍ୟୁବରଣ କରନ୍ତି ତେବେ ସେମାନଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ୧ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ମଧ୍ୟ ପ୍ରଦାନ କରାଯିବ। ଏହି ନିଷ୍ପତ୍ତି ଫଳରେ ରାଜ୍ୟର ପଞ୍ଚାବନ ହଜାର ବିଦ୍ୟାଳୟରେ କାମ କରୁଥିବା ଏକ ଲକ୍ଷ ଦଶ ହାଜର ପାଚିକା ଓ ସହାୟିକା ଉପକୃତ ହେବେ, ଏହି ବର୍ଦ୍ଧିତ ପାରିଶ୍ରମିକ ପିଛିଲା ଭାବେ ଅକ୍ଟୋବର 2023 ରୁ ଲାଗୁ ହେବ.

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+